Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ
ଆଜି କର୍ମସ୍ଥାନରେ ଚନ୍ଦ୍ର ଏକାଧାରରେ କର୍ମକ୍ଷେତ୍ର, ଓ ସଭାସମିତିରେ ସମ୍ମାନିତ କରାଇବ। ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଶୁକ୍ରଙ୍କ ସ୍ବଗୃହୀ ପ୍ରଭାବରୁ ଉନ୍ନତ ରହିବ।
ବୃଷ
ବୃଷ
ରବିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ବନ୍ଧୁଙ୍କ ଯକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହାକି ଆପଣଙ୍କ ସକାଶେ ହିତକର ହେବ। ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅଟକି ରହିଯାଇଥିବା ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ସପ୍ତମ କେନ୍ଦ୍ରରେ ଏକାଧିକଗ୍ରହ ଯୋଗୁ ଆଜି ବିବାଦରୁ ଦୂରେଇ ରହିବା ଭଲ ହେବ। ବନ୍ଧୁଗହଣରେ ଆପଣଙ୍କ ସୁନ୍ଦର ବ୍ୟବହାର ଓ ରୁଚିପୂର୍ଣ୍ଣ କଥାରେ ଅନ୍ୟମାନେ ଖୁସୀ ହୋଇଯିବେ। ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ଏପରିକି ବକେୟା ମଧ୍ୟ ପାଇପାରନ୍ତି। ସତର୍କତା କିମ୍ବା ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ରଙ୍କ ସ୍ବଗୃହାବଲୋକନ ହେତୁ ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ। କର୍ମଜଞ୍ଜାଳ ବୃଦ୍ଧି ସଙ୍ଗକୁ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ଅର୍ଥାଭାବ ଓ ଅପୂରଣୀୟ ଆଶା ପୂରଣ ଦିଗରେ ଜଣେ ବନ୍ଧୁ ସହଯୋଗର ହାତ ବଢ଼ାଇ ପାରନ୍ତି।
ସି˚ହ
ସି˚ହ
ଗ୍ରହପ୍ରଭାବରେ ଆଜି ଆପଣଙ୍କ ବିଚାରଧାରା ବିକ୍ଷିପ୍ତ ହୋଇପାରେ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିବାର ଯୋଗ ରହିଛି। ମିତ୍ର ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ।
କନ୍ୟା
କର୍ମସ୍ଥାନକୁ ଏକାଧିକ ଗ୍ରହ ଦେଖୁଥିବାରୁ ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ ସଫଳତା ପାଇପାରନ୍ତି। ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବାକୁ ପଡିପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ରାଶିରେ ମଙ୍ଗଳ ଓ ବୁଧ ଯୋଗୁ ଆପଣ, ଅର୍ଥ, ସମ୍ମାନ,ବନ୍ଧୁଙ୍କ ସହାନୁଭୂତି ସହ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ମଧ୍ୟ ସଫଳତା ମିଳିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଦ୍ୱିତୀୟସ୍ଥ ଗ୍ରହମାନେ ଆପଣଙ୍କ ବ୍ୟବହାରକୁ କଠୋର କରି ଅଯଥା ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। କର୍ମକ୍ଷେତ୍ର କିମ୍ବା ଯାତ୍ରା ସମରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଚେରି ମାମଲା କିମ୍ବା ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପାଇବେ।
ଧନୁ
ଧନୁ
ରାଶିରେ ଶନିଙ୍କ ଅନ୍ୟଗ୍ରହମାନଙ୍କ ପ୍ରଭାବରେ ଅଯଥା ଅତୀତ ସ୍ମୃତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଅର୍ଥାଭାବ ଓ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ।
ମକର
ମକର
ଚନ୍ଦ୍ର ପ୍ରଭାବରେ ଆଜି ସକାଳୁ ସକାଳୁ ଯାତ୍ରା ଓ ବିବାଦରେ ସତର୍କତା ଅବଲମ୍ବନ କରନ୍ତୁ, ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ। ବ୍ୟବସାୟିକ କ୍ଷେତ୍ର ପ୍ରାୟତଃ ମଧ୍ୟମ ପ୍ରକାରର ରହିବ।
କୁମ୍ଭ
କୁମ୍ଭ
ଦୁର୍ବଳ ରବିଙ୍କ ସ୍ଥିତି ଜନିତ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ ଏବଂ କେତେକ କ୍ଷେତ୍ରରେ ଅନୁତାପ କରିବାକୁ ପଡିପାରେ। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।
ମୀନମୀନ
ଗ୍ରହସମ୍ବନ୍ଧରୁ କର୍ମକ୍ଷେତ୍ରରେ କୂଟନୀତି ବଳରେ କାଯର୍‌ୟ ସାଧନ କରିବେ। ମାତ୍ର କଳା, ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ହାତପାହାନ୍ତାରେ ସୁଯୋଗ ପାଇବେ ଓ ଆଶା ପୂରଣ ମଧ୍ୟ ହୋଇଯିବ। କିନ୍ତୁ ଏହା ସଙ୍ଗକୁ ଈର୍ଷାପରାୟଣ ବିରାଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri