Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମଗୁଡ଼ିକ ଅଟକିବ ନାହିଁ । ସହକର୍ମୀ କିମ୍ବା ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ନିଜ ଲୋକଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବାର ଆଶଙ୍କା ରହିଛି । ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଲୋଚନା ପରିସରରେ ସତର୍କତାର ସହ କଥାବାର୍ତ୍ତା ନ କଲେ ଅପଦସ୍ଥ ହୋଇପାରନ୍ତି। ସାୟାହ୍ନେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଅର୍ଥାଭାବ କେତେକ କାମକୁ ଅଟକାଇ ଦେଇପାରେ । ଆଜିର ଯାତ୍ରା ସମୟରେ କୌଣସି ଅଜଣା ବନ୍ଧୁଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ମଉଜିଆ କଥା କହି ଅନ୍ୟକୁ ଆପଣାର କରିବେ, ଯାହାକି କାମ ହାସଲରେ ସାହାଯ୍ୟ କରିବ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ, କିନ୍ତୁ ରାଜନୈତିକ ସ୍ଥିତି ସରଗରମ ରହିବ ।
ସି˚ହ
ସି˚ହ
ଅଧିକାଂଶ ସମୟ ଆର୍ଥିକ ଅନଟନ, ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପୁନଶ୍ଚ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ମାନସିକ ସ୍ଥିତି ଭଲ ନ ଥିବା କାରଣରୁ ସବୁ ପ୍ରକାର ସୁବିଧା ଥାଇ ମଧ୍ୟ ଅଶାନ୍ତ ରହିବେ। ଅଧିକାଂଶ ସମୟରେ ଅପୂରଣୀୟ ଆଶା ମନରେ ନିରାଶା ଭାବ ସୃଷ୍ଟି କରିବ। ଅବଶ୍ୟ କେତେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରୁ ଉତ୍ସାହିତ ହେବେ। ଗୃହସଜ୍ଜାରେ ମନୋନିବେଶ କରିବେ ଓ ପଡ଼ୋଶୀଙ୍କ ନିକଟରୁ ସାହାଯ୍ୟ ମଧ୍ୟ ପାଇବେ ।
ତୁଳା
ତୁଳା
ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଦିନ ଗୋଟାଏ ପରେ ଏକପ୍ରକାର ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହେବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ଆକସ୍ମିକ ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ଧାର କରଜ କରି ଚଳାଇନେବେ । କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।
ଧନୁ
ଧନୁ
ଆଜି ଦିନଟିରେ ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ସଭାସମିତି, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଆଲୋଚନା ଅବକାଶରେ କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ ା ଅଫିସ୍‌ କାମରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ ।
ମକର
ମକର
ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରି ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ହଠାତ୍‌ ବନ୍ଧୁମାନଙ୍କ ଅନୁରୋଧକ୍ରମେ ଦୂରଯାତ୍ରାର ସୁଯୋଗ ପାଇବେ। ଜମିଜମା ବିବାଦର ସମାଧାନ ହେବା ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଆତ୍ମୀୟମାନଙ୍କ ସହଯୋଗରେ ସହଜ ଓ ସୁବିଧାରେ ଆଜିର କାମଗୁଡ଼ିକ ସମ୍ପନ୍ନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅନ୍ୟମାନଙ୍କର ପ୍ରତିବନ୍ଧକ ଯୁକ୍ତ କାମ ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ। ପରିବାରରେ ପୁତ୍ରକନ୍ୟା ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
ଈର୍ଷାପରାୟଣ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ନିର୍ମାଣ ଓ ପରିବହନରେ ସଫଳତା ହାସଲ କରିବେ ଓ ଜମା ଧନ ବୃଦ୍ଧି ପାଇବ । ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । କେତେକ କ୍ଷେତ୍ରରେ ଜିଦ୍‌ଖୋର କାର୍ଯ୍ୟକଳାପ ଯୋଗୁ ହଇରାଣ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri