Posted inRasifala

ରାଶିଫଳ: ଶନିବାର , ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ
ରାଶିକୁ ମଙ୍ଗଳଙ୍କ ଦୃଷ୍ଟି ହେତୁ ଆଜି କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବ। ସହମତିତା କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ବୃଷ
ବୃଷ
ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଗୁରୁଚାଣ୍ଡାଳ ଯୋଗ ପ୍ରଭାବରୁ ସମସ୍ୟା କମିବା ବଦଳରେ ବିଶେଷ ଭାବେ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।
ମିଥୁନ
ମିଥୁନ
ଶୁକ୍ରଙ୍କ ସୁପ୍ରଭାବରେ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିବାରେ ସାହାଯ୍ୟ କରିବ। ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ଆତ୍ମୀୟଙ୍କ ମିଥ୍ୟାରୋପ ଅଶାନ୍ତିର ମୁଖ୍ୟ କାରଣ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
କାମଟିକୁ ସୁରୁଖୁରୁରେ କରିପାରିବା କାରଣରୁ ଟେନସନ୍‌ କିଛି ମାତ୍ରାରେ କମିଯିବ। ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ଚନ୍ଦ୍ର ସହ ବୁଧ ସମ୍ପର୍କଜନିତ ସଭାସମିତିରେ କାହା ସହ କାହା କଥା ମିଶିବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଖୁସି ରହିପାରନ୍ତି।
ସି˚ହ
ସି˚ହ
ଆଜି କର୍ମକ୍ଷେତ୍ରର ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ଶୁକ୍ରଙ୍କ ସ୍ଥିତିରୁ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କାୈଣସି କ୍ଷେତ୍ରରେ ଭାଙ୍ଗି ପଡ଼ନ୍ତୁ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ହଠାତ୍‌ କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ପାରିବାରିକ କ୍ଷେତ୍ରରେ ଅର୍ଥ ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ବୁଧାଦିତ୍ୟ ଯୋଗରୁ ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଆଜିର ଯାତ୍ରା, ନୂତନ କର୍ମାରମ୍ଭ ଓ ଚୁକ୍ତିପତ୍ର ସକାଶେ ବହୁତ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ଛୋଟବଡ଼ ସମସ୍ୟାର ସରଳ ସମାଧାନ କରି ଏକପ୍ରକାର ଆନନ୍ଦ ଅନୁଭବ କରିପାରନ୍ତି। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଶନିଙ୍କ ପ୍ରଭାବରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ବିଛା
ବିଛା
ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ ଚର୍ଚ୍ଚା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ଦ୍ୱାଦଶସ୍ଥ କେତୁଯୁକ୍ତ ମଙ୍ଗଳଜନିତ ଶାରୀରିକ ସୁସ୍ଥତା ରହି ନ ପାରେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଶନିଙ୍କ ସ୍ଥିତି କାରଣରୁ ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ପଡ଼ୋଶୀଙ୍କ ଶ୍ଳେଷାତ୍ମକ କଥାକୁ ଠିକ୍‌ ଭାବେ ବୁଝିବା କଷ୍ଟକର ହୋଇପାରେ।
ମକର
ମକର
ପରିବାରର ପରିସ୍ଥିତିକୁ ଆଖି ଅଗରେ ରଖି ଧାର କରଜ କରିବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କାରଣରୁ ପାଖ ମାଡିବେ ନାହିଁ। ପାପଯୁକ୍ତ ଗୁରୁ ହେତୁ ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନର ଆଶା ପୂରଣ ହେବ ଏବଂ ଅଧାପନ୍ତରିଆ କାର୍ଯ୍ୟଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ଶୁକ୍ରଙ୍କ ପ୍ରଭାବରେ ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳାଇପାରନ୍ତି। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ ନତୁବା ହରାଇପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ସପ୍ତମସ୍ଥ ଏକାଧିକ ଗ୍ରହ ପ୍ରଭାବରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବା ହେତୁ ବିବାଦୀୟ ସ୍ଥିତି ଦୂର ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri