Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ
ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ଆପଣଙ୍କୁ ନିରୁତ୍ସାହିତ କରିପାରେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ , କାରଣ ଏହି ଦିଗପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ । ତଥାପି ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ ଓ ଆର୍ଥିକ ଉନ୍ନତି ଘଟିବ।
ବୃଷ
ବୃଷ
ଆପଣ ସ୍ତ୍ରୀଙ୍କ ମତଭେଦ କିମ୍ବା ଅସୁସ୍ଥତା କିମ୍ବା କୈାଣସି ମହିଳାଙ୍କ ପ୍ରତି ଆଶକ୍ତି ଜନିତ ମିଥ୍ୟାରୋପ ଲାଗିପାରେ । ବ୍ୟବସାୟ, ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଖର୍ଚ୍ଚାନ୍ତ କରାଇ କାମ ହାସଲରେ ସହାୟକ ହେବ । ନୂତନ କାମର ପରିକଳ୍ପନା କରିବେ । ଘରକୁ ବହୁତ ଦିନରୁ ଇଚ୍ଛା କରି ମଧ୍ୟ ଆଣି ପାରି ନଥିବା ଜିନିଷଟି ଆଜି ଆଣିପାରନ୍ତି।
ମିଥୁନ
ମିଥୁନ
ଆପଣଙ୍କୁ ନିଜର ଘର କାମ ସଙ୍ଗକୁ ବନ୍ଧୁ ମାନଙ୍କ କାମକୁ ମଧ୍ୟ ଅଗ୍ରାଧିକାର ଭିତରେ କରିବାକୁ ପଡିବ । ଆଜିର ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ହେବ । ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କର୍କଟ
କର୍କଟ
ନୂତନ ସ୍ଥାନ, ନୂଆଁ କାମ, ଅଜଣା ଲୋକ ମାନଙ୍କ ସଂସ୍ପର୍ଶରେ ଆସି ଆଜି ଏତେଦୂର ବ୍ୟସ୍ତ ରହିବେ ଖାଇବାକୁ ମଧ୍ୟ ସମୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଫାଇଲ୍‌ କାମ, ଯାନ୍ତ୍ରିକ ତ୍ରୁଟି, ମିଟିଙ୍ଗ୍‌ ପ୍ରଭୃତିରେ ଜଞ୍ଜାଳ ବୃଦ୍ଧି ପାଇବ । ପରିବାର ପ୍ରତି ବିମୁଖ ପରିଲକ୍ଷିତ ହେବ। ବାଣିଜ୍ୟ, ବ୍ୟବସାୟ ,ପରିବହନ, ବାଧାପ୍ରାପ୍ତ ହୋଇପାରେ।
ସି˚ହ
ସି˚ହ
ଆପଣଙ୍କ ପରୋକ୍ଷରେ ଅନ୍ୟମାନେ ପଛରେ ବିଭିନ୍ନ ପ୍ରକାରର ସମାଲୋଚନା କରିପାରନ୍ତି। କେତେକ ପରିସ୍ଥିତିରେ ଆପଣଙ୍କ ମନ କଥା ଅପ୍ରକାଶ୍ୟ ରହିଯିବ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ତ ହୋଇପାରନ୍ତି। ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ, ଅବଶ୍ୟ କିଛି ଘରୋଇ କଥାକୁ କେନ୍ଦ୍ରକରି ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ମରିଚିକା ପଛରେ ଗୋଡାଇ ହତାଶ ହେବେ। ବିଭିନ୍ନ ପ୍ରକାରର ସମସ୍ୟାର ସାମନା କରିବାକୁ ପଡିବ। ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଯାହା ବିଷୟରେ ଆଲୋଚନା କରୁଥିବେ ତାହାକୁ ହଠାତ୍‌ ଅତି ନିକଟରେ ଦେଖି ହଡ଼ବଡ଼େଇ ଯାଇ ପାରନ୍ତି।
ତୁଳା
ତୁଳା
ଆପଣଙ୍କ ସକାଶେ ଘର ଲୋକମାନଙ୍କ ବ୍ୟସ୍ତ ଓ ବିବ୍ରତାକୁ ଲକ୍ଷ୍ୟ କରି ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ କୈାଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ନିଜ ଆଡକୁ ଅଙ୍ଗୁଳି ଦେଖାଇପାରନ୍ତି। ଆକସ୍ମିକ ଭାବେ ଆର୍ଥିକ ଅଭାବ ଇଚ୍ଛାପୂରଣରେ ବାଧା ସୃଷ୍ଟି କରିବ। ନିର୍ମାଣ ଓ କଳା, ସାହିତ୍ୟ କ୍ଷେତ୍ରରେ ସୁନାମକୁ ନିକଟସ୍ଥ ବ୍ୟକ୍ତିମାନେ ଈର୍ଷାନ୍ବିତ ହୋଇପାରନ୍ତି।
ବିଛା
ବିଛା
ସତର୍କତା ଅଭାବରୁ ଆଜି ଭଲ ରୂପେ ନ ବୁଝି ନ ଶୁଝି ସରଳ ବିଶ୍ୱାସ କରି ଠକିଯାଇ ପାରନ୍ତି। ନିଜ ପରିସରର ଲୋକମାନେ ଅପଯଶ ଗାଇ ବୁଲିବେ ଯଦ୍ୱାରାକି ଆପଣଙ୍କ ମନୋବଳ ହ୍ରାସ ପାଇବ। କେତେକ କ୍ଷେତ୍ରରେ ଶୀଘ୍ର ନିଷ୍ପତି ନେବାକୁ ବାଧ୍ୟ ହୋଇ ଦ୍ୱନ୍ଦରେ ପଡି ପାରନ୍ତି। ଦ୍ରବ୍ୟଲାଭ, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ଏକ ପ୍ରକାର ଖୁସୀ ରହିବ ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରକ୍ଷା ନ କଲେ ଅର୍ଥହାନୀ ଓ ଶରୀର ପୀଡାରୁ କଷ୍ଟ ପାଇବେ। ଆଗାମୀ ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟରେ ଆଜି ଋଣ ସୂତ୍ରରେ ଅର୍ଥଲାଭ କରିବେ। ଅଫିସ୍‌ କାମରେ ସହକର୍ମୀ ରାଗି ଦି’ପଦ ଶୁଣାଇ ଦେଇ ପାରନ୍ତି, କିନ୍ତୁ କାମଟି ଶେଷରେ କରିଦେଇପାରନ୍ତି।
ମକର
ମକର
ଆଜି ଏହିଭଳି କୈାଣସି ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ ଯେପରିକି କଣ କରିବେ କିମ୍ବା କଣ ନ କରିବେ ହଠାତ୍‌ କିଛି ଠିକ୍‌ କରି ପାରିବେ ନାହିଁ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ଆର୍ଥିକ ସ୍ଥିତି ଭଲ ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେବା ସଙ୍ଗକୁ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ତ ଆସିବ, ମାତ୍ର ଆପଣ ବ୍ୟସ୍ତ ନ ହୋଇ ଧୀରସ୍ଥିର ଭାବରେ କାମ କଲେ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ । ଶିଳ୍ପ,ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ନିଜ ନିଜ ଭିତରେ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ । ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇପାରେ।
ମୀନମୀନ
ଆପଣଙ୍କର ଅତୀତରେ ଯିଏ ଶତ୍ରୁତା କରୁଥିଲା ସେ ମଧ୍ୟ ଆପଣା ଆଡୁ ସାହାଯ୍ୟ ସହଯୋଗର ହାତ ବଢାଇବ। କର୍ମକ୍ଷେତ୍ରରେ ସମସ୍ୟାଗୁଡିକ ଆପଣାଛାଏଁ ସୁଧୁରି ଯିବ। ଅନ୍ୟମାନଙ୍କ ମନକୁ ମନେଇ କିମ୍ବା ପିଠି ଥାପୁଡ଼େଇ କାମ ହାସଲ କରିବେ। କଳା,ସାହିତ୍ୟ ପ୍ରତି ଅନୁରାଗ ବଢିବ ଓ ପ୍ର୍ରଶଂସିତ ମଧ୍ୟ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟକୁ ମନ ବଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ସହ ସତ୍‍ସଙ୍ଗର ସୁଯୋଗ ପାଇବେ। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଯାତ୍ରା, ବ୍ୟବସାୟ, ପରିବହନ, ରାଜନୀତି ପାଇଁ ବହୁତ ଭଲ। ମାତ୍ର କର୍ମ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ…

ରାଶିଫଳ: ବୁଧବାର, ମେ ୬ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରୁ ବ୍ୟକ୍ତିତ୍ୱର ପରିପ୍ରକାଶ ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା…

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ…

ରାଶିଫଳ: ସୋମବାର, ମେ ୪ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ପ୍ରଭାବରେ ଯାତ୍ରା, ବିବାଦ ପ୍ରଭୃତିରୁ ଦୂରେଇ ରହିବା ଭଲ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ପରୋକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri