Posted inRasifala

ରାଶିଫଳ: ଶନିବାର, ଫେବ୍ରୁଆରି ୮ ତାରିଖ – Daily Horoscope

ମେଷ
ଆଜି କର୍ମସ୍ଥ ଶନି ହେତୁ ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯନତ୍ କରିବେ । ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ।
ବୃଷ
ବୃଷ
ତୃତୀୟସ୍ଥ ଚନ୍ଦ୍ର ଯୋଗୁ ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦକରି ଅପ୍ରିୟତା ଅର୍ଜନ କରିବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧଁ।ଦୌଡ଼ କରିବାକୁ ପଡ଼ିବ । ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂରହୋଇପାରେ ।
ମିଥୁନ
ମିଥୁନ
ପରିବାରରେ କେତେକ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ । କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବା ଆଶଙ୍କା ରହିଛି । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ଭାଗ୍ୟସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂରହେବ । ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ । ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ ।
ସି˚ହ
ସି˚ହ
ରବି ଷଷ୍ଠସ୍ଥ ଯୋଗୁ କେବଳ ମନ ବୁଝିଲା ଭଳି କଥା କହି ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଯୋଜନା କରିବେ । ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। ମଧ୍ୟାହ୍ନରେ କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।
ତୁଳା
ତୁଳା
ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସାଙ୍ଗରେ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । କର୍ମକ୍ଷେତ୍ରରେ ,ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ ।
ବିଛା
ବିଛା
ଆଜିର କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି,ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବା ସମ୍ଭାବନା ରହିଛି ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ । ଯେକୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା,ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ମକର
ମକର
ଦୀର୍ଘଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବା ସମ୍ଭାବନା ଅଛି । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର କିମ୍ବା ପରିବାରରେ ଯେତେ ପ୍ରକାର ସମସ୍ୟା ସୃଷ୍ଟିକଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ । ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ,ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri