Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ୍‍ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗଣା ସ୍ବାସ୍ଥ୍ୟ ବିଷୟରେ ଚିନ୍ତା କରିପାରନ୍ତି।
ବୃଷ
ବୃଷ
କାର୍ଯ୍ୟସାଧନରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ । ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ କାର୍ଯ୍ୟାବଳୀ ସନ୍ଦେହଜନକ ହୋଇପାରେ। କଠିନ ଶ୍ରମ ସାଙ୍ଗକୁ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‍ ରହିବ ନାହିଁ ।
ମିଥୁନ
ମିଥୁନ
ଫାଇଦା ହାସଲ ସକାଶେ ବନ୍ଧୁବର୍ଗ ଫନ୍ଦିଫିକର କରିପାରନ୍ତି। ନିଜ ପରିସରର ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କଷ୍ଟକର ହୋଇପଡ଼ିବ। ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖାଦେବ ନାହିଁ।
କର୍କଟ
କର୍କଟ
ପରୋକ୍ଷ ଶତ୍ରୁତା କାରଣରୁ ଚେଷ୍ଟା କରୁଥିବା କାମ ସହଜରେ ହୋଇପାରିବ ନାହିଁ। ଆର୍ଥିକ ଦିଗରୁ ସନ୍ତୋଷ ଜନକ ଫଳ ପାଇବେ କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ଆତ୍ମୀୟସ୍ବଜନଙ୍କ ମାଙ୍ଗଳିକ କାର୍ଯ୍ୟରେ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଯାତ୍ରାକାଳୀନ ବିଭିନ୍ନ ଅସ୍ବାଭାବିକ ପରିସ୍ଥିତିକୁ ସାମ୍‍ନା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ମଘା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‍ ବୁଝାମଣା ସମସ୍ୟାର କାରଣ ହେବ। ନୂତନ କର୍ମାରମ୍ଭ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ।
କନ୍ୟା
ମୂଲ୍ୟବାନ୍‍ ଜିନିଷ କ୍ରୟବିକ୍ରୟ କ୍ଷେତ୍ରରେ ଅର୍ଥ ସମ୍ପର୍କୀୟ ବିବାଦ ବୃଦ୍ଧିର ଆଶଙ୍କା ରହିଛି। ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ଭ୍ରମଣାନ୍ତେ ଫେରନ୍ତା ବାଟରେ ବନ୍ଧୁଙ୍କ ଦେଖା ନ ପାଇ ବ୍ୟସ୍ତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ଜନିତ ମନ ଅଶାନ୍ତ ରହିବ । ବନ୍ଧୁମାନେ ସହାନୁଭୂତି ପ୍ରଦର୍ଶନ କରିବା ତେଣେଥାଉ ମୁହଁ ସାମ୍‍ନାରେ ମଧ୍ୟ ଅନ୍ୟଦିଗକୁ ମୁହଁ ଫେରାଇ ନେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସହ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ ।
ବିଛା
ବିଛା
ଅଭାବ ଅସୁବିଧା ନଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚର ଦିଗ ଖୋଲିଯାଇପାରେ। ତରବରିଆ ଭାବରେ ଯାତ୍ରା ସମୟରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ଧନୁ
ଧନୁ
କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ। ବନ୍ଧୁଙ୍କ ମାଧ୍ୟମରେ ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ବିବାଦୀୟସ୍ଥିତି ଲାଗିରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ କିନ୍ତୁ ପ୍ରିୟବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ବନ୍ଧୁଙ୍କ ମଧ୍ୟସ୍ଥତାରେ ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ପ୍ରଥମେ ପ୍ରଥମେ କଷ୍ଟକର ମନେ ହୋଇପାରେ। ପରିବାର , ବ୍ୟବସାୟ, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକରେ ସୁଫଳ ପାଇବେ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିବ।
ମୀନମୀନ
ପରିବାରରେ ଭୁଲ୍‍ ବୁଝାମଣା କାରଣରୁ ପାରସ୍ପରିକ ଆନ୍ତରିକତାରେ ଅବନତି ଘଟିପାରେ। ନିର୍ମାଣ, ବାଣିଜ୍ୟରେ ଅଂଶୀଦାରଙ୍କ ସହ ମନାନ୍ତର ଜନିତ ମନସ୍ତାପ କରିବେ। ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri