Posted inRasifala

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ । ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଆକସ୍ମିକ ଭାବରେ ପଡୋଶୀ କିମ୍ବା ସହକର୍ମୀଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯିବ। ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରହିବା ଭଲ।
ବୃଷ
ବୃଷ
ଆର୍ଥିକ ସମସ୍ୟା ଦୂରେବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି। ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ପାରସ୍ପରିକ ସଦ୍‌ଭାବ ବୃଦ୍ଧି ପାଇବା ଲକ୍ଷ୍ୟକରି ଖୁସୀ ହୋଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତାକୁ ପୂରଣ କରିବା ପାଇଁ ମନସ୍ଥ କରିପାରନ୍ତି। ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହୋଇପାରେ । ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସୁଧୁରି ଯିବ।
କର୍କଟ
କର୍କଟ
ଏକାଧିକ ଗ୍ରହ ରାଶିରେ ଶାରୀରିକ କିମ୍ବା ମାନସିକ ଅସୁସ୍ଥତାକୁ ନିମନ୍ତ୍ରଣ କରିପାରନ୍ତି। ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କିଛିି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ । ସଭାସମିତି, ପରିବହନ, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ ।
ସି˚ହ
ସି˚ହ
ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ। କାମଗୁଡିକ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍‌ବେଗ ପ୍ରକାଶ କରିବେ। କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ । ପରିସ୍ଥିତିବଶତଃ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯାଇପାରେ।
କନ୍ୟା
ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କୀୟ ମାନଙ୍କ ଭଲ କରିବାକୁ ଯାଇ ନିଜକୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିପାରେ । ଅସାବଧାନତା ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବା କାରଣରୁ ଦୁଃଖପ୍ରକାଶ କରିପାରନ୍ତି। ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ରୀଡା, ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।
ତୁଳା
ତୁଳା
ଅଧିକାଂଶ ସମୟରେ ବିଭିନ୍ନ ପ୍ରକାର ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହିବ ନାହିଁ। ଅଭାବ ନ ଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡିପାରନ୍ତି । ଆଜିର ଫେରନ୍ତା ବାଟରୁ ଆପଣ କହିଥିବା ଜିନିଷଟି ଧରି ବନ୍ଧୁ ନିଶ୍ଚୟ ଆସିବେ । ବ୍ୟବସାୟରେ ବିଶେଷ ଲାଭ ନ ହେଲେ ସୁଦ୍ଧା କ୍ଷତିର ସମ୍ଭାବନା ପ୍ରାୟତଃ ନାହିଁ ।
ବିଛା
ବିଛା
କୃଷ୍ଣପକ୍ଷର ଚତୁର୍ଥଚନ୍ଦ୍ର କଲ୍ୟାଣଚନ୍ଦ୍ର ଯୋଗୁ ସମସ୍ୟା ରହିଥିଲେ ମଧ୍ୟ କାମ ଅଟକିବ ନାହିଁ । ଯେକୌଣସି ବିବାଦୀୟ ପରିସ୍ଥିତିର ସମାଧାନ ପାଇଁ ତପତ୍ରତା ପ୍ରକାଶ କରିପାରିଲେ ଅବଶ୍ୟ ସଫଳତା ପାଇପାରିବେ। ପରିବାର ଭିତରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ନିକଟ ସମ୍ପର୍କୀୟ ଉପର ମନରେ ସ୍ନେହ ଦେଖାଇ ଭିତରେ ଚେର କାଟି ପାରନ୍ତି।
ଧନୁ
ଧନୁ
ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିପାରିବେ। ପ୍ରଶାସନିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ସ୍ବାସ୍ଥ୍ୟ ସକାଶେ ବାଧକଜନିତ ସାମୟିକ ଅସୁସ୍ଥତା ଦେଖାଦେଇପାରେ। ବ୍ୟବସାୟିକ ସଫଳତା ସାଙ୍ଗକୁ ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ମନକୁ ଖୁସୀ କରାଇପାରେ ।
ମକର
ମକର
ଚନ୍ଦ୍ରଙ୍କ ରାଶି ପରିବର୍ତ୍ତନ ମାନସିକ ଟେନ୍‌ସନକୁ ଲାଘବ କରିଦେବ। ଅନ୍ୟମାନଙ୍କ ସହମତିରେ କାମ କରିବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇଦେବାର ଆଶଙ୍କା ରହିଛି । ଭୁଲ୍‌ ବୁଝାମଣା, ବୃଥା ସନ୍ଦେହଜନିତ ପାରିବାରିକ କ୍ଷେତ୍ର ଅସନ୍ତୁଳିତ ରହିବ।
କୁମ୍ଭ
କୁମ୍ଭ
ଅନ୍ୟମନସ୍କତା କିମ୍ବା ସତର୍କତାର ଅଭାବ ଯୋଗୁ ଅର୍ଥ କିମ୍ବା ଦରକାରୀ କାଗଜପତ୍ର ହଜାଇ ଦେଇପାରନ୍ତି। ବନ୍ଧୁମାନଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ସହଯୋଗ ପ୍ରତିବେଶୀଙ୍କ ନିକଟରୁ ପାଇବାର ସମ୍ଭାବନା ରହିଛି । ସଭାସମିତି, ରାଜନୀତି, ପ୍ରଶାସନ ତଥା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
ମୀନମୀନ
କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ସାମାଜିକ କ୍ଷେତ୍ର,ବ୍ୟବସାୟିକ ସ୍ଥିତି, ଗବେଷଣା, ଆଲୋଚନା, ସେବାସଂସ୍ଥା, ରାଜନୀତି ଓ କଳା, ସାହିତ୍ୟରୁ ପ୍ରଶଂସିତ ହେବେ । ଛୋଟ ଛୋଟ କଥାକୁ ନେଇ ପରିବାରରେ ବିବାଦୀୟ ସ୍ଥିତି ଉପୁଜିଥିବାରୁ ଭାବାନ୍ତର ରହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri