Posted inRasifala

ରାଶିଫଳ: ଶନିବାର ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ
ଆଜି ଜନ୍ମଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା ଲାଗିରହିବ। ଆଜି ଯାତ୍ରାକଲେ ବିବାଦ,ବିବାଦରେ ପରାଜୟ, ଗୃହାରମ୍ଭରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ। କିନ୍ତୁ ଅର୍ଥସମ୍ପର୍କ, ବନ୍ଧୁଙ୍କ ମିତ୍ରତା, ପଡ଼ୋଶୀଙ୍କ ସୌହାର୍ଦ୍ଦ୍ୟ ଯୋଗୁ ମନ ଖୁସି ରହିବ । ଦେବାକୁ ପଡ଼ିବ ଆଶଙ୍କାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ ।
ବୃଷ
ବୃଷ
ପରିସ୍ଥିତି ଲାଘବ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ଚେଷ୍ଟା କରୁଥିବା କାମଟି ପାଇଁ କଠିନ ଶ୍ରମ କରିବାକୁ ପଡ଼ିବ। ସ୍ବଗୃହାଭିମୁଖୀ ଶୁକ୍ର ପ୍ରଭାବରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ପାରିବାରିକ ସ୍ଥିତି ଗମ୍ଭୀର ରହିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ ।
ମିଥୁନ
ମିଥୁନ
ରାଶିରେ କାଳସର୍ପଯୋଗ ସଂଘଟିତ ହେଉଥିବାରୁ ସ୍ବାସ୍ଥ୍ୟ ସଚେତନତା ଆପଣଙ୍କ ପାଇଁ ଜରୁରୀ ହୋଇପଡ଼ିବ । ବିବାଦ ଭିତରେ ପଶିଲେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ । ପ୍ରିୟଜନ କିମ୍ବା ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ତଥାପି ଆରର୍ଦ୍ରା ନକ୍ଷତ୍ରର ମନ ଅସ୍ଥିର ରହିବ ।
କର୍କଟ
କର୍କଟ
କର୍ମାଧିପ ପାପଗ୍ରସ୍ତ ଯୋଗୁ ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବାକୁ ପଡ଼ିପାରେ । ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡ଼ିପାରେ। ସହକର୍ମୀଙ୍କ ମିଥ୍ୟା ଅଭିଯୋଗ ନେଇ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁଙ୍କ ସହ ଆଲୋଚନା,ସାମୂହିକ କାର୍ଯ୍ୟ ସ୍ଥଗିତ ରହିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ କେତେକ ବାକିଆ କାମ ପାଇଁ ଚିନ୍ତା ବଢ଼ିଯିବ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ସୂଚନା ରହିଛି । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇପାରେ । ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ପରିବାରରେ ସମସ୍ୟା ବଢ଼ିଯିବ ।
କନ୍ୟା
ପରିସ୍ଥିତିବଶତଃ ଚାପର ବଶବର୍ତ୍ତୀ ହୋଇ କଠିନ ପରିଶ୍ରମହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ନ ରହିବା ଏବଂ ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ଅଶାନ୍ତ ରହିପାରନ୍ତି । ତଥାପି ହସ୍ତା ନକ୍ଷତ୍ର ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।
ତୁଳା
ତୁଳା
ପାରସ୍ପରିକ ସହୃଦୟତାର ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତି କରିବ । ବ୍ୟବସାୟରେ ସଫଳତା ହାସଲ କରିବେ, ତଥାପି କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ ।
ବିଛା
ବିଛା
ଅଭିଳାଷ ପୂରଣ ନ ହେବା କାରଣରୁ ଅନୁରାଧା ନକ୍ଷତ୍ର ବାରମ୍ବାର ନିଜର ମତ ବଦଳାଇବାକୁ ବାଧ୍ୟ ହେବେ । ରବି ଓ ରାହୁଙ୍କ ପ୍ରଭାବରୁ ଜନକଲ୍ୟାଣ କାର୍ଯ୍ୟ, ପ୍ରଶାସନିକ ସ୍ତରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚପ୍ରଶଂସିତ ହୋଇପାରନ୍ତି । ଯାନବାହନରେ ଯାତାୟାତରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ ।
ଧନୁ
ଧନୁ
ପାପଗ୍ରହଯୁକ୍ତ ବୃହସ୍ପତିଙ୍କ ଯୋଗୁ ପାରିବାରିକ ସମସ୍ୟା ଭାବପ୍ରବଣତା ବୃଦ୍ଧିକରିବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ସାମ୍ବାଦିକତା,ଗବେଷଣା,ସାମୂହିକ କାମ ଓ ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।
ମକର
ମକର
ବନ୍ଧୁଙ୍କ ପରାମର୍ଶରେ ଦୀର୍ଘ ଦିନରୁ ଅଟକି ରହିଥିବା କୌଣସି କାର୍ଯ୍ୟ ହଠାତ୍‌ ଆରମ୍ଭ କରିବାକୁ ସ୍ଥିର କରିବେ ।  ପରିବାରରେ ଅପ୍ରୀତିକର ପରିସ୍ଥିତି ଜନିତ ଘଟଣାର ଦିଗ ବଦଳିଯାଇପାରେ ।  ଶିଳ୍ପ, ବ୍ୟବସାୟ, ଯୋଗାଯୋଗ, ପରିବହନ, ପ୍ରଶାସନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ବାଧାବିଘ୍ନ ମଧ୍ୟରେ ଯେତେପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।  ଆପଣଙ୍କ ଦୁରବସ୍ଥା କ୍ଷେତ୍ରରେ ପାଖ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ ।  ଷଷ୍ଠାଧିପତି ଯୁକ୍ତ ଶୁକ୍ର ହେତୁ ପରିବାରରେ ବୁଝାମଣା ଠିକ୍‌ ରହିଲେ ମଧ୍ୟ ବାହ୍ୟ କାର୍ଯ୍ୟ ବାଧାପ୍ରାପ୍ତ ହେବ ।
ମୀନମୀନ
ପୁରାତନ ରୋଗର ପୀଡ଼ା ବୃଦ୍ଧି ଯୋଗୁ ମାନସିକ ସନ୍ତୁଳନ ହରାଇପାରନ୍ତି ।  ସହକର୍ମୀଙ୍କ ସହାନୁଭୂତି ଯୋଗୁ୍‌ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ ।  ପାରସ୍ପରିକ ମତଭେଦ କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି ।  ବନ୍ଧୁଙ୍କ ସହଯୋଗ କେତେକାଂଶରେ ସମସ୍ୟା ସମାଧାନରେ ସାହାଯ୍ୟ କରିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri