Posted inRasifala

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ
ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ଅର୍ଥସମ୍ପର୍କୀୟ କଳହର ଆଶଙ୍କା ରହିଛି। ଗୃହ, ଭୂମି, ଗାଡ଼ିମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ଦେବାନେବା କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ।
ବୃଷ
ବୃଷ
ଆଶ୍ୱସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ଅଫିସକୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପରିସ୍ଥିିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ମଧ୍ୟ ସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଜି ପାଇବାର ସୂଚନା ମିଳିବ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ହୋଇପାରେ। ନିକଟସ୍ଥ ଈର୍ଷାପରାୟଣ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରତ୍ୟୁଷରୁ ତରବରିଆ ଯାତ୍ରା କରିବା ପୂର୍ବରୁ ଜିନିଷପତ୍ରକୁ ଆଉଥରେ ଦେଖିନେବା ଭଲ ହେବ। ଧାର ସୂତ୍ରରେ ଅର୍ଥ ପାଇବେ ଓ ନୂତନ ଜିନିଷ ଲାଭକରି ଖୁସୀ ହେବେ।
କନ୍ୟା
ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିପାରନ୍ତି। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। କଠିନ ଶ୍ରମ ସଙ୍ଗକୁ ଅନିଦ୍ରା ହେତୁକ ସାଧାରଣ ଜ୍ୱର ଓ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ,ବ୍ୟବସାୟରେ ସନ୍ତୋଷଜନକ ସୁଫଳଲାଭ କରିବେ। ଆକସ୍ମିକ ଭାବରେ ଆରକ୍ଷୀ କବଳିତ କଚେରି ମାମଲା ସକାଶେ ଚିନ୍ତା ବଢିପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
ଆଜି ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିପାରେ। ପାଖ,ପଡୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାର ଆଶା କରାଯାଇପାରେ। ପରିବାରରେ ବିଳାସ ବ୍ୟସନ ମଧ୍ୟରେ ସମୟଗୁଡିକ ଅତିବାହିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଭଲ ରହିବ।
ମକର
ମକର
ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ଉଦ୍ରେକ ହୋଇପାରେ। ବେଳ କାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେଲେ କୃତକାର୍ଯ୍ୟ ହୋଇପାରିବେ।
କୁମ୍ଭ
କୁମ୍ଭ
ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଜମିଜମା କାରବାର, ଯାନ୍ତ୍ରିକ ଶିଳ୍ପ, ନିର୍ମାଣକ୍ଷେତ୍ର, ସମସ୍ୟାମୁକ୍ତ ରହିବାର ସମ୍ଭାବନା ରହିଛି।
ମୀନମୀନ

ନକାରାତ୍ମକ ଚିନ୍ତାଧାରା ମାନସିକ ସ୍ଥିତିକୁ ବିଡମ୍ବିତ କରି ରଖିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦିପାରନ୍ତି। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ। ନିଜ ପରିସରରେ ଛୋଟ ଛୋଟ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri