Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
ବୃଷ
ବୃଷ
ମିତ୍ର ଗୃହୀ ଶୁକ୍ର ଯୋଗୁ ସ୍ବାସ୍ଥ୍ୟ ପୂର୍ବଭଳି ରହିଲେ ମଧ୍ୟ ସାମୟିକ ଦୁର୍ବଳତା କାର୍ଯ୍ୟକ୍ଷେତ୍ରକୁ ମନ୍ଥର କରିପାରେ। ଆପଣଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରି ପଦସ୍ଥବ୍ୟକ୍ତି ଗୁରୁ ଦାୟିତ୍ୱ ବହନ କରିବାକୁ ଅନୁରୋଧ କରିପାରନ୍ତି। ବ୍ୟବସାୟ, ପରିବହନ କ୍ଷେତ୍ରରେ ଆଶାଜନକ ସୁଫଳ ପାଇବେ। କିନ୍ତୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।
ମିଥୁନ
ମିଥୁନ
ଷଷ୍ଠଭାବରେ ବୁଧ ଥିବାରୁ କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବାଜନିତ ଆଜି ଘରକଥା ବୁଝିବା ପାଇଁ ମଧ୍ୟ ସମୟ ପାଇବେ ନାହିଁ। ସାମାଜିକ ସ୍ତରରେ ବନ୍ଧୁବର୍ଗଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ ହେଲେ ମଧ୍ୟ ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି।
କର୍କଟ
କର୍କଟ
ଆଜି ଶୁକ୍ରଙ୍କ ରାଶ୍ୟାବଲୋକନରୁ ସକାଳୁ ସକାଳୁ ଅଫିସ୍‌ରୁ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। କିନ୍ତୁ ପ୍ରତିଶ୍ରୁତି ଦେଇକରି ମଧ୍ୟ ଶେଷ ସମୟରେ ପାରିବାରିକ ବନ୍ଧୁଟି ଅବିଶ୍ୱାସ କାମ କରି ପାରନ୍ତି। ଶିଳ୍ପ, ବାଣିଜ୍ୟରେ ଲକ୍ଷ୍ୟ ହାସଲ କରିବେ କିନ୍ତୁ ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିବ। ଅନିୟମିତ ଭୋଜନ କାରଣରୁ ପେଟ ଗୋଳମାଳ ଦେଖାଦେଇ ପାରେ।
ସି˚ହ
ସି˚ହ
କୋଣଭାବସ୍ଥ ଗ୍ରହମାନଙ୍କ ସୁପ୍ରଭାବରୁ ଆଜି ନିକଟସ୍ଥ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଅଭିଳଷିତ ଫଳ ପାଇ ଖୁସୀ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପ୍ରଶାନକିକ ସ୍ତରରେ ସମସ୍ୟାର ଆଶୁ ସମାଧାନ ହୋଇଯିବ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ସୂଚନ ରହିଛି।
କନ୍ୟା
କେନ୍ଦ୍ର ଓ କୋଣସ୍ଥ ଗ୍ରହଜନିତ ନିଜର ଚତୁଃପାର୍ଶ୍ୱରେ ଘଟି ଯାଉଥିବା ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବେ। ଗୁରୁଜନଙ୍କଠାରୁ ପରାମର୍ଶ ପାଇ ଖୁସି ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ଦ୍ୱାଦଶସ୍ଥ ମଙ୍ଗଳ ହେତୁ ପରିସ୍ଥିତି ପ୍ରତି ଲକ୍ଷ୍ୟ କରି ନୀରବ ରହିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି। ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରାରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
କାମ ହାସଲ କରିବା ସକାଶେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବା ସକାଶେ ଚେଷ୍ଟା କରିପାରନ୍ତି। ଅନ୍ୟାୟ ବିରୋଧରେ ସ୍ବର ଉଠାଇବେ ସତ କିନ୍ତୁ ସହଯୋଗ ପାଇବେ ନାହିଁ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଶାସ୍ତ୍ରାଧ୍ୟୟନ, ସାହିତ୍ୟ ଚର୍ଚ୍ଚା ଓ ସତ୍‌ସଙ୍ଗ, ସଭାସମିତି, ବିତର୍କରେ ଅଂଶଗ୍ରହଣ କରି ପ୍ରଶଂସିତ ହେବେ। ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମକର
ମକର
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ ଏବଂ କାମ ହାସଲ କରିବାର ସୁଯୋଗ ମଧ୍ୟ ପାଇପାରିବେ। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ ଏବଂ ସମସ୍ୟା ସମାଧାନ ହୋଇଯିବ। କଳା,ସାହିତ୍ୟ ଓ ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ହେବ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହ ପୂର୍ବାଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ତଥାପି କୌଣସି ସମସ୍ୟାର ଆଶଙ୍କା କରି ଅସୁବିଧା ନ ଥିଲେ ମଧ୍ୟ ମନ ଅସ୍ଥିର ରହିପାରେ। ସନ୍ଧ୍ୟା ସମୟରେ ଫେରିବା ବାଟରେ ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବିଚଳିତ ବୋଧ କରିପାରନ୍ତି। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ମୀନମୀନ
ଯେ କୌଣସି କାମରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ବହୁତ ଭଲ ହେବ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ତଥାପି ଅର୍ଥ ଲାଭ, କଳା, ସାହିତ୍ୟ, ଆଲୋଚନା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri