Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
ଅର୍ଥଲାଭ ସାଙ୍ଗକୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି । ପରିବାରରେ ଅଶାନ୍ତି ଦୂରହେବା ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇପାରନ୍ତି। ସୁଖ ସମ୍ମାନ ପାଇଲେ ସୁଦ୍ଧା ଏକାକୀତ୍ୱ ଅନୁଭବ କରି ଦୁଃଖିତ ହେବେ ।
ବୃଷ
ବୃଷ
ଆର୍ଥିକ ଦୁଃସ୍ଥିତି ଦୁଶ୍ଚିନ୍ତାର କାରଣ ହେବ, ଅବଶ୍ୟ କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଶିଳ୍ପ,ବାଣିଜ୍ୟ ଓ ଏଜେନ୍ସିପରୁ ଖୁସି ରହିବେ। ଅଫିସରେ ଟେନ୍‌ସନ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି।
ମିଥୁନ
ମିଥୁନ
ଦୁର୍ଭାବନା ବଢ଼ି ଚାଲିବା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେନାହିଁ । ଆକସ୍ମିକ ଭାବରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। ସାମାନ୍ୟ ସ୍ବାସ୍ଥ୍ୟହାନି ଜନିତ ସମସ୍ୟା ଲାଗିରହିବ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟନେବାକୁ ବାଧ୍ୟହେବେ । ଇଚ୍ଛା ଅନୁଯାୟୀ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।
କର୍କଟ
କର୍କଟ
ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ସହ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ। ଦେବଦର୍ଶନ ସାଙ୍ଗକୁ ଦୂରଯାତ୍ରାର ସୁଯୋଗ ପାଇପାରନ୍ତି। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ଲୋକସମ୍ପର୍କ ବୃଦ୍ଧି ପାଇବ।
ସି˚ହ
ସି˚ହ
ସାଧାରଣ କଥାକୁ କେନ୍ଦ୍ରକରି ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ପଡ଼ୋଶୀଙ୍କ ସହ ଆଲୋଚନା ବେଳେ କିଛି ସମସ୍ୟା ଦେଖାଦେବ। ଅନିଦ୍ରା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ବନ୍ଧୁଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଦେହ ଭଲ ରହିଲେ ମଧ୍ୟ ସାମୟିକ ରୋଗରେ କଷ୍ଟ ପାଇବେ । କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ। ଅର୍ଥ ସମସ୍ୟା ଯୋଗୁ ମନ ଭଲ ରହିବ ନାହିଁ। ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ । ଆଇନ ଅଦାଲତରୁ ସୁଫଳ ପାଇବେ ।
ତୁଳା
ତୁଳା
ଆଜି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆର୍ଥିକ ଅନଟନ, ପାରିବାରିକ ଅସନ୍ତୋଷ,କାର୍ଯ୍ୟହାନି, ବାକି ରହିଥିବା ଟଙ୍କା ପରିଶୋଧ ସକାଶେ ମନ ଅସ୍ଥିର ରହିବ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ ।
ବିଛା
ବିଛା
ସବୁ କଥାରେ ଭାବିଚିନ୍ତି କାମ କରିବା ଭଲ ହେବ, ଅନ୍ୟଥା କେତେବେଳେ କେଉଁ ପ୍ରକାର ସମସ୍ୟା ଆସିଯାଇପାରେ। ଅସାମାଜିକ ବ୍ୟକ୍ତି ଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଧାରସୂତ୍ରରେ ଅର୍ଥ ଆଣିବେ । ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ପ୍ରଶାସନିକ ସ୍ତରରେ ସନ୍ତୋଷଜନକ ଫଳପାଇବେ।
ଧନୁ
ଧନୁ
କୌଣସି କଥା ନ ବୁଝି ପ୍ରତ୍ୟେକ କଥାରେ ହଁ ଭରିବା ସମସ୍ୟାର କାରଣ ହୋଇପାରେ । କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ଆକସ୍ମିକ ଭାବେ ଘରକୁ ବନ୍ଧୁ କେହି ଆସିପାରନ୍ତି। ବନ୍ଧୁଙ୍କ ସହ ଆଲୋଚନା ସମୟରେ ଯୁକ୍ତି ଲାଗିପାରେ। ବ୍ୟବସାୟିକ ପରିସ୍ଥିତି ପ୍ରାୟତଃ ଏକ ପ୍ରକାର ରହିବ ।
ମକର
ମକର
ଘରେ ହେଉ କିମ୍ବା ବାହାରେ ଆଜି ସାଧାରଣ କଥାରେ କଳହର ସମ୍ଭାବନା ରହିଛି। ଯେକୌଣସି ପ୍ରକାରେ ହେଉ ନା କାହିଁକି ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ। ପରିବହନ, ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ମାନ୍ଦା ହେବ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣ କିମ୍ବା ସ୍ତ୍ରୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
କିଛି ଚିନ୍ତା କରନ୍ତୁ ନାହିଁ, ନିକଟ ଭବିଷ୍ୟତରେ ଆପଣଙ୍କ ଆଶା ଓ ଅଭିଳାଷ ଅବଶ୍ୟ ପୂରଣ ହୋଇଯିବ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କର୍ମକ୍ଷେତ୍ରରେ ଅଶାନ୍ତି ସୃଷ୍ଟି କରିପାରନ୍ତି। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଅର୍ଥ ସମସ୍ୟା ପ୍ରଗତିର ପଥରୋଧ କରିବା ଭଳି ପରିସ୍ଥିତି ସୃଷ୍ଟି କରିବ।
ମୀନମୀନ
କୌଣସି ଅସୁବିଧା ନ ଥିଲେ ମଧ୍ୟ କେତେକ ଅପୂରଣୀୟ ଆଶା ମନକୁ ବ୍ୟତିବ୍ୟସ୍ତ କରିପାରେ। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ଠିକ୍‌ ରହିବ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ନେବାରେ ସମର୍ଥ ହେବେ। ଆର୍ଥିକ ଅନଟନ ଥିଲେ ମଧ୍ୟ ଧାରକରଜ କରି କାମ ଚଳାଇନେବାକୁ ବାଧ୍ୟ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri