Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ
ଆପଣଙ୍କର ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। ଆର୍ଥିକ ସ୍ଥିତି, ସ୍ଥଗିତକାମ, ଆଲୋଚନା ଓ ଭ୍ରମଣ ପ୍ରଭୃତିରେ ବିଶେଷ ଅସୁବିଧା ହେବନାହିଁ। ପାପଗ୍ରହ ପ୍ରଭାବରେ ଘର କଥା ହେଉ କିମ୍ବା କର୍ମକ୍ଷେତ୍ରରେ ସବୁ କାମ ଗୋଳିଆ ରହିବ। ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ, କିନ୍ତୁ ସମ୍ପୂର୍ଣ୍ଣ ଭାବରେ ସନ୍ତୋଷଜନକ ହେବନାହିଁ। ଅର୍ଥସଂକଟ କେତେକ କାମକୁ ଅଟକାଇ ଦେଇପାରେ କିନ୍ତୁ ପ୍ରଶାସନ, ଆଇନ, କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରାୟତଃ ଅନୁକୂଳ ରହିବ।
ମିଥୁନ
ମିଥୁନ
ବିଭିନ୍ନ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ବିଷୟରେ ଉନ୍ନତ ମାନର ଫଳ ପାଇବେ । ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଅପରାହ୍ନେ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ପାଇଁ ବ୍ୟସ୍ତତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ମନକାରକ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବା ସହ କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ଆପଣ ନେଇ ପାରିବେ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଚେଷ୍ଟା କରୁଥିବା କାମରେ ସମ୍ପର୍କୀୟଙ୍କ ସହଯୋଗ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ ।
ସି˚ହ
ସି˚ହ
ଆପଣ ନିଜ ଲୋକମାନଙ୍କୁ ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା ସହଜରେ କରାଇ ଦେବନାହିଁ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ବାଧା ଉପୁଜିବାଜନିତ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ।
କନ୍ୟା
ମିତ୍ରକ୍ଷେତ୍ରସ୍ଥ ରାଶ୍ୟାଧିପତି କାରଣରୁ ସ୍ବାସ୍ଥ୍ୟ ଭଲ ନ ଥିଲେ ମଧ୍ୟ ବିଶେଷ ଅସୁବିଧା ହେବନି। ଅଭାବ ପୂରଣ ସକାଶେ ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ବାଣିଜ୍ୟ, ପରିବହନ ଓ ଯାତ୍ରା ସମ୍ପର୍କରେ ଦୁଶ୍ଚିନ୍ତା ବଢିପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନା ପ୍ରକାର କଥା କହିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ତର୍କ ଓ ବିବାଦ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି କରିବାର ଆଶଙ୍କା ରହିଛି। ସତର୍କତା ଅଭାବରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ ଏଣୁ ସାବଧାନତା ଅବଲମ୍ବନ କରିବା ଭଲ । ପାରିବାରିକ ସ୍ଥିତି, ବନ୍ଧୁସମ୍ପର୍କ, ସଭାସମିତିରେ ଆଲୋଚନା, କଚେରି ମାମଲା କ୍ଷେତ୍ରରେ ସୁଫଳ ପାଇବେ।
ବିଛା
ବିଛା
କାର୍ଯ୍ୟହାନିଜନିତ ମାନସିକ ଅସ୍ଥିରତା ଆପଣଙ୍କୁ ନିରୁତ୍ସାହିତ କରିପାରେ । ପାରିବାରିକ କ୍ଷେତ୍ର, ଆର୍ଥିକ ସ୍ଥିତି, ବ୍ୟବସାୟ, ପରିବହନ ଓ ମାଲିମକଦ୍ଦମା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । କ୍ରୀଡା, କଳା ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ଆଜି ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
ଧନୁ
ଧନୁ
ପାପଗ୍ରହ ପ୍ରଭାବରୁ ଶାରୀରିକ ଓ ମାନସିକ ସୁସ୍ଥତା ରହି ନ ପାରେ । ଅଫିସ୍‌ ଭିତରେ ଅଯଥା ତର୍କ ଓ ବିବାଦ ପରିସ୍ଥିତିକୁ ସଙ୍ଗିନ କରିପାରେ । ପିଲାମାନଙ୍କ ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ କ୍ଷେତ୍ରରେ ଆଶଙ୍କା ଜାଗ୍ରତ ହୋଇପାରେ । ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ ନାହିଁ ।
ମକର
ମକର
ମାନସିକ ଅସ୍ଥିରତା କାରଣରୁ ପରିବାରରେ ଭୁଲ୍‌ ବୁଝାମଣାଜନିତ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ । ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ । ଶ୍ରବଣା ନକ୍ଷତ୍ରର କାର୍ଯ୍ୟଦକ୍ଷତା ହେତୁ ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ପାପଗ୍ରହ ପ୍ରଭାବରେ କାର୍ଯ୍ୟବ୍ୟସ୍ତତାଜନିତ ମାନସିକ ଚାପ ବୃଦ୍ଧି ହେତୁ ସ୍ବାସ୍ଥ୍ୟହାନି ଘଟିପାରେ। ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଶତଭିଷା ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନିତ ମଧ୍ୟ ହୋଇପାରନ୍ତି।
ମୀନମୀନ
ସକାଳୁ ସକାଳୁ ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମନାନ୍ତର ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri