Posted inRasifala

ରାଶିଫଳ: ଶନିବାର, ଜୁଲାଇ ୬ ତାରିଖ – Daily Horoscope

ମେଷ
ଆଜିର ଗଜକେଶରୀ ଯୋଗରୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ। ଗୃହ ମରାମତି, ଭୂମିକ୍ରୟ, ଗାଡି, ମୋଟର ଯାନ୍ତ୍ରିକ ଜିନିଷ ସମ୍ପର୍କୀୟ ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।
ବୃଷ
ବୃଷ
ନିକଟ ସମ୍ପର୍କୀୟ ବନ୍ଧୁ ମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ। ଅସାବଧାନତାବଶତଃ ଘରେ କୌଣସି ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହେବା କାରଣରୁ ପରିବାର ସଦସ୍ୟମାନଙ୍କ ଉପରେ କ୍ରୋଧାନ୍ବିତ ହୋଇପାରନ୍ତି। ଶାସ୍ତ୍ରାନୁଶୀଳନ, ସାହିତ୍ୟ ଚର୍ଚ୍ଚା,ସଙ୍ଗୀତ ସମାରୋହ, ସଭାସମିତି ରୁ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି କାରଣରୁ ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରି ସଫଳତା ପାଇବେ। କର୍ମକ୍ଷେତ୍ରରେ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ କୈାଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଧନସ୍ଥାନସ୍ଥ ଚନ୍ଦ୍ର ହେତୁ ଧନଲାଭ ସହ କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବ । ଗୃହପଯୋଗୀ ଜମିଜମା କିମ୍ବା ଯାନ୍ତ୍ରିକ ଉପକରଣ, ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। ବହୁତ ଦିନର ଚେଷ୍ଟାସଫଳ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ମିଳିବ ।
ସି˚ହ
ସି˚ହ
ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ଦ୍ୱନ୍ଦାମତ୍କ ଖବର ମନକୁ ଅସ୍ଥିର କରିଦେଇପାରେ । ଆତ୍ମୀୟସ୍ବଜନ ପରୋକ୍ଷ ଭାବେ କଡା ସମାଲୋଚନା କରିପାରନ୍ତି। ଅଭାବ ଲାଗି ରହିଥିଲେ ମଧ୍ୟ କିମ୍ବା କୌଣସି କାମ ସ୍ଥିରୀକୃତ ନ ହେବା କାରଣରୁ ମନରେ ଉଦ୍ୱେଗ ଭରି ରହିବ । ଯାତ୍ରା ସମୟରେ ସତର୍କ ନରହିଲେ ଜିନିଷ ହଜିଯିବା ସହ ଆଘାତ ଲାଗିପାରେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ କଥାକୁ ସହଜ ଓ ସରଳ ଭାବରେ ଗ୍ରହଣ କରି ପାରିବେ ନାହିଁ । ପରିବାର ସଦସ୍ୟଙ୍କର ପରଷ୍ପର ମଧ୍ୟରେ ଭାବର ଆଦାନ ପ୍ରଦାନ ମଧ୍ୟରେ ସ୍ବଚ୍ଛତାର ଅଭାବ ପରୋଲକ୍ଷିତ ହେବ। ଅନ୍ୟ ମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମ ମନକୁ ଜମା ପାଇବ ନାହିଁ, ଫଳରେ ମାନସିକ ଅସ୍ଥିରତା ବୃଦ୍ଧି ପାଇବ ।
ତୁଳା
ତୁଳା
ଦିନଟି ବହୁତ ଭଲ ଯାହା ପାଇବାକୁ ଇଚ୍ଛା କରିଛନ୍ତି ସାମାନ୍ୟ ଚେଷ୍ଟାରେ ତାହା ପାଇପାରିବେ। ପାରିବାରିକ କ୍ଷେତ୍ରରେ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବାକୁ ପଛେଇ ଯାଇ ପାରନ୍ତି। କଚେରି ମାମଲା, ଅସମ୍ପୂର୍ଣ୍ଣ କାମ, ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ଜନିତ ଅଶାନ୍ତ ପରିବେଶ ସକାଶେ ଚିନ୍ତା ବଢିପାରେ।
ବିଛା
ବିଛା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅସ୍ଥିରତା ମଧ୍ୟରେ ସଫଳତା ପାଇବେ । କର୍ମକ୍ଷେତ୍ର, ପ୍ରଶାସନ, ପ୍ରକାଶନ, ପରିବହନ, ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କ ଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ।
ଧନୁ
ଧନୁ
ଚନ୍ଦ୍ରଙ୍କ ଶୁଭସଂସ୍ଥିତି ଆନୁଷ୍ଠାନିକ କାମ ପାଇଁ ମନ୍ଦ ହେବନି କିନ୍ତୁ ନିକଟ ସମ୍ପର୍କୀୟଙ୍କ ସହ ସୁସମ୍ପର୍କ ରହି ନ ପାରେ। ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବା ସଙ୍ଗକୁ ମନକୁ ସାମୟିକ ହାଲୁକା କରିବାରେ ସହାୟକ ହେବ ା ଆଜିର ଯାତ୍ରା, ବାଣିଜ୍ୟ, କଚେରି ମାମଲା ବିଷୟରେ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି।
ମକର
ମକର
ଆଜିର ଅଷ୍ଟମ ଚନ୍ଦ୍ର ଆପଣଙ୍କ ମାନସିକ ଅସ୍ଥିରତା ସୃଷ୍ଟି କରିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ସୃଷ୍ଟି ନ ହେଲେ ମଧ୍ୟ ଆର୍ଥିକ ଅଭାବ ଓ ଅନଟନ କାମକୁ କିଛି ମାତ୍ରାରେ ସଂକୁଚିତ କରି ଦେଇପାରେ । ତଥାପି ଆକସ୍ମିକ ଭାବରେ ବନ୍ଧୁଙ୍କ ସାହାଯ୍ୟ ଲାଭ କରି ସାମୟିକ ଆଶ୍ୱସ୍ଥି ଲାଭ କରିବେ । ନିର୍ମାଣାଧୀନ କାମ,ବନ୍ଧୁଙ୍କ ନିମନ୍ତ୍ରଣ,ଦୂରଯାତ୍ରା, ଜମିଜମା ସମ୍ପର୍କୀୟ ଆଲୋଚନା ଅମୀଂମାସିତ ରହିଯିବ ।
କୁମ୍ଭ
କୁମ୍ଭ
ପରିବାର ସଦସ୍ୟଙ୍କ କିମ୍ବା ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀ ମାନସିକ ଅସ୍ଥିରତାର କାରଣ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା, ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ ା ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା, ଚୁକ୍ତିପତ୍ର, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଅଶାନୁରୂପ ଫଳ ପାଇବେ।
ମୀନମୀନ
ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡିପାରେ। ଯେତେ ଭଲ କାମ କଲେ ମଧ୍ୟ ପରିବାରରେ ଅନ୍ୟମାନେ ଦୋଷ ଖୋଜିପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ। ପୂର୍ବ ବିବାଦକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟ ମାନଙ୍କ ଦ୍ୱାରା ଉପେକ୍ଷିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri