Posted inRasifala

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ
ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ଅର୍ଥସମ୍ପର୍କୀୟ କଳହର ଆଶଙ୍କା ରହିଛି। ଗୃହ, ଭୂମି, ଗାଡ଼ିମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ଦେବାନେବା କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ।
ବୃଷ
ବୃଷ
ଆଶ୍ୱସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ଅଫିସକୁ ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପରିସ୍ଥିିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅର୍ଥଲାଭ ସଙ୍ଗକୁ ସାମାଜିକ ସ୍ତରରେ ମଧ୍ୟ ସମ୍ମାନିତ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ଧାର କରଜ, ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଜି ପାଇବାର ସୂଚନା ମିଳିବ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନଟା ଖୁସୀ ହୋଇପାରେ। ନିକଟସ୍ଥ ଈର୍ଷାପରାୟଣ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରତ୍ୟୁଷରୁ ତରବରିଆ ଯାତ୍ରା କରିବା ପୂର୍ବରୁ ଜିନିଷପତ୍ରକୁ ଆଉଥରେ ଦେଖିନେବା ଭଲ ହେବ। ଧାର ସୂତ୍ରରେ ଅର୍ଥ ପାଇବେ ଓ ନୂତନ ଜିନିଷ ଲାଭକରି ଖୁସୀ ହେବେ।
କନ୍ୟା
ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରିପାରନ୍ତି। ପରିବାରରେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। କଠିନ ଶ୍ରମ ସଙ୍ଗକୁ ଅନିଦ୍ରା ହେତୁକ ସାଧାରଣ ଜ୍ୱର ଓ ଦୁର୍ବଳତା ଦେଖାଦେଇପାରେ।
ତୁଳା
ତୁଳା
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ,ବ୍ୟବସାୟରେ ସନ୍ତୋଷଜନକ ସୁଫଳଲାଭ କରିବେ। ଆକସ୍ମିକ ଭାବରେ ଆରକ୍ଷୀ କବଳିତ କଚେରି ମାମଲା ସକାଶେ ଚିନ୍ତା ବଢିପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟହାନି କାରଣରୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
ଆଜି ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିପାରେ। ପାଖ,ପଡୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବାର ଆଶା କରାଯାଇପାରେ। ପରିବାରରେ ବିଳାସ ବ୍ୟସନ ମଧ୍ୟରେ ସମୟଗୁଡିକ ଅତିବାହିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଭଲ ରହିବ।
ମକର
ମକର
ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ଉଦ୍ରେକ ହୋଇପାରେ। ବେଳ କାଳ ଉଣ୍ଡି ଠିକଣା ସମୟରେ ଉଚିତ ପଦକ୍ଷେପ ନେଲେ କୃତକାର୍ଯ୍ୟ ହୋଇପାରିବେ।
କୁମ୍ଭ
କୁମ୍ଭ
ସାମୟିକ ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କଲେ ଉପକାର ମିଳିବ। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। ଜମିଜମା କାରବାର, ଯାନ୍ତ୍ରିକ ଶିଳ୍ପ, ନିର୍ମାଣକ୍ଷେତ୍ର, ସମସ୍ୟାମୁକ୍ତ ରହିବାର ସମ୍ଭାବନା ରହିଛି।
ମୀନମୀନ

ନକାରାତ୍ମକ ଚିନ୍ତାଧାରା ମାନସିକ ସ୍ଥିତିକୁ ବିଡମ୍ବିତ କରି ରଖିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦିପାରନ୍ତି। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ। ନିଜ ପରିସରରେ ଛୋଟ ଛୋଟ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri