Posted inRasifala

ରାଶିଫଳ: ଶନିବାର , ଡିସେମ୍ବର ୨୧ ତାରିଖ – Daily Horoscope

ମେଷ
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ, ଏପରିକି ଆପଣ ସକାଳୁ ସକାଳୁ କୌଣସି ଶୁଭଖବର ପାଇ ଖୁସି ହେବେ ଶନିକ୍ଷେତ୍ରସ୍ଥ ଶୁକ୍ର ଯୋଗୁ କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍‌ ଅଟକି ରହିଯାଇପାରେ । ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍‌ ହେବେ ।
ବୃଷ
ବୃଷ
ଆଜି ଯେମିତି ଚାହୁଁଛନ୍ତି ଠିକ୍‌ ସେମିତି ହିଁ ପାଇବେ, ଅବଶ୍ୟ ଟିକିଏ ଝିନ୍‌ଝଟ୍‌ ମଧ୍ୟରେ । ପିଲାମାନଙ୍କ ଉନ୍ନତ କାର୍ଯ୍ୟକଳାପ ପାଇଁ ଗୌରବାନ୍ବିତ ହୋଇପାରନ୍ତି। କର୍ମକ୍ଷେତ୍ର, ସଭାସମିତିରେ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ । ଆତ୍ମୀୟତା ଦେଖାଉଥିବା ଲୋକମାନେ ପରୋକ୍ଷଭାବେ ବିରୁଦ୍ଧାଚରଣ କରିପାରନ୍ତି ।
ମିଥୁନ
ମିଥୁନ
ରାଶିରେ ରାହୁ ଓ ଚତୁର୍ଥ ଚନ୍ଦ୍ର ହେତୁ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ମାନସିକ ଅସ୍ଥିରତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର କାମରେ ବ୍ୟସ୍ତ ରହିବା କାରଣରୁ ମନ ଠିକ୍‌ ରହିବ ନାହିଁ। କୌଣସି ବ୍ୟକ୍ତି ଦ୍ୱାରା ବାଧ୍ୟବାଧ୍ୟକତାରେ ଯାତ୍ରାରୁ ଦୂରେଇ ରହିବା ଭଲ । ଅଫିସ୍‌ କାମରେ ଆଲୋଚନା ସରଗରମ ମଧ୍ୟରେ ଅସମାପ୍ତ ରହିବ।
କର୍କଟ
କର୍କଟ
କେନ୍ଦ୍ରସ୍ଥ ମଙ୍ଗଳଙ୍କ ସୁପ୍ରଭାବରେ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରିନେଇ ପାରିବେ । ଟଙ୍କାପଇସା ନେବା ଆଣିବା କ୍ଷେତ୍ରରେ ସତର୍କ ରୁହନ୍ତୁ, ନତୁବା ପରେ ଅନୁତାପ କରିବାକୁ ପଡ଼ିପାରେ । ପାରିବାରିକ କ୍ଷେତ୍ର, ଯାନବାହନ ଚଳାଚଳ, ଦୋକାନବାଡ଼ି ପ୍ରଭୃତିରେ କିଛିଟା ସମସ୍ୟା ଦେଖାଦେବ ।
ସି˚ହ
ସି˚ହ
ଏକାଧିକ ଗ୍ରହଙ୍କ ସହ ରବି ଥିବା ହେତୁ ସ୍ବାସ୍ଥ୍ୟ ପ୍ରାୟତଃ ନିୟନ୍ତ୍ରଣାଧୀନ ରହି ନ ପାରେ। ପରିସ୍ଥିତିବଶତଃ ଅତ୍ୟଧିକ ଲୋଭ ଏବଂ ସନ୍ଦେହ, ପାରିପାର୍ଶ୍ୱିକ ପରିସ୍ଥିତିକୁ କେତେକାଂଶରେ ଅସ୍ବାଭାବିକ କରିପାରେ। ପରିବହନ,ବ୍ୟବସାୟ ଓ ପ୍ରଶାସନିକ ସ୍ତରରେ ଆଶା ଅନୁଯାୟୀ ଫଳ ପାଇବେ ।
କନ୍ୟା
ଭାଗ୍ୟ ସ୍ଥାନକୁ ବୁଧ ଦେଖୁଥିବାରୁ ଆଜିର ସବୁ କାମଗୁଡ଼ିକ ବନ୍ଧୁମାନଙ୍କ ସାହାଯ୍ୟରେ ସମ୍ପନ୍ନ ହେବ। ଯଥାସାଧ୍ୟ ଋଣ ପରିଶୋଧ କରିବେ, ଶତ୍ରୁତାର ଅବସାନ ଘଟିବ, ରୋଗପୀଡ଼ା ଉପଶମ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ବହୁଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ।
ତୁଳା
ତୁଳା
ଆଜି ଶୁକ୍ରଙ୍କ ପ୍ରଭାବରୁ ଶାରୀରିକ ଓ ମାନସିକ ସ୍ଥିତି ବହୁତ ଭଲ ରହିବ । ସନ୍ତାନଙ୍କ ଉନ୍ନତି, ଶିକ୍ଷା, ଆନୁଷ୍ଠାନିକ ଆଲୋଚନା ପ୍ରଭୃତିରେ ସଫଳତା ପାଇବା ସାଙ୍ଗକୁ ବୁଦ୍ଧିଜୀବୀମାନଙ୍କ ସୁନଜରରେ ଆସିବେ। ଆନୁଷ୍ଠାନିକ କାମ, ରାଜନୈତିକ ସଙ୍ଗଠନ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ । ପ୍ରଶାସନ, ଗବେଷଣା, କୃଷି, ବାଣିଜ୍ୟରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
କର୍ମସ୍ଥାନରେ ଭାଗ୍ୟାଧିପ ଅବସ୍ଥାନକରି ଅଭିଳାଷ ପୂରଣ କରିବାରେ ତପତ୍ରତା ପ୍ରକାଶ କରିବେ । ଶିଳ୍ପ, ବାଣିଜ୍ୟରେ ମାଲ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ , କିନ୍ତୁ ସମୟାନ୍ତରେ ସମାଧାନ ମଧ୍ୟ ହୋଇଯିବ । ପାରିବାରିକ ଜୀବନ ଉତ୍ତମ ବୁଝାମଣାଜନିତ ସୁଖସନ୍ତୋଷ ପାଇପାରିବେ ।
ଧନୁ
ଧନୁ
ରାଶିରେ ଚତୁର୍ଗ୍ରହ ଯୋଗ ହେତୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିପାରିବେ। ଯାହା ଭାବୁଛନ୍ତି ଶୀଘ୍ର କରିବା ଭଲ ହେବ ନତୁବା ପରକ୍ଷଣରେ ପରିସ୍ଥିତି ବଦଳିଯାଇପାରେ । ଶିଳ୍ପ, ବାଣିଜ୍ୟ,ପ୍ରକାଶନ, ରାଜନୀତି, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଉଚ୍ଚମାନର ଫଳ ପାଇବେ।
ମକର
ମକର
ରାଶିରେ ଶୁକ୍ର ରହିଥିବାରୁ ଭୋଗବିଳାସ ପ୍ରତି ଆକର୍ଷିତ ହେବେ । ବୁଦ୍ଧି ଖଟାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହୋଇପାରନ୍ତି। ଆଜି ବ୍ୟବସାୟୀମାନେ ଭଲ ବ୍ୟବସାୟ ହେବା କାରଣରୁ ଖୁସି ରହିବେ। ହିତୈଷୀମାନଙ୍କ ପରାମର୍ଶରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ବୁଧ ପ୍ରଭାବରେ କର୍ମକ୍ଷେତ୍ରର ବିବଦମାନ ସ୍ଥିତି କେତେକାଂଶରେ ସମାଧାନ ଦିଗକୁ ଗତି କରିବ । ନିର୍ମାଣାଧୀନ କାର୍ଯ୍ୟ ସକାଶେ ଅର୍ଥର ଆବଶ୍ୟକତା ଅପରିହାର୍ଯ୍ୟ ହୋଇପାରେ । ଧର୍ମାନୁଷ୍ଠାନ ଦିଗ ସକାଶେ ଖିଆପିଆ ଛାଡ଼ି ବୁଲିବେ । ପରିସ୍ଥିତିକୁ ଆଖି ଆଗରେ ରଖି ଉପସ୍ଥିତି ବୁଦ୍ଧି ପ୍ରୟୋଗ କରିପାରିଲେ କାର୍ଯ୍ୟ ସାଧନ କରିପାରିବେ ।
ମୀନମୀନ
ଆଜିର ଗ୍ରହ ସ୍ଥିତିରୁ ଆପଣଙ୍କ ମନ ଭୁ ଲାଣିଆ କଥାରେ ଶତ୍ରୁ ମଧ୍ୟ ମିତ୍ର ପାଲଟିଯିବେ । କିନ୍ତୁ ଭାବପ୍ରବଣତାବଶତଃ ନିଜର ଅସାବଧାନତା କିମ୍ବା ସତର୍କତା ଅଭାବରୁ ଧନହାନି ଘଟିପାରେ । ପରିବାରରେ, ପରିବହନରେ ,ଗୃହ ନିର୍ମାଣରେ, ସଭାସମିତିରେ କ୍ରମଶଃ ସ୍ଥିରତା ଫେରି ଆସିବ । କୌଣସି ନୀଚଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri