Posted inRasifala

ରାଶିଫଳ: ଶନିବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ଶତ୍ରୁତା ସୃଷ୍ଟି କରିପାରେ। ରୋହିଣୀର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ପରିବହନରେ ସାଧାରଣ କଥାରେ ଝଗଡା କିମ୍ବା ତତ୍‌ଜନିତ ସମସ୍ୟାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ରର ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସୀ ରହିବେ। ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭକାମନାରୁ ଖୁସୀ ରହିବେ।
କର୍କଟ
କର୍କଟ
ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ପୁଷ୍ୟା ନକ୍ଷତ୍ରର ସଭାସମିତିରେ ତର୍କ ବୃଦ୍ଧି ପାଇବା କାରଣରୁ ଆଲୋଚନା ଅମୀମାଂସିତ ରହିବ। ନିର୍ମାଣ କିମ୍ବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ବନ୍ଧୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ଖୁସୀ ହୋଇଯିବ।
ସି˚ହ
ସି˚ହ
ସ୍ଥଗିତ କାମଗୁଡିକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ,ସୁନ୍ଦର କରିବାରେ ସହାୟକ ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
କନ୍ୟା
ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ। ଭୁଲ୍‌ ବୁଝାମଣା ହେତୁ ଆତ୍ମୀୟମାନଙ୍କ ଅସହଯୋଗ, ଅସମ୍ମାନ ପାଇ ଦୁଃଖର ମାତ୍ରାକୁ ବଢାଇଦେଇପାରେ। ହସ୍ତା ନକ୍ଷତ୍ର ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି।
ତୁଳା
ତୁଳା
ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ। ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ସ୍ବାତୀ ସକାଶେ ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିବ। ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତ ଅନୁଭବ କରିବେ।
ବିଛା
ବିଛା
ସବୁ କାମଗୁଡିକ ସମ୍ପନ୍ନ ହେବାରୁ ମନ ଏକ ପ୍ରକାର ଖୁସୀ ହୋଇଯିବ। ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବେ। ମୂଳା ନକ୍ଷତ୍ର ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର

ପରିସ୍ଥିତି କଥା ଚିନ୍ତା କରି ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିଯାଇପାରେ। ଆକସ୍ମିକ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।

କୁମ୍ଭ
କୁମ୍ଭ
ଆବଶ୍ୟକ ମନେ କରୁଥିବା ଅର୍ଥ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ। ପୂର୍ବଭାଦ୍ରବ ନକ୍ଷତ୍ର ଜାତବ୍ୟକ୍ତିମାନେ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ।
ମୀନମୀନ

ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁମାନଙ୍କର ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗର ନିରର୍ଥକ ମନେହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri