Posted inRasifala

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ
ଆଜିର ଦିନଟି ଆଲୋଚନା, ସଭା ସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ରହିବ। କିନ୍ତୁ ପରିବାର, ପରିବହନ, ଲୋକସମ୍ପର୍କ, ଯାନବାହନ ଦିଗରେ କିଛିଟା ସମସ୍ୟା ଆସିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା ତଥା ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ଆକସ୍ମିକ ଭାବରେ ସୁଯୋଗ ଆପଣା ଛାଏଁ ଆସିବ, କିନ୍ତୁ କିଛି ଲାଭ ହେବନି। ସହଯୋଗ ଅଭାବରୁ ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସଂପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ। ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ପ୍ରକାଶନ, ମନୋରଞ୍ଜନରୁ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ମନ ଯେମିତି ଚାହୁଁଛି ଠିକ୍‌ ସେମିତି କାମଗୁଡିକ ସମ୍ପନ୍ନ ହେବାରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ। କିନ୍ତୁ ଆରଦ୍ରା ନକ୍ଷତ୍ରର ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ ଓ ଅର୍ଥାବସ୍ଥାରେ ଉନ୍ନତି ଘଟିବ। ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଆଜି ଆପଣଙ୍କର ସାମାଜିକ ସ୍ଥିତି, ଅର୍ଥନୈତିକ ପ୍ରଗତି, ପାରିବାରିକ ପରିସ୍ଥିତିକୁ ସନ୍ତୁଳିତ କରି ରଖିବେ। ତଥାପି ଅଶ୍ଳେଷା ନକ୍ଷତ୍ରର ସାମୟିକ ଯାତ୍ରା କାଳୀନ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ଆଶଙ୍କା ରହିଛି।
ସି˚ହ
ସି˚ହ
ଅନ୍ୟମନସ୍କତା କିମ୍ବା ଅସାବଧାନତାବଶତଃ ଧନ ହାନି ଯୋଗ ମଧ୍ୟ ରହିଛି। କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକମାନଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହୋଇପଡିବ।
କନ୍ୟା
ନିଜେ ରହୁଥିବା ପରିବେଶର ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି। ସାମ୍ବାଦିକତାରେ ଉନ୍ନତି ଘଟିବ। ପରିସ୍ଥିତି ଯାହାଥାଉନା କାହିଁକି ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ତୁଳା
ତୁଳା
ଆଜି ଆପଣଙ୍କର ମନ ଅନୁଯାୟୀ କୌଣସି କାମ କରିବାରେ ଅସୁବିଧା ହେବ ନାହିଁ। କିନ୍ତୁ କୌଣସି ନୀଚ ଜାତିର ବ୍ୟକ୍ତି ସହ କଳହର ସମ୍ମୁଖୀନ ହେବାକୁ ପଡିବାର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ବିଛା
ବିଛା
ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି,ତାହା ଅବଶ୍ୟ ସାମାନ୍ୟ ବ୍ୟତିକ୍ରମ ଭିତରେ ସଫଳ ହେବ। ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ। ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଜମିଜମା କାରବାର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତହେବେ।
ଧନୁ
ଧନୁ
ମନ ବୁଝିଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସକାରାମତ୍କ କରିବାରେ ସମର୍ଥ ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଜମିଜମା, ଗୃହସୀମା, ପ୍ରଶାସନିକ ସ୍ତରରେ କୌଣସି ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମକର
ମକର
ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁଁ କୌଣସିଟା ଅଗ୍ରଗତି ହୋଇପାରିବ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହାୟତାରେ ପାରିବାରିିକ ତଥା ପ୍ରଶାସନିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। ନୂତନ ଯୋଜନା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଅର୍ଥ ସମ୍ପର୍କୀୟ କୌଣସି ବିବାଦ ବୃଦ୍ଧିପାଇବ। ନିଜ ଲୋକମାନେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଶତ୍ରୁତା କରିପାରନ୍ତି।
ମୀନମୀନ

ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବାର ଆଶ୍ୱସ୍ତି ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ଆନୁଷ୍ଠାନିକ କାର୍ଯ୍ୟାରମ୍ଭର ପ୍ରସ୍ତୁତି କରିବାରେ ସଫଳ ହେବେ। ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇଯିବ ା ନୂତନ ଗୃହ, ଯାନବାହାନାଦି ଯାନ୍ତ୍ରିକ ଦ୍ରବ୍ୟ ଲାଭ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri