Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଦ୍ୱାଦଶଚନ୍ଦ୍ର ହେତୁ ଦୂ ରଯାତ୍ରା କରିପାରନ୍ତି ,କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ। ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନଏବଂ ବାଣିଜ୍ୟ, ଶିଳ୍ପକ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ।
ବୃଷ
ବୃଷ
ଶୁଭଗ୍ରହ ପ୍ରଭାବରେ ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। କିନ୍ତୁ ଅନ୍ୟଦ୍ୱାରା ପ୍ରଭାବିତ ହେଲେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସକରି ହଇରାଣରେ ପଡ଼ିଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳି ତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ।
କର୍କଟ
କର୍କଟ
ଚନ୍ଦ୍ର ପ୍ରଭାବରେ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି। ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳିଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥକରି ସଫଳତା ହାସଲ କରିପାରିବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି ।
କନ୍ୟା
ପାପଗ୍ରହ ଜନିତ ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ କାଟିବେ ।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା
ବିଛା
ଦୂରଯାତ୍ରା ଜନିତ ଆଜି କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ବ୍ୟବସାୟିକ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭକରିବେ। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ଆକସ୍ମିକ କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରଶାସନ, ପ୍ରକାଶନ,ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଅସୁସ୍ଥତା ଓ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ ନେଇ ବ୍ୟସ୍ତତା ବଢ଼ିବ ।
କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ଓ ପାରିବେ ମଧ୍ୟ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନାକରି ସମାଧାନରେ ଉପନୀତ ହୋଇପାରନ୍ତି। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri