Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ

ପାପଯୁକ୍ତ ମଙ୍ଗଳ ହେତୁ ପାରିବେଶିକ କୁପ୍ରଭାବ, ମାନସିକ ଶାନ୍ତି ଓ ଶାରୀରିକ ସୁସ୍ଥତା ପାଇଁ ଅନୁକୂଳ ହେବନାହିଁ । ଆର୍ଥିକ ଅଭିବୃଦ୍ଧି, ବନ୍ଧୁମିଳନ ଓ ଯାତ୍ରାରୁ କେତେକାଂଶରେ ଖୁସି ରହିବେ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।

ବୃଷ
ବୃଷ
ଭ୍ରାତୃବିବାଦ, ପଡ଼ୋଶୀଙ୍କ ସହ ସମ୍ପର୍କର ଅଭାବ ସାଙ୍ଗକୁ ଅର୍ଥନୈତିକ ସମସ୍ୟା ମାନସିକ ଶାନ୍ତିକୁ ନଷ୍ଟ କରିବ । ମଝିରେ ମଝିରେ ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ । ଯାତ୍ରା ଓ ବନ୍ଧୁମିଳନ, କଳା, ସାହିତ୍ୟ, ପ୍ରବଚନ, ଆଧ୍ୟତ୍ମିକ ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାରର ସମସ୍ୟାରେ ଛନ୍ଦିହୋଇ ବ୍ୟସ୍ତତା ଅନୁଭବ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନ କଲେ ପରେ ଅନୁତାପ କରିବାକୁ ପଡିବ । ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର୍ରକରି ଅନର୍ଥ ସୃଷ୍ଟି ହୋଇପାରେ। ଆଜିର ଶୁଭଫଳ ମଧ୍ୟରେ ଯାତ୍ରା, ବ୍ୟବସାୟରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
ତିନୋଟି କେନ୍ଦ୍ରସ୍ଥ ଗ୍ରହମାନଙ୍କ ଶୁଭପ୍ରଭାବରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁଙ୍କ ଆଦର, ଅଭ୍ୟର୍ଥନାରୁ ଖୁସି ରହିବେ । ଦୀର୍ଘଦିନରୁ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କେତେକ ବ୍ୟତିକ୍ରମ ଓ ପ୍ରତିବନ୍ଧକଜନିତ କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ । ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଜମିଜମା କାରବାର, ସଭାସମିତିରେ ସଫଳତା ଅର୍ଜନ କରିବେ । ବନ୍ଧୁଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳାଇପାରନ୍ତି ।
କନ୍ୟା
ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ ସିନା କିନ୍ତୁ କିଛି ବି କରିବେ ନାହିଁ। ଜମିଜମା କାରବାରରେ ଅର୍ଥ ଲାଭରୁ କିମ୍ବା କଳ୍ପନା ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । ସଭାସମିତି, କଳା, ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ।
ତୁଳା
ତୁଳା
ହାତକୁ ନେଇଥିବା କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ଲୋଡିବାକୁ ବାଧ୍ୟ ହେବେ । ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ। କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଘରଭଡାକୁ ନେଇ ସମସ୍ୟା ସୃଷ୍ଟି ହୋଇପାରେ।
ବିଛା
ବିଛା
ବୁଝାମଣାରେ ଭିନ୍ନତା ଯୋଗୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ସାମାଜିକ ସ୍ତରରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଈର୍ଷାନ୍ବିତ ପୂର୍ବକ ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ ।
ଧନୁ
ଧନୁ
ମନ ଅନୁଯାୟୀ କାମ ନ ହେଉଥିବାରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ସକାଳୁ ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ଜମିଜମା ବିବାଦ, ପରିବହନ, ନିର୍ମାଣ, ରାଜନୀତି, ପ୍ରଶାସନ, ବ୍ୟବସାୟ ପ୍ରଭୃତିରେ ଉନ୍ନତ ଧରଣର ସୁଫଳ ପାଇବାର ଆଶା ରହିଛି ।
କୁମ୍ଭ
କୁମ୍ଭ
ଦୂରସମ୍ପର୍କୀୟ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଭାବେ ଦୂର ଯାତ୍ରା କରିବାକୁ ପଡିପାରେ। ପରିବାର ଭିତରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ଦୀର୍ଘପଥ ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ ସିନା କିନ୍ତୁ କିଛି ଲାଭ ହେବନି।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ବହୁଳାଂଶରେ ଟେନସନ୍‌ କମିଯିବ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ । ଆର୍ଥିକ ଅନଟନର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମକୁ ବନ୍ଦ କରିବାକୁ ବାଧ୍ୟ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri