Posted inRasifala

ରାଶିଫଳ: ରବିବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ
ପୂର୍ବରୁ ସ୍ଥିରୀକୃତ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟାକରିବେ। ପରିବହନ, ବ୍ୟବସାୟ, ରେଷ୍ଟୁରାଣ୍ଟ କ୍ଷେତ୍ରରେ ବିଶେଷ ସୁଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ପ୍ରଭୃତି କ୍ଷେତ୍ରରେ ଗ୍ରହସ୍ଥିତି ବାଧକ ସାଜିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ରହିବା ସହ କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ। ପରିବାର ଭିତରେ ସମସ୍ୟା ଦେଇ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢି ବଢି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସାଧାରଣ କଥାକୁ ନେଇ ରାଗିଥିବା ଅବୁଝା ବନ୍ଧୁଙ୍କୁ ବୁଝାଇ ମନାଇବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ଆଜି ଧୀର ମନ୍ଥର ଗତିରେ ପ୍ରତ୍ୟେକ କାମ ସମାହିତ ହେବ ଓ ସାମୟିକ ପାରିବାରିକ ବିଷୟ ନେଇ ଡିପ୍ରେଶନ ସୃଷ୍ଟି ହେବ। ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁ ଗହଣରେ ଆଲୋଚନାକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
ଆଜିର ଫେରନ୍ତା ରାସ୍ତାରେ କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ମାନସିକ ସ୍ଥିତିକୁ ବିପନ୍ନ କରିପାରେ। ପାରସ୍ପରିକ ମତଭେଦ କିମ୍ବା ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିଯିବ।
କନ୍ୟା
ପାରିବାରିକ ସହଯୋଗରେ ଚେଷ୍ଟା କରୁଥିବା କାମ ପାଇଁ ଖୋରାକ ମିଳିଯିବ। ସତ୍‌ସଙ୍ଗ, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ପାଇବେ। ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହୋଇପାରନ୍ତି।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ମନର ଅସନ୍ତୋଷକୁ ପରିପ୍ରକାଶ କରି ବନ୍ଧୁଙ୍କ ସହ ସମ୍ପର୍କ କ୍ଷୁଣ୍ଣ ହେବ। କିନ୍ତୁ ଶନିଙ୍କ ସଂସର୍ଗତା ଲାଭରୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ଚେଷ୍ଟା କଦାପି ବିଫଳ ହେବନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନୂତନ କର୍ମାରମ୍ଭ କ୍ଷେତ୍ରରେ ସଫଳତା ଅବଶ୍ୟ ମିଳିବ।
ବିଛା
ବିଛା
ମନ ଅନୁଯାୟୀ କାର୍ଯ୍ୟହାସଲ ନ ହେବା କାରଣରୁ ମନରେ ବିଭିନ୍ନ ପ୍ରକାରର ଚିନ୍ତାଧାରା ଉଦ୍ରେକ ହୋଇ ଅସ୍ଥିରତା ସୃଷ୍ଟିହେବ। ଅନୁରାଧା ନକ୍ଷତ୍ର ଅର୍ଥନୈତିକ ଉନ୍ନତି, ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ହେତୁକ ଅପରାହ୍ନ ସମୟଟି ଖୁସିରେ କଟିବ। ବନ୍ଧୁମିଳନ, ନୂତନ ସମ୍ପର୍କ, ପ୍ରୀତିପ୍ରଦ ଆଲୋଚନା କରିବାର ସୁଯୋଗ ପାଇପାରନ୍ତି।
ଧନୁ
ଧନୁ
ବିଗତ ଦିନର କୌଣସି ଘଟଣାକୁ କେନ୍ଦ୍ରକରି ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାରେ, ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ। ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ ଯାହାକି ଆପଣଙ୍କ ସମସ୍ୟାକୁ କମାଇ ଦେବ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ଫେରି ନ ପାରନ୍ତି । ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିଯିବାରୁ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବାରମ୍ବାର ଚେଷ୍ଟା କରୁଥିବା କାମରେ, ଆନୁଷ୍ଠାନିକ କାର୍ଯ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ
ଆଜିର ଯାତ୍ରା, ବ୍ୟବସାୟ, ପ୍ରତିଯୋଗିତା, ବନ୍ଧୁଙ୍କ ସହ ବାର୍ତ୍ତାଳାପ, ପ୍ରଶାସନିକ ଆଲୋଚନା ସମସ୍ୟା ମୁକ୍ତ ରହିବ। କର୍ମକ୍ଷେତ୍ର ଓ ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri