Posted inRasifala

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ
ଆଜି କିଛିଟା ଭଲ ସହ ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗପୀଡା,ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ନିକଟ ସଂପର୍କୀୟମାନେ ନିଆଁରେ ଘିଅ ଢାଳିଲାପରି କଟୁ କଥା କହି ମାନସିକ ଆଘାତ ଦେଇପାରନ୍ତି। ଅବଶ୍ୟ ଆପଣ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ପ୍ରଯତ୍ନ କରିବେ।
ବୃଷ
ବୃଷ
ଆପଣଙ୍କ କଥା, କରୁଥିବା କାମକୁ ସରସ, ସୁନ୍ଦର କରିପାରିବ। ଆପଣ ଯେମିତି, ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ, ମାତ୍ର ଭଲ ପାଇବାକୁ କେନ୍ଦ୍ରକରି କୌଣସି ସମସ୍ୟାରେ ଜଡିତ ହୋଇପାରନ୍ତି। ଯେ କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା ଓ ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢ଼ିପାରେ।
ମିଥୁନ
ମିଥୁନ
ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ। ଏହା ସଙ୍ଗକୁ ଘରକୁ ଆସି ଫେରି ଯାଇଥିବା ବନ୍ଧୁ ପୁଣି ଲେଉଟି ଆସିବାରୁ ବ୍ୟସ୍ତତା ବଢିଯିବ। ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ।
କର୍କଟ
କର୍କଟ
ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ। ଅବଶ୍ୟ ଆପଣ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ। ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ। ସମସ୍ୟାଗୁଡିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ।
ସି˚ହ
ସି˚ହ
ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ। ହଜି ଯାଇଥିବା ଟଙ୍କା କିମ୍ବା ଦରକାରୀ କାଗଜପତ୍ର କୌଣସି ଅଲଗା ସ୍ଥାନରେ ରଖି ଚିନ୍ତିତ ଓ ବିରକ୍ତ ହୋଇପାରନ୍ତି। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଦେଶ ଯାତ୍ରାକୁ ମନବଳାଇବେ। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ପ୍ରତି ସଜାଗ ରହି କାମ କରିବା ଭଲ ହେବ।
କନ୍ୟା
ଭୁଲବୁଝାମଣାଜନିତ ବିଶୃଙ୍ଖଳିତ କାର୍ଯ୍ୟ ସମସ୍ୟା ସୃଷ୍ଟିର ମୂଳ କାରଣ ହେବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଶତ୍ରୁତା ଆଚରଣ କରିପାରନ୍ତି। ପାଟିତୁଣ୍ଡ ହୋଇ କଚେରି ପର୍ଯ୍ୟନ୍ତ ଯାଇପାରନ୍ତି। ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ସୁନା, ଅଳଙ୍କାର ହଜି ଯାଇପାରେ।
ତୁଳା
ତୁଳା
ପାରିବାରିକ ସମସ୍ୟା ସଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ଅସନ୍ତୁଳିତ ରହିବ। ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଯାତ୍ରା ସମୟରେ ସତର୍କତା ଅଭାବରୁ ଟଙ୍କା, ସୁନା ଚୋରି ହୋଇଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାଜନିତ ମନସ୍ତାପ ବୃଦ୍ଧି ପାଇବ।
ବିଛା
ବିଛା
ଲକ୍ଷ୍ୟଭ୍ରଷ୍ଟ ହୋଇ ଅସଲ କାମ ଛାଡ଼ି ମରୀଚିକା ପଛରେ ଦୌଡ଼ି ପାରନ୍ତି। ଛୋଟ ଛୋଟ କଥାକୁ କେନ୍ଦ୍ରକରି ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ପ୍ରତିକୂଳ ପ୍ରଭାବ ପଡିବ। ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ବ୍ୟବସାୟ, ପରିବହନ ଓ ଆନୁଷ୍ଠାନିକ କାମ କ୍ଷେତ୍ରରେ ଉପକୃତ ହୋଇପାରନ୍ତି।
ଧନୁ
ଧନୁ
ସମାଧାନ ସକାଶେ ସାହାଯ୍ୟ ସହଯୋଗ ପାଇଁ ବନ୍ଧୁ ଦ୍ୱାରସ୍ଥ ହେବେ। ଜମିଜମା କାରବାର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଅର୍ଥ ସମ୍ପର୍କୀୟ ଟଣାଓଟରା ଲାଗିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ମନର ଭାବକୁ ପ୍ରକାଶ କରିବା କ୍ଷେତ୍ରରେ ପଛେଇ ଯାଇପାରନ୍ତି।
ମକର
ମକର
ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିପାରନ୍ତି। କର୍ମକ୍ଷେତ୍ରରେ ଖଳ ଲୋକମାନଙ୍କ କୃତ ଅପମାନଜନକ ସ୍ଥିତିରୁ ସହକର୍ମୀଙ୍କ ସହାୟତାରେ ରକ୍ଷାପାଇବେ। କିନ୍ତୁ ଉତ୍ତରାଷାଢା ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମ ଓ ଆଲୋଚନାରେ ସଫଳତା ଯୋଗୁ ମନ ଖୁସି ରହିବ।
କୁମ୍ଭ
କୁମ୍ଭ
ପାରିବାରିକ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କୌଣସି କ୍ଷେତ୍ରରେ ଅଧୈର୍ଯ୍ୟ ହୁଅନ୍ତୁ ନାହିଁ ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ମନକୁ ଦୁଃଖ ଦେବା ଭଳି ମନ୍ତବ୍ୟ ଦେବେ।
ମୀନମୀନ

କାର୍ଯ୍ୟସିଦ୍ଧି କାରଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ଅତୀତ ଘଟଣାକୁ ନେଇ ଯେତିକି ଯେତିକି ଅଧିକ ଭାବୁଥିବେ ସେତିକି ସେତିକି ମନଟା ଅଧିକ ଖରାପ ଲାଗିବ। ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?