Posted inRasifala

ରାଶିଫଳ: ଶନିବାର, ଜୁଲାଇ ୬ ତାରିଖ – Daily Horoscope

ମେଷ
ଆଜିର ଗଜକେଶରୀ ଯୋଗରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ। ଗୃହ ମରାମତି, ଭୂମିକ୍ରୟ, ଗାଡି, ମୋଟର ଯାନ୍ତ୍ରିକ ଜିନିଷ ସମ୍ପର୍କୀୟ ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।
ବୃଷ
ବୃଷ
ନିକଟ ସମ୍ପର୍କୀୟ ବନ୍ଧୁ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ। ଅସାବଧାନତାବଶତଃ ଘରେ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହେବା କାରଣରୁ ପରିବାର ସଦସ୍ୟମାନଙ୍କ ଉପରେ କ୍ରୋଧାନ୍ବିତ ହୋଇପାରନ୍ତି। ଶାସ୍ତ୍ରାନୁଶୀଳନ, ସାହିତ୍ୟ ଚର୍ଚ୍ଚା,ସଙ୍ଗୀତ ସମାରୋହ, ସଭାସମିତି ରୁ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି କାରଣରୁ ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। କର୍ମକ୍ଷେତ୍ରରେ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଧନସ୍ଥାନସ୍ଥ ଚନ୍ଦ୍ର ହେତୁ ଧନଲାଭ ସହ କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବ । ଗୃହପଯୋଗୀ ଜମିଜମା କିମ୍ବା ଯାନ୍ତ୍ରିକ ଉପକରଣ, ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। ବହୁତ ଦିନର ଚେଷ୍ଟାସଫଳ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ମିଳିବ ।
ସି˚ହ
ସି˚ହ
ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ଦ୍ୱନ୍ଦାମତ୍କ ଖବର ମନକୁ ଅସ୍ଥିର କରିଦେଇପାରେ । ଆତ୍ମୀୟସ୍ବଜନ ପରୋକ୍ଷ ଭାବେ କଡା ସମାଲୋଚନା କରିପାରନ୍ତି। ଅଭାବ ଲାଗି ରହିଥିଲେ ମଧ୍ୟ କିମ୍ବା କୌଣସି କାମ ସ୍ଥିରୀକୃତ ନ ହେବା କାରଣରୁ ମନରେ ଉଦ୍ୱେଗ ଭରି ରହିବ । ଯାତ୍ରା ସମୟରେ ସତର୍କ ନରହିଲେ ଜିନିଷ ହଜିଯିବା ସହ ଆଘାତ ଲାଗିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ କଥାକୁ ସହଜ ଓ ସରଳ ଭାବରେ ଗ୍ରହଣ କରି ପାରିବେ ନାହିଁ । ପରିବାର ସଦସ୍ୟଙ୍କର ପରଷ୍ପର ମଧ୍ୟରେ ଭାବର ଆଦାନ ପ୍ରଦାନ ମଧ୍ୟରେ ସ୍ବଚ୍ଛତାର ଅଭାବ ପରୋଲକ୍ଷିତ ହେବ। ଅନ୍ୟ ମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମ ମନକୁ ଜମା ପାଇବ ନାହିଁ, ଫଳରେ ମାନସିକ ଅସ୍ଥିରତା ବୃଦ୍ଧି ପାଇବ ।
ତୁଳା
ତୁଳା
ଦିନଟି ବହୁତ ଭଲ ଯାହା ପାଇବାକୁ ଇଚ୍ଛା କରିଛନ୍ତି ସାମାନ୍ୟ ଚେଷ୍ଟାରେ ତାହା ପାଇପାରିବେ। ପାରିବାରିକ କ୍ଷେତ୍ରରେ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବାକୁ ପଛେଇ ଯାଇ ପାରନ୍ତି। କଚେରି ମାମଲା, ଅସମ୍ପୂର୍ଣ୍ଣ କାମ, ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।
ବିଛା
ବିଛା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସ୍ଥିରତା ମଧ୍ୟରେ ସଫଳତା ପାଇବେ । କର୍ମକ୍ଷେତ୍ର, ପ୍ରଶାସନ, ପ୍ରକାଶନ, ପରିବହନ, ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ଚନ୍ଦ୍ରଙ୍କ ଶୁଭସଂସ୍ଥିତି ଆନୁଷ୍ଠାନିକ କାମ ପାଇଁ ମନ୍ଦ ହେବନି କିନ୍ତୁ ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ। ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବା ସଙ୍ଗକୁ ମନକୁ ସାମୟିକ ହାଲୁକା କରିବାରେ ସହାୟକ ହେବ ା ଆଜିର ଯାତ୍ରା, ବାଣିଜ୍ୟ, କଚେରି ମାମଲା ବିଷୟରେ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି।
ମକର
ମକର
ଆଜିର ଅଷ୍ଟମ ଚନ୍ଦ୍ର ଆପଣଙ୍କ ମାନସିକ ଅସ୍ଥିରତା ସୃଷ୍ଟି କରିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ସୃଷ୍ଟି ନ ହେଲେ ମଧ୍ୟ ଆର୍ଥିକ ଅଭାବ ଓ ଅନଟନ କାମକୁ କିଛି ମାତ୍ରାରେ ସଂକୁଚିତ କରି ଦେଇପାରେ । ତଥାପି ଆକସ୍ମିକ ଭାବରେ ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସାମୟିକ ଆଶ୍ୱସ୍ଥି ଲାଭ କରିବେ । ନିର୍ମାଣାଧୀନ କାମ,ବନ୍ଧୁଙ୍କ ନିମନ୍ତ୍ରଣ,ଦୂରଯାତ୍ରା, ଜମିଜମା ସମ୍ପର୍କୀୟ ଆଲୋଚନା ଅମୀଂମାସିତ ରହିଯିବ ।
କୁମ୍ଭ
କୁମ୍ଭ
ପରିବାର ସଦସ୍ୟଙ୍କ କିମ୍ବା ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀ ମାନସିକ ଅସ୍ଥିରତାର କାରଣ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ ା ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ଚୁକ୍ତିପତ୍ର, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଅଶାନୁରୂପ ଫଳ ପାଇବେ।
ମୀନମୀନ
ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡିପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ। ପୂର୍ବ ବିବାଦକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟ ମାନଙ୍କ ଦ୍ୱାରା ଉପେକ୍ଷିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri