Posted inRasifala

ରାଶିଫଳ: ଶନିବାର, ଜୁନ ୨୨ ତାରିଖ – Daily Horoscope

ମେଷ
ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟ ମାନଙ୍କ ସ୍ନେହ,ଶ୍ରଦ୍ଧା ଓ ଆଦର ପାଇ ଖୁସୀ ରହିବେ । ଆଜକୁ କେତେଦିନ ହେଲା ଯାହା ଭାବୁତ୍ଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇବାର ସମ୍ଭାବନା ରହିଛି । ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନରେ ମଧ୍ୟ ସମସ୍ୟାର ସମାଧାନ କରିବେ । କର୍ମ ପରିସର ବୃଦ୍ଧି ପାଇବାରୁ କ୍ଳାନ୍ତି ଅନୁଭବ କରି ପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ ।ବାଣିଜ୍ୟ ଓ ବ୍ୟବସାୟ ,ପରିବହନ,ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନରହିଲେ ଅଦଳବଦଳ ହୋଇଯାଇପାରେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ହୋଇଯିବ । ଦୈହିକ ଦୁର୍ବଳତା ଯୋଗୁ ମନ୍ଥର ଗତିରେ ପ୍ରତ୍ୟେକ କାମ ସମ୍ପନ୍ନ ହେବ । ଆଲୋଚନା କାଳରେ ଦ୍ୱନ୍ଦ୍ବରେ ପଡି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କୈାଣସି ବିକଳ୍ପ ବ୍ୟବସ୍ଥା କରିବା ସକାଶେ ମନସ୍ଥ କରିପାରନ୍ତି।
କର୍କଟ
କର୍କଟ
କଥାରେ କଥାରେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟଚ୍ଛି ବିଶେଷଙ୍କୁ ଅପଣେଇ ନେଇ କାମ ହାସଲ କରିପାରିବେ ।କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛ‘ି ବାସ୍ତବରେ ସେମିତି କିଛି ହେବନି ା ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ତଥା ନିର୍ମାଣକ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ ା
ସି˚ହ
ସି˚ହ
ନିଜର ବିଚାରଧାରା ଅନୁଯାୟୀ କାର୍ଯ୍ୟସମ୍ପନ୍ନ ସଙ୍ଗକୁ ଅର୍ଥ ଓ ଦ୍ରବ୍ୟ ଲାଭ ହେବ । ପାରିବାରିକ ପରିସ୍ଥିତି ବିଶେଷ ଭଲ ନହେଲେ ମଧ୍ୟ ମନ୍ଦ ହେବନି । ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ।କଳା,କ୍ରୀଡା, ଚଳଚ୍ଚିତ୍ର, ସଙ୍ଗୀତ, ତଥା ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ ।
କନ୍ୟା
ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ,ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ତପତ୍ରତା ପ୍ରକାଶ କରିବେ ।ଚିତ୍ରା ନକ୍ଷତ୍ର କିନ୍ତୁ କୈାଣସି ଖଳ ଲୋକ ମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି ।  ମାଲି ମକଦ୍ଦମା,ତର୍କ ବିତର୍କ,ସଭା ସମିତି,ସଂଗଠନ,ନିର୍ମାଣ ଓ ପରିବହନ,କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ ।
ତୁଳା
ତୁଳା
ଆପଣଙ୍କ ଉନ୍ନତ ବିଚାରଧାରା ଓ ଉନ୍ନତ କାର୍ଯ୍ୟଶୈଳୀରୁ ପ୍ରଶଂସିତ ହେବେ । ଆବଶ୍ୟକ ସମୟରେ କୈାଣସି ମୂଲ୍ୟବାନ ଜିନିଷଟି ନପାଇ ବନ୍ଧୁଙ୍କ ଉପରେ ରାଗିବେ । ଶିଳ୍ପ, ବାଣିଜ୍ୟ ,ବ୍ୟବସାୟ,ରାଜନୀତି,କଳାରେ ସାମାଜିକ ସ୍ତରରେ ସମ୍ମାନିତ ହେବେ ା ଗବେଷଣା, ସାହିତ୍ୟ, ସାମ୍ବାଦିକତା ତଥା ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇପାରନ୍ତି।
ବିଛା
ବିଛା
ବିଶେଷ କିଛି ଅଭାବ ଅସୁବିଧା ନଥିଲେ ମଧ୍ୟ ଶନିକ୍ଷେତ୍ରସ୍ଥ ଚନ୍ଦ୍ର ସୁସ୍ଥ ମାନସିକତାରୁ ବଂଚିତ କରାଇବ। ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବାର ଆଶଙ୍କା ରହିଛି । କିନ୍ତୁ କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଙ୍ଗଠନ ଓ କ୍ରୀଡା,ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ବୃହସ୍ପତିଙ୍କ ଦୃଷ୍ଟି ପ୍ରଭାବରୁ ପାରିବାରିକ ଜୀବନ ନିୟନ୍ତ୍ରଣ ମଧ୍ୟରେ ରହିବ । ବନ୍ଧୁ କିମ୍ବା ବାନ୍ଧବୀଙ୍କ ସମ୍ମୁଖରେ ପ୍ରିୟ କଥା କହିଭୂଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ । ପଡୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ । ଆଜି ଯାତ୍ରା ସମୟରେ ଅନ୍ୟମନସ୍କ ରୁହନ୍ତୁ ନାହିଁ ଏବଂ ଯାନ ବାହାନରେ ସତର୍କତା ରକ୍ଷା କରନ୍ତୁ।
ମକର
ମକର
ଛୋଟ ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇପାରେ। ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ବାଣିଜ୍ୟ,ବ୍ୟବସାୟ, ରପ୍ତାନି କାରବାର ତଥା ଏଜେନ୍ସି,ସାମ୍ବାଦିକତାରେ ପ୍ରଂଶସିତ ହେବେ । ପୂର୍ବବିବାଦକୁ ନେଇ ନିକଟ ସମ୍ପର୍କୀୟ ପ୍ରତ୍ୟେକ କ୍ଷେତ୍ରରେ ଦୂରେଇ ରହିପାରନ୍ତି।
କୁମ୍ଭ
କୁମ୍ଭ
ଅନୁରୋଧ ରକ୍ଷାକରି ଜଣେ ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ।
ମୀନମୀନ
 ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ବହୁତ ଦିନହେଲା ଅଟକି ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ସାହିତ୍ୟ, ସଙ୍ଗୀତ ଓ ଚଳଚିତ,ନିର୍ମାଣ,ପରିବହନ,ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri