Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମ୍ପର୍କରେ ଏଣୁତେଣୁ କେତେ ଗୁଡ଼ାଏ କଥା ଚିନ୍ତାକରି ମନକୁ ବିଷାକ୍ତ କରିବେ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା କାରଣରୁ ମନ ମଧ୍ୟ ଭଲ ରହି ନ ପାରେ । ମଉଜିଆ କଥା କହି ବନ୍ଧୁମାନଙ୍କ ଗହଣରେ ପରିସ୍ଥିତିକୁ ହାଲ୍‌କା କରିପାରନ୍ତି। ଅତି ଭଲ ପାଉଥିବା ବନ୍ଧୁଟି ପ୍ରତି କିଛି ସାହାଯ୍ୟ କରିବା ଭଲ ହେବ ।
ବୃଷ
ବୃଷ
ଆଜି ସକାଳୁ ସକାଳୁ ଘର କଥା, ପରିଶୋଧ କରିବାକୁ ଥିବା ଋଣ ବିଷୟରେ ଚିନ୍ତା କରିପାରନ୍ତି। କର୍ମକ୍ଷେତ୍ରରେ ସ୍ନେହ, ସହାନୁଭୂତି ଯୋଗୁ ସମସ୍ୟା ଓ ଦୁଃଖକୁ କିୟଦ୍‌ କ୍ଷଣ ପାଇଁ ଭୁ ଲିଯିବେ। ମନ ଭିତରେ ଘାରି ହେଉଥିବା ଘଟଣାଗୁଡ଼ି କ ସମାଧାନ ସକାଶେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ । ଆତ୍ମୀୟମାନଙ୍କ ଭିନ୍ନ ଚିନ୍ତାଧାରାର ସମାଲୋଚନାକରି ପାରନ୍ତି।
ମିଥୁନ
ମିଥୁନ
ଘଟଣା ସମ୍ପର୍କରେ ଅବଗତ ପୂର୍ବକ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ହେତୁ କୌଣସି ନିଷ୍ପତ୍ତି ନେବାରେ ବିଳମ୍ବ ହେବ। ପରକଥାକୁ ସତ ମନେକରି କାମ କରିଚାଲିଲେ ଖାଲରେ ପଡିପାରନ୍ତି। ପରୋକ୍ଷ ଶତ୍ରୁତା ମଧ୍ୟ ସାମୟିକ ଦୁଶ୍ଚିନ୍ତାର କାରଣ ହେବ। ଆର୍ଥିକ ସ୍ଥିତି, ଦୂରଯାତ୍ରା, ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ ।
କର୍କଟ
କର୍କଟ
ଘାତ ପ୍ରତିଘାତ ମଧ୍ୟରେ କର୍ମକ୍ଷେତ୍ରରେ ଉତ୍‌ଥାନ ପତନ ଲାଗି ରହିବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଶିଳ୍ପ, ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବା କାରଣରୁ ଘରୁ ଗାଳି ଖାଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ସାମାଜିକ ସ୍ତରରେ ଅଥବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଖାମଖିଆଲି କାର୍ଯ୍ୟପଦ୍ଧତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯାଇପାରେ । ଆଜି ସକାଳୁ ସକାଳୁ ବୁଲିବା ସାଙ୍ଗକୁ କିଛି ନୂତନ ଖବର ମଧ୍ୟ ପାଇ ଖୁସି ହୋଇଯିବେ। ଆଇନ ଅଦାଲତ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ କାମକୁ ପ୍ରାଧାନ୍ୟ ଦେଇପାରନ୍ତି।
ତୁଳା
ତୁଳା
ଆଦୌ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ମାନସିକ ଅସ୍ଥିରତା ସାଙ୍ଗକୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଗତକାଲିର ଯୋଜନା ଠିକ୍‌ ଭାବରେ ସମ୍ପନ୍ନ କରିବା ପାଇଁ ବହୁ ପ୍ରକାର ଚେଷ୍ଟା କରିପାରନ୍ତି। ଆଜି ନୂଆ ସୌଖୀନ ଦ୍ରବ୍ୟ କିଣିବା ପାଇଁ ମନ ବଳାଇପାରନ୍ତି।
ବିଛା
ବିଛା
ଦୂରସ୍ଥ ବନ୍ଧୁଙ୍କୁ ମନେପକାଇ ମନ ବ୍ୟାକୁଳିତ ରହିବ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ ଓ ଖୁସିର ଆସର ଜମିପାରେ । ବିବାଦୀୟ ପରିସ୍ଥିତିରେ କିଛି ଅଘଟଣ ଆଶଙ୍କା କରି ବ୍ୟସ୍ତତା ଅନୁଭବ କରିପାରନ୍ତି।
ଧନୁ
ଧନୁ
ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ଚୋରି ଜନିତ ଧନହାନିର ସୂଚନା ରହିଛି । ଜମା ପଟୁ ନ ଥିବା ବ୍ୟକ୍ତିମାନଙ୍କ ଦ୍ୱାରା ସମସ୍ୟା ଭିତରକୁ ଟାଣିହୋଇ ପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ । ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କାମଗୁଡ଼ିକ ମଧ୍ୟ ଆଶାନୁରୂପ ନ ହେବା କାରଣରୁ ମନ ଭଲ ରହି ନ ପାରେ। ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ପ୍ରକାଶ୍ୟରେ କିଛି କହିପାରିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ କଳା, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ । ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ।
କୁମ୍ଭ
କୁମ୍ଭ
ଯାତ୍ରାକଳୀନ ନିର୍ଦ୍ଦିଷ୍ଟ ସ୍ଥାନରେ ଉପସ୍ଥିତ ନ ଥିବା ବନ୍ଧୁଙ୍କୁ ଅପେକ୍ଷାକରି ବିରକ୍ତ ହେବେ । ଅଫିସରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କାମରୁ ଉପକାର ମିଳିବ। ପ୍ରଶାସନ, ଆଇନ, କଳା, ସାହିତ୍ୟ, ସଂସ୍କୃତି, ଗବେଷଣା,କ୍ରୀଡ଼ା,ଚଳଚ୍ଚିତ୍ରାଦି କ୍ଷେତ୍ରରେ ସୁଫଳ ପାଇବେ ।
ମୀନମୀନ
ପ୍ରତ୍ୟେକ ଦିଗରୁ ସାହାଯ୍ୟ ସହଯୋଗ ଲାଭକରି ଆରମ୍ଭ କରିଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭଫଳ ମିଳିବ। ପରିବାର ଭିତରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ଉପୁଜିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri