Posted inRasifala

ରାଶିଫଳ: ରବିବାର, ମେ ୩ ତାରିଖ – Daily Horoscope

ମେଷ
ଆଜିର କାମ ଗୁଡିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ନିଜ ପରିସରର ବନ୍ଧୁଙ୍କ ସହିତ ଖୁସିର ଆସର ଜମିପାରେ। ପ୍ରଶାସନ,ଆନୁଷ୍ଠାନିକ କା, ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବୃଷ
ବୃଷ
ଦୀର୍ଘଦିନହେଲା ଆପଣ ଯାହା ଖୋଜୁଛନ୍ତି,ତାହା ଅବଶ୍ୟ ପାଇବେ କିନ୍ତୁ ସାମାନ୍ୟ ବିଳମ୍ବରେ। ବନ୍ଧୁ ମାନଙ୍କ ସହ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ। ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ମିଥୁନ
ମିଥୁନ
ଖୁସୀ ମିଜାଜରେ କାମ କରିବାର ସୁଯୋଗ ପାଇବେ। ଖୋଜୁଥିବା ଜିନିଷ ,ଦରକାରୀ କାଗଜପତ୍ର କିମ୍ବା ସରକାରୀ ସୁବିଧା ସହଜରେ ପାଇଯିବେ। ମନୋରନ ପ୍ରୀତିପ୍ରଦ ହେବ ଓ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ କିନ୍ତୁ କର୍ମକ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅତୀତ ଘଟଣାର ସମୀକ୍ଷା କରିବା ସଙ୍ଗକୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଏବଂ କଣସି ନୂତନ କର୍ମାରମ୍ଭ କରିପାରନ୍ତି। ନୂତନ ଗୃହୋପଯୋଗୀ ଜମିଜମା ସମ୍ପର୍କୀୟ କଥାରେ ଅଗ୍ରଗତି ଘଟିବ। ସାହିତ୍ୟ,କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। ପାରିବାରିକ ସ୍ତରରେ କିଛିନା କିଛି ଅସୁବିଧା ସୃଷ୍ଟି ହେବାର ଲକ୍ଷ୍ୟ କରିବେ। ପୂର୍ବା-ଫାଲଗୁନୀ ନକ୍ଷତ୍ରର ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ ,ବାଣିଜ୍ୟ ଓ ଏଜେନ୍ସିପରୁ ଖୂସି ରହିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି ପାରନ୍ତି।
କନ୍ୟା
ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆଜିହିଁ ସମାଧାନ ହୋଇଯିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିନପାରେ। ନିକଟ ସମ୍ପର୍କୀୟ ମାନଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ହେତୁ ଅନ୍ୟ ମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ। ସାଧାରଣ ଭଲ ଓ ମନ୍ଦ ମଧ୍ୟରେ ପାରିବାରିିକ ସଦ୍ଭାବ ପ୍ରାୟତଃ ଅକ୍ଷୁର୍ଣ୍ଣ ରହିବ।
ତୁଳା
ତୁଳା
ପରିବାରର ଆବଶ୍ୟକତା କୁ ଉପଲବ୍ଧତ୍ କରି ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ସରକାରୀ ସ୍ତରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ଶତ୍ରୁ ଉପଦବ୍ର ସମ୍ପୁର୍ଣ୍ଣ ଭାବେ କମିଯିବା ସଙ୍ଗକୁ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଅଯଥା ବ୍ୟସ୍ତ ବିବ୍ରତ ନହୋଇ ତରବରିଆ ଭାବେ କୈାଣସି କାମ କଲେ ସବୁ ଓଲଟ ପାଲଟ ହୋଇଯିବ। ଅନୁରାଧା ନକ୍ଷତ୍ର ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ସାମୟିକ ଯାତ୍ରାରେ ଅସୁବିଧା ଘଟିପାରେ। ଆଜିର ଅଧିକାଂଶ ସମୟ ବନ୍ଧୁ ମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ,କାରଣ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ଡାକି ଆଣିପାରନ୍ତି। ପରିବାର ଓ ପରିବହନରେ ସମସ୍ୟା ଦେଖାଦେବ କିନ୍ତୁ ଆର୍ଥିକ ଉନ୍ନତି ପାଇଁ ଚିନ୍ତା ପ୍ରକଟ କରି ପାରନ୍ତି।
ମକର
ମକର
ଆଜି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ,ଅସୁବିଧାରେ ପଡି ପାରନ୍ତି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଏବଂ ମାଙ୍ଗଳିକ କାମରୁ ଖୁସି ରହିବେ। ଥଣ୍ଡା ଜ୍ୱର ଜନିତ ରୋଗରେ ପୀଡା ବୃଦ୍ଧି ଘଟିବାର ଆଶଙ୍କା ରହିଛି। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପର କ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ସାମନା କରିବାରେ ଅଧୈର୍ଯ୍ୟ ହେବା ସହ ଅଯଥା ଗୁଡାଏ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି। ଦୁଃସାହାସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଭଲ୍‌ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ,ବାଣିଜ୍ୟ, ବ୍ୟବସା.ପ୍ରଶାସନ କ୍ଷେତ୍ରରେ ସଫଳତା ହାସଲ କରିବେ।
ମୀନମୀନ

ଆଜି ଆପଣ କୈାଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁ ମାନଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରାର ସୁଯୋଗ ପାଇବେ। ଆଲୋଚନା କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି। ପରିବହନ,ବ୍ୟବସାୟ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri