Posted inRasifala

ରାଶିଫଳ: ରବିବାର , ନଭେମ୍ବର ୨୬ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମସ୍ଥ ବୁଧ ଓ ମଙ୍ଗଳଜନିତ ଭ୍ରାତୃ ବିରୋଧ, ପାରିବାରିକ ସମସ୍ୟା, ସହକର୍ମୀଙ୍କ ସହ ଝଗଡ଼ା ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ।
ବୃଷ
ବୃଷ
ନୀଚସ୍ଥ ରାଶ୍ୟାଧିପ କାରଣରୁ ଘର ସକାଶେ, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ପ୍ରଶାସନ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ। ରାଜନୀତି, ଆଇନ ଓ ଅଦାଲତ କ୍ଷେତ୍ରରେ ଦୃଢ଼ ସମର୍ଥନ ଅବ୍ୟାହତ ଯୋଗୁ ଆଗେଇ ଯିବେ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢ଼ାଇ ପାରନ୍ତି।
ମିଥୁନ
ମିଥୁନ
ପାପଯୁକ୍ତ ଚନ୍ଦ୍ର ହେତୁ ମାନସିକ ବ୍ୟସ୍ତତା କାରଣରୁ କୌଣସି କାମ ଶୃଙ୍ଖଳିତ ହୋଇପାରିବ ନାହିଁ। ଯାହାକିଛି ବିଚାର କରିବେ, ତାହା ଶେଷ ସମୟରେ ଓଲଟପାଲଟ ହୋଇଯିବ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିପାରନ୍ତି। କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମମାନଙ୍କରେ ଉପଯୁକ୍ତ ଭାବେ ଫଳ ପାଇପାରନ୍ତି।
କର୍କଟ
କର୍କଟ
ଗୁରୁଚାଣ୍ଡାଳ ଯୋଗ ହେତୁ କର୍ମକ୍ଷେତ୍ରରେ ସତର୍କରେ କାମ କରନ୍ତୁ। ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ରହିଲେ ପରିସ୍ଥିତି ବଦଳିଯିବ। ସାହିତ୍ୟ, ସାମ୍ବାଦିକତା, ଗବେଷଣା, ବାଣିଜ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି କରିବେ। ବନ୍ଧୁ ମେଳରେ ଅପ୍ରିୟ ସତ କହି ବିରୋଧୀ ହେବେ।
ସି˚ହ
ସି˚ହ
ଆଜି ଚତୁର୍ଥସ୍ଥ ଧନାଧିପ କାରଣରୁ ଅର୍ଥଲାଭର ଯୋଗ ରହିଛି, ଅବଶ୍ୟ ଏହା ଆପଣଙ୍କର ବହୁତ ପୂର୍ବରୁ ହିଁ ପାଇବାର ଥିଲା। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି। କର୍ମକ୍ଷେତ୍ରରେ ଅପରାହ୍ନ ସମୟରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।
କନ୍ୟା
ପାପପ୍ରଭାବ ଯୁକ୍ତ ଗୁରୁ ଯୋଗୁ ଆପଣଙ୍କ ପାରିବାରିକ କ୍ଷେତ୍ରକୁ ପଡ଼ୋଶୀମାନେ ସମସ୍ୟା ବହୁଳ କରିପାରନ୍ତି। ଯାନବାହନରେ ସତର୍କ ରହିବା ଭଲ ନତୁବା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ପିଲାଙ୍କ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ବନ୍ଧୁମାନଙ୍କ ସହ ଦୀର୍ଘ ଦିନରୁ ଭାଙ୍ଗି ଥିବା ଅମେଳ ପୁଣି ଯୋଡ଼ି ହୋଇଯିବ।
ତୁଳା
ତୁଳା
ଦ୍ୱିତୀୟସ୍ଥ ମଙ୍ଗଳ ଓ ବୁଧ ହେତୁ କାହାର ମିଠା କଥାରେ ଭାସିଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ। ବନ୍ଧୁଙ୍କ ପ୍ରାୟୋଜିତ ଚକ୍ରାନ୍ତ କର୍ମକ୍ଷେତ୍ରରେ ଆତଙ୍କିତ କରିପାରେ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟହାନି ଘଟିବାର ସମ୍ଭାବନା ରହିଛି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ।
ବିଛା
ବିଛା
ସ୍ବଗୃହୀ ମଙ୍ଗଳଜନିତ ଆପଣଙ୍କ ପ୍ରତ୍ୟେକ ଅଭାବନୀୟ ପରିସ୍ଥିତି ଆଜିହିଁ ସୁଧୁରିଯିବ। ଲେଖାପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ରାହୁଯୁକ୍ତ ବୃହସ୍ପତି କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦିତ କରିପାରେ। ଆପଣଙ୍କ ଲୋକପ୍ରିୟତା ପଡ଼ୋଶୀଙ୍କ ଈର୍ଷାପରାୟଣତାକୁ ବୃଦ୍ଧି କରିବ। କେତେକ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ।
ମକର
ମକର
ଆଜି ଶନିଙ୍କ ଦୃଷ୍ଟି ପ୍ରଭାବରେ ପାରିବାରିକ ସ୍ତରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାର ଆଶା ରହିଛି। ଅର୍ଥ ସମ୍ପର୍କିତ ଆଲୋଚନାରେ ଟେନସନ୍‌ କିଛି ମାତ୍ରାରେ କମିଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନି ହେତୁ ପ୍ରତ୍ୟେକ ଦିଗରୁ ଆଜି ଦିନଟି ଭଲ। ପ୍ରତି କ୍ଷେତ୍ରରେ ଜୟଯୁକ୍ତ ହେବେ। ପିଲାଙ୍କର କିଛି ସମସ୍ୟା ମନକୁ ବିଚଳିତ କରିବାର ଆଶଙ୍କା ଦେଖାଦେବ। ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ପଡ଼ି କଠିନ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ଭୁଲ୍‌ ବୁଝାମଣାଜନିତ ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ।
ମୀନମୀନ

ଆଜି ସକାଳୁ ସକାଳୁ ବନ୍ଧୁ କିମ୍ବା ପରିଜନଙ୍କ ସହିତ ଭ୍ରମଣ କରିପାରନ୍ତି। କିନ୍ତୁ ରେବତୀ ନକ୍ଷତ୍ର କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ପାରନ୍ତି। କୋର୍ଟ କାମ ସୁରୁଖୁରୁରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri