Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଚନ୍ଦ୍ର ଓ ଶୁକ୍ର ଦଶମ କେନ୍ଦ୍ରରେ ଅବସ୍ଥାନ କରି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରିନେବେ। ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ । ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ। ନିଜର ସ୍ବାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବାର ସୁଯୋଗ ପାଇବେ।
ମିଥୁନ
ମିଥୁନ
ଆଳସ୍ୟ ଓ ଅବହେଳାଜନିତ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢ଼ିପାରେ । କେତେକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ରହିପାରନ୍ତି। ଆକସ୍ମିକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ସାୟାହ୍ନେ ବନ୍ଧୁଙ୍କ ନିକଟରୁ ଅର୍ଥ କିମ୍ବା ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କିନ୍ତୁ କେତେକ କ୍ଷେତ୍ରରେ ଅସଫଳତାଜନିିତ ଅତ୍ୟଧିକ ଟେନ୍‌ସନ ହେତୁ ରକ୍ତଚାପ ମଧ୍ୟ ବଢ଼ିପାରେ। ଅସାବଧାନତା କାରଣରୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। କାର୍ଯ୍ୟ ହାସଲ କରିବା ସକାଶେ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି।
ସି˚ହ
ସି˚ହ
ସମ୍ପର୍କୀୟମାନଙ୍କ ସହାୟତାରେ ଅସ୍ଥିରତା ନିଶ୍ଚିତ ଦୂରୀଭୂତ ହୋଇଯିବ। ତଥାପି ଖଳଲୋକମାନଙ୍କ କଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ଲକ୍ଷ୍ୟସାଧନ ଉଦ୍ଦେଶ୍ୟରେ ଆଜିର ଫେରିବା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଆକସ୍ମିକ ଭାବେ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ପ୍ରବାସୀମାନେ ପରିବାରକୁ ମନେପକାଇ ନିଃସଙ୍ଗତା ବୋଧ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ସମୟ ଅତିବାହିତ କରିବେ।
ତୁଳା
ତୁଳା
ଆପଣ ପ୍ରତ୍ୟେକ କ୍ଷେତ୍ରରେ ଏତେଟା ଚିନ୍ତାକରି ଅଯଥା ଭାବପ୍ରବଣ ହେବା ଠିକ୍‌ ହେବନି। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମତପାର୍ଥକ୍ୟଜନିତ ନିଜର ଭାଇଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହେବେ।
ବିଛା
ବିଛା
ପୂର୍ବ ପରିକଳ୍ପିତ ଯୋଜନାଗୁଡ଼ିକ ବିଗିଡ଼ିଯିବାରୁ ମନ ଦୁଃଖ ହୋଇପାରେ । କାରଣ ଆପଣ ଠିକ୍‌ ସମୟରେ ଯାହା ଆଶା କରୁଥିବେ ତାହା ପାଇବେ ନାହିଁ, କିନ୍ତୁ ପରବର୍ତ୍ତୀ ସମୟରେ ପାଇଲେ ମଧ୍ୟ ସେଥିରେ ଖୁସି ହୋଇପାରିବେ ନାହିଁ । ମଧ୍ୟାହ୍ନ ସମୟରେ ଦୀର୍ଘଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ ।
ଧନୁ
ଧନୁ
କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂରହେବା ସକାଶେ ଚେଷ୍ଟା କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ ଓ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ମକର
ମକର
ଦ୍ୱାଦଶସ୍ଥ ଏକାଧିକ ଗ୍ରହ ପ୍ରଭାବରେ ବାରମ୍ବାର ଭ୍ରମଣ କରିବାକୁ ପଡ଼ିପାରେ । ବନ୍ଧୁଙ୍କ ସମ୍ମୁଖରେ ମନକଥା ଲୁଚାଇ ରଖି ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି। ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ,ଫଳରେ ଦୁଶ୍ଚିନ୍ତା ବୃଦ୍ଧିପାଇବ। ଦେଖାଶୁଣା ନ ଥିବା ଜଣେ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଚନ୍ଦ୍ର ଓ ଶୁକ୍ର ପ୍ରଭାବରୁ ପରିବାରରେ ସ୍ତ୍ରୀଙ୍କ ପରାମର୍ଶ ଗ୍ରହଣଯୋଗ୍ୟ ହେବା ସହ କାମକୁ ଆସିବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। କ୍ରନିକ୍‌ ରୋଗ ପୀଡ଼ା ଯୋଗୁ ମନ ବିଚଳିତ ହୋଇପାରେ । କର୍ମକ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ ଓ କାମ ସମ୍ପନ୍ନ ହେବ ।
ମୀନମୀନ
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ । ପାଖ ପଡ଼ୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri