Posted inRasifala

ରାଶିଫଳ: ଶନିବାର , ଜୁନ୍‌ ୨୨ ତାରିଖ – Daily Horoscope

ମେଷ
ଆଜି ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥଲାଭ ସାଙ୍ଗକୁ ବିଳାସବ୍ୟସନ ପ୍ରତି ବିଶେଷ ରୁଚି ବଳିବ। ଆନୁଷ୍ଠାନିକ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମ ତଥା କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଭଲ ସମ୍ପର୍କ ନ ଥିବା କେତେକ ବ୍ୟକ୍ତି ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାରେ ଈର୍ଷାନ୍ବିତ ହୋଇପାରନ୍ତି। ରାଜନୈତିକ ଓ ପ୍ରଶାସନିକ କ୍ଷେତ୍ରରେ ସ୍ଥିରତା ଫେରିପାଇବେ। ପାରିବାରିକ କ୍ଷେତ୍ରରେ ସବୁ କଥାକୁ ସରଳ ଭାବିଲେ କ୍ଷତିରେ ପଡ଼ିବେ।
ମିଥୁନ
ମିଥୁନ
ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଟିକୁ ଖୋଜି ନ ପାଇବାରୁ ବ୍ୟସ୍ତ ହୋଇପଡ଼ିବେ। ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରନ୍ତୁ କିଛି ସମୟ ପରେ ସଫଳତା ମିଳିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁିକି, ଆଜି ଆପଣ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ।
କର୍କଟ
କର୍କଟ
ପରିସ୍ଥିତିରେ ପଡ଼ି ଅନ୍ୟମାନଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାଇ ଟେନସନକୁ ନିମନ୍ତ୍ରଣ କରିପାରନ୍ତି। ପ୍ରିୟାପ୍ରୀତି ତୋଷଣ କାରଣ ନେଇ ଅପଦସ୍ଥ ହେବାକୁ ପଡ଼ିପାରେ। ପରିବାରର ଆର୍ଥିକ ଆବଶ୍ୟକତାକୁ ପୂରଣ କରିବାକୁ ଯାଇ ଋଣ କରିବେ। ଯୋଜନାବଦ୍ଧଭାବରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଖଳଲୋକଙ୍କ ଦ୍ୱାରା ସୃଷ୍ଟ ସମସ୍ୟା ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିପାରନ୍ତି। ଆପଣଙ୍କ ଗୋପନୀୟ କାର୍ଯ୍ୟ ବନ୍ଧୁଙ୍କ ଜରିଆରେ ବାହାରେ ଆଲୋଚନାକୁ ସରଗରମ କରିପାରେ। ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିବେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବାର ସୂଚନା ରହିଛି।
କନ୍ୟା
ଆଜି ଆନୁଷ୍ଠାନିକ କାମରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ମିଶିବେ ଏବଂ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। ପାରିବାରିକ ଦିଗଟି ମନ୍ଦ ହେବନି ଏବଂ କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ର୍ରରୁ ପ୍ରଶଂସିତ ହେବେ। ନିର୍ମାଣ, ମାଲିମକଦ୍ଦମା ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ।
ତୁଳା
ତୁଳା
ଘରୋଇ କ୍ଷେତ୍ରରେ କେତେକ ଘଟଣାରେ ମନକଥା ମନରେ ରଖିପାରିବେ ନାହିଁ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ ସକାଶେ ଚେଷ୍ଟା କରିପାରନ୍ତି। ଶାରୀରିକ ଅସୁସ୍ଥତା ସତ୍ତ୍ୱେ ଅଫିସିଆଲି କାମଗୁଡ଼ିକ କରିବାକୁ ବାଧ୍ୟ ହେବେ। ନିଜ ମନପସନ୍ଦର ଜିନିଷ ଖରିଦ କରିବା ସକାଶେ ମନ ବଳାଇପାରନ୍ତି।
ବିଛା
ବିଛା
ଅନ୍ୟମାନଙ୍କ ପ୍ରରୋଚନାରେ ପଡ଼ି କୌଣସି ଆପତ୍ତିଜନକ କାମରେ ନିଜକୁ ସାମିଲ କରିପାରନ୍ତି। ସବୁ ଆଡକୁ ନଜର ଦେଇ କାମ ନ କଲେ ଅସୁବିଧାରେ ପଡ଼ିବେ। ପଡ଼ିଶାଙ୍କ ସହ ବହୁଦିନର ମନାନ୍ତରର ସମାଧାନ ହୋଇଯିବ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିଙ୍କ ସହ ବନ୍ଧୁତା ସୃଷ୍ଟି ହେବ। ନିଜର ଅବିମୃଶ୍ୟକାରିତା ହେତୁ ଧନହାନି ଘଟିବାର ପୂର୍ଣ୍ଣ ସମ୍ଭାବନା ରହିଛି। ଶତ୍ରୁ ଉପଦ୍ରବ କେତେକାଂଶରେ କମିଯାଇପାରେ, କିନ୍ତୁ ଆଶଙ୍କା ଲାଗି ରହିବ। ବ୍ୟବସାୟ, କଳକାରଖାନା, ହୋଟେଲ ଶିଳ୍ପ, ପରିବହନରେ ଆଧୁନିକୀକରଣ କରିପାରନ୍ତି।
ମକର
ମକର
ଆଜି ପାରିବାରିକ ଓ କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ପାଇପାରିବେ। ତଥାପି ପରୋକ୍ଷ ଶତ୍ରୁତା ଜନିତ କେତେକ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଆକସ୍ମିକ ଭାବରେ ବନ୍ଧୁଙ୍କ ସମ୍ପର୍କରେ ଅଶୁଭ ଖବର ପାଇ ବିଚଳିତ ହୋଇପାରନ୍ତି। ପରିବାର ମଧ୍ୟରେ ନିଜ ମନର ଭାବକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଘରେ ଅଶାନ୍ତି ପୂର୍ବପରି ଲାଗିରହୁଥିବା ହେତୁ କିମ୍ବା କାମ ଠିକ୍‌ ଭାବେ ନ ହେବାରୁ ମନ ଭଲ ରହିବ ନାହିଁ। ସ୍ବାସ୍ଥ୍ୟାବସ୍ଥା ଭଲ ଦିଗକୁ ଗତି କରିବାରୁ ଆଶ୍ୱସ୍ତି ଲାଭ କରିବେ। ଅଟକିଥିବା ଅଫିସ୍‌ କାମ ତ୍ୱରାନ୍ବିତ ହେବ, ଏବଂ ସମସ୍ୟା ଦୂରେଇଯିବ। ଜିଦି ତ୍ୟାଗ କଲେ ଉପକୃତ ହେବେ ନତୁବା କଳହ ଭିତରକୁ ଟାଣି ହୋଇଯିବେ।
ମୀନମୀନ

ଆଜି ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ଲାଭକରି ଆପଣ ପ୍ରତ୍ୟେକ ସମସ୍ୟାକୁ ସମାଧାନ କରି ପାରିବେ। ନିଜ ପରିବାରରୁ ଆଶାନୁରୂପ ସ୍ନେହ, ସହାନୁଭୂତି ପାଇବା କମିଯାଇପାରେ। ଦେହରେ କୌଣସି ବଡ଼ ଧରଣର ରୋଗ ନ ଥାଇ ମଧ୍ୟ ଦୁର୍ବଳତା ଅନୁଭବ କରିବେ। ସତ୍‌ସଙ୍ଗ ଓ ଧର୍ମ, ଦେବଦର୍ଶନ, ବନ୍ଧୁମିଳନ ତଥା ସାହିତ୍ୟ ଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?