Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ
ଆଜି ଏକାଧାରରେ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ରାଗି ଯାଇଥିବା ଅବୁଝା ବନ୍ଧୁମାନଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ। ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ
ଅଯାଚିତ ଭାବରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କେତେକ ସାଧାରଣ କଥାକୁ କେନ୍ଦ୍ର କରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସାଙ୍ଗକୁ ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଯେତେ ଭଲ କାମ କଲେ ମଧ୍ୟ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ଆଜି ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ। ଚେଷ୍ଟା କରୁଥିବା କାମରେ ସାମାନ୍ୟ ସଫଳତା ବିଳମ୍ବରେ ପାଇବେ।
କର୍କଟ
କର୍କଟ
ଆଜି ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ, କିନ୍ତୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କମ୍ପାନୀ ତରଫରୁ ଆଦେଶପ୍ରାପ୍ତ ହୋଇ ଦୂରଭ୍ରମଣର ସୁବିଧା ଲାଭ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତା ପ୍ରକଟ କରିପାରନ୍ତି।
କନ୍ୟା
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି। ପରକଥାରେ ପଡି ଭୁଲ୍‍ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ସାମାଜିକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା ହଇରାଣ ହେବାକୁ ପଡିପାରେ। ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜ ନିଜର ସାଙ୍ଗସାଥୀମାନଙ୍କ ମଧ୍ୟରେ ସାମୟିକ ଅଶାନ୍ତି ଦେଖାଦେଇପାରେ। ଅଫିସ୍‌ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମକର
ମକର
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ, ତାହା ଅବଶ୍ୟ ସଫଳ ହେବ। ଘରର କେତେକ ଅତ୍ୟାବଶ୍ୟକ ଜିନିଷକୁ ଆଣିବାକୁ ବାଧ୍ୟ ହେବେ। ଅପରାହ୍ନରେ କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ଅସଜଡା ପରିସ୍ଥିତିକୁ ସଜାଡି ନେବାର ପ୍ରୟାସ କରି ନିଶ୍ଚିତ ସଫଳତା ପାଇବେ। ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ସହଜ ଓ ସୁବିଧାରେ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ ହୋଇଯିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବା ସମ୍ଭାବନା ରହିଛି।
ମୀନମୀନ
ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ପରିସରରେ ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ଜିଦ୍‌ଖୋର ପ୍ରବୃତ୍ତି ଯୋଗୁଁ ହଇରାଣ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri