Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ
ଆଜି ରବି ରେବତୀ ନକ୍ଷତ୍ରରେ ରହିଥିବାରୁ ଦ୍ୱିଜା ଓ କୃତ୍ତିକା ନକ୍ଷତ୍ରଙ୍କ ମିତ୍ରତା ବୃଦ୍ଧି ଘଟିବ । କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ।
ବୃଷ
ବୃଷ
ଆନୁଷ୍ଠାନିକ କାମ ସକାଶେ ରୋହିଣୀ ନକ୍ଷତ୍ର ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିପାରେ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ । ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ଅଷ୍ଟମଭାବସ୍ଥ ମଙ୍ଗଳ ସୁରଗୁରୁଙ୍କ ସାନ୍ନିଧ୍ୟରେ ଥିବାରୁ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ । ବିଭିନ୍ନ ସୂତ୍ରରୁ ଧାର,କରଜ କରି ଆବଶ୍ୟକତା ପୂରଣ କରିବାରେ ସମର୍ଥ ହେବେ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡା ନିୟନ୍ତ୍ରଣ ମଧ୍ୟରେ ରହିବ । ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ।
କର୍କଟ
କର୍କଟ
ଭାଗ୍ୟସ୍ଥାନରେ ବୁଧାଦିତ୍ୟ ଯୋଗ ଆତ୍ମୀୟମାନଙ୍କ ସହଯୋଗରେ କାର୍ଯ୍ୟସାଧନ ପୂର୍ବକ ସାମାଜିକ ସମ୍ମାନ ପାଇବେ । ହଜିଲା ଦିନର ଅଭୁଲା ସମୟଗୁଡିକୁ ମନେ ପକାଇ ଭାବ ବିଭୋର ହୋଇପାରନ୍ତି । କର୍ମକ୍ଷେତ୍ରର କେତେକ ଅବ୍ୟବସ୍ଥା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିପାରେ । ଖାପଛଡା ମନୋଭାବରୁ ସାମୟିକ ଦୁଃଖୀ ହୋଇପାରନ୍ତି ।
ସି˚ହ
ସି˚ହ
ବୃହସ୍ପତି ଷଷ୍ଠଭାବରେ ନୀଚସ୍ଥ ଯୋଗୁଁ ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହେବ । ବହୁ ପୂର୍ବରୁ ଚିନ୍ତା କରିଥିବା କାମକୁ ପୂର୍ଣ୍ଣାଙ୍ଗ କରି ଶାନ୍ତିରେ ନିଃଶ୍ୱାସ ମାରିବେ । ସାମୟିକ ମନରେ ଅଶାନ୍ତି ସୃଷ୍ଟି ହେଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।
କନ୍ୟା
ଶନିଙ୍କ ସୁପ୍ରଭାବରେ ବିବାଦର ଅବସାନ ଘଟିବ କିନ୍ତୁ ପରିବାରରେ କଥା କଟାକଟି ଅଶାନ୍ତ ପରିବେଶ ସୃଷ୍ଟି କରିପାରେ । ଆପଣଙ୍କ କାମ ସୁବିଧାରେ ସମ୍ପନ୍ନ ହେବା ଦିଗରେ ଜଣେ ବିଜାତୀୟ ବ୍ୟକ୍ତିଙ୍କ ଅବଦାନ ଅବିସ୍ମରଣୀୟ ରହିବ । ନିଜ ପରିବାରର ବ୍ୟକ୍ତିଙ୍କ ଅସହଯୋଗ ମନୋଭାବରୁ ବ୍ୟଥିତ ହେବେ ।
ତୁଳା
ତୁଳା
ନବମସ୍ଥ ରାହୁ ନିକଟ ସମ୍ପର୍କୀୟମାନଙ୍କ ସହ କଳହର କାରଣ ହୋଇପାରେ । କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କିଛିନା କିଛି କାରଣକୁ ନେଇ ଟେନ୍ସନ ଲାଗିରହିବ । ଜମା ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ ।
ବିଛା
ବିଛା
ମୁଖଭାବରେ କେତୁ ଆପଣଙ୍କ ବ୍ୟବହାରରେ କୌଣସି ବ୍ୟତିକ୍ରମ ସମ୍ପର୍କକୁ ନଷ୍ଟ କରିପାରେ । ସାଧାରଣ କଥାକୁ ନେଇ ଭୁଲ୍‌ ବୁଝାମଣା ହେତୁ ଦୀର୍ଘ ଦିନର ସୁସମ୍ପର୍କରେ ଭଟ୍ଟା ପଡିଯିବ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ବଦଳରେ ନିମ୍ନାଭିମୁଖୀ ହେବା କାରଣରୁ ଦୁଶ୍ଚିନ୍ତା ବୃଦ୍ଧିପାଇବ ।
ଧନୁ
ଧନୁ
ମୁଣ୍ଡ ନ ଥିବା ଗ୍ରହ ରାଶିରେ ରହିଥିବାରୁ ଆପଣଙ୍କ ବିକୃତ ଚିନ୍ତାଧାରା ମନକୁ ଅସ୍ଥିର କରିପାରେ । ପ୍ରତ୍ୟେକ କ୍ଷେତ୍ରରେ ଭାଙ୍ଗିଯିବେ ପଛକେ ନଇଁବେ ନାହିଁ, ଏହିଭଳି କାମରୁ ଅନ୍ୟମାନଙ୍କର ଭଲ ଧାରଣା କ୍ରମଶଃ ବଦଳି ଯିବ । ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ ।
ମକର
ମକର
ରବି ଓ ବୁଧଙ୍କ ସହିତ ଶୁକ୍ରଙ୍କ ଅନୁକୂଳ ସ୍ଥିତି ଆପଣଙ୍କ ମନକୁ ଉତ୍‌ଫୁଲ୍ଲିତ କରିରଖିବ । ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି । ଅନ୍ୟମାନଙ୍କ ଉପରେ ଭରସା କରି କିଛି କରିପାରିବେ ନାହିଁ ।
କୁମ୍ଭ
କୁମ୍ଭ
ଶୁକ୍ର ଓ ଚନ୍ଦ୍ରଙ୍କ ସମସପ୍ତକ ଦୃଷ୍ଟି ଆପଣଙ୍କ ପରିବାର ଓ କର୍ମକ୍ଷେତ୍ରକୁ ସରସ ସୁନ୍ଦର କରିବ । କିନ୍ତୁ ଶତଭିଷା ନକ୍ଷତ୍ର ଯାହାକୁ ନିଜର ବୋଲି ମନେ କରିବେ ସେହିଁ ଧୋକା ଦେବାର ବହୁ ସମ୍ଭାବନା ରହିଛି । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର ନକରିବା ବଡ ଭୁଲ୍‌ ହୋଇପାରେ । ପୁରାତନ ରୋଗ ମୁଣ୍ଡବ୍ୟଥାର କାରଣ ପାଲଟିଯିବ ।
ମୀନମୀନ
ମୁଖଭାବପ୍ରତି କ୍ରୁରଗ୍ରହ ମଙ୍ଗଳଙ୍କ ଦୃଷ୍ଟିଜନିତ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସମସ୍ୟା ଉପୁଜିପାରେ । ଘରେ ହେଉ କିମ୍ବା ବାହାରେ ହେଉ ମୁହଁରେ ନକହିଲେ ମଧ୍ୟ କିଏ ଭଲ ପାଇବେ ନାହିଁ । ନିକଟ ଅତୀତରେ ବହୁତ ଗୁଡାଏ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri