Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ୱିତ ହେବ । ପାରିବାରିକ,ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ମାତ୍ର ଆତ୍ମୀୟ ସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ । ସାଧାରଣ କଥାରେ ସ୍ବାମୀଙ୍କ ସହ ଯୁକ୍ତିତର୍କ ହୋଇପାରେ।
ବୃଷ
ବୃଷ
କୌଣସି କାମ ଠିକ୍‌ ସମୟରେ ନ ହେବା କାରଣରୁ ମନ ଦୁଃଖ ନ କରି ଓ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।
ମିଥୁନ
ମିଥୁନ
ଦୀର୍ଘଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି। ବ୍ୟବସାୟକୁ ସଙ୍କୁଚିତ କରିନେଇ ପାରନ୍ତି । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ । ଉଚ୍ଚଶିକ୍ଷା, ସନ୍ତାନଙ୍କ ସମସ୍ୟା,ଯାନ୍ତ୍ରିକ ତ୍ରୁଟି, ଜମିଜମା କାରବାର ପ୍ରଭୃତି ବିଭିନ୍ନ ପ୍ରକାର କାମରେ ମନୋନିବେଶ କରିପାରନ୍ତି।
କର୍କଟ
କର୍କଟ
ଦୀର୍ଘଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ। କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଖଳଲୋକ ମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ଏବଂ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ ।
ସି˚ହ
ସି˚ହ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ । ବନ୍ଧୁଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ । ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ ।
କନ୍ୟା
ଅଟକି ରହିଯାଇଥିବା କାର୍ଯ୍ୟରେ ସଫଳତା ହାସଲ କରିବେ । ସଭାସମିତିରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଶତ୍ରୁତାର ଅବସାନ ଘଟିବା ସାଙ୍ଗକୁ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
ବହୁ ପୂର୍ବରୁ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁମିଳନର ଆୟୋଜନ କରିପାରନ୍ତି। ଆମତ୍ୀୟମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ଓ ଅନୁରକ୍ତିି ଲାଭ କରିବେ । ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ବିଛା
ବିଛା
ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସ୍ବାର୍ଥବାଦୀ ହୋଇପଡ଼ିବା ଫଳରେ କେତେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିସ୍ଥିତିବଶତଃ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆକସ୍ମିକ ଭାବରେ ହଠାତ୍‌ ବହୁ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ ।
ଧନୁ
ଧନୁ
ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବ ନାହିଁ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ। ନିଜ ପାରିବାରିକ ଉନ୍ନତି ଦିଗରେ ଚେଷ୍ଟିତ ହେବେ।
ମକର
ମକର
ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସରକାରୀ କ୍ଷେତ୍ରରୁ ଲାଭର ଆଶା କେତେକାଂଶରେ ମନକୁ ହାଲୁକା କରିଦେବ। କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ରକରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ଯାତ୍ରାକାଳରେ ଯାନବାହନରେ ସତର୍କତା ରକ୍ଷା କରିବା ଭଲ।
ମୀନମୀନ
ବନ୍ଧୁଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବ । ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri