Posted inRasifala

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ
ସମସ୍ୟାର ସମାଧାନ ପୂର୍ବକ କର୍ମଧାରାରେ ପରିବର୍ତ୍ତନ ଆଣିବାରେ ସମର୍ଥ ହେବେ । ହାତକୁ ନେଇଥିବା କାର୍ଯ୍ୟ ସାଧନ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବାର ଆଶା ରହିଛି । ଏକାଧିକ ବାଧା ଓ ପ୍ରତିବନ୍ଧକ କାରଣରୁ ବାଣିଜ୍ୟ ଓ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହଯୋଗର ଆଶାରଖି ଅନ୍ୟମାନଙ୍କୁ ମନେଇବାରେ ସଫଳତା ପାଇବେ । ସାମାନ୍ୟ ବଚସାକୁ ନେଇ କେନ୍ଦ୍ରକରି କ୍ରୋଧଜନିତ କଡା କଥା କହିବା କାରଣରୁ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟିର ଆଶଙ୍କା । ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ । ସାମୂହିକ କାର୍ଯ୍ୟ, ରାଜନୀତି, ପ୍ରଶାସନ, ସଭାସମିତି କ୍ଷେତ୍ରରୁ ସଫଳତା ମିଳିବ । ବନ୍ଧୁମାନଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ । ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରି ଅଯଥା କଳହକୁ ନିମନ୍ତ୍ରଣ କରିବେ । ସରକାରୀ ସ୍ତରରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମିତ୍ରମାନଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ ।
ସି˚ହ
ସି˚ହ
ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି । ରାଜନୀତିରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମନୋବଳ ବୃଦ୍ଧି ପାଇବା ପଛରେ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରୋକ୍ଷ ସାହାଯ୍ୟ ରହିବ ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡବଡେଇ ଯାଇପାରନ୍ତି । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଏକ ପ୍ରକାର ହିତକର ହେବ । ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡିବାର ସୂଚନା ରହିଛି ।
ତୁଳା
ତୁଳା
ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ । କଠୋରଶ୍ରମ ଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । କୌଣସି କାମ ହାସଲ ପାଇଁ ବହୁତ ଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡିପାରେ । ପ୍ରକାଶନ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଶୁଭଫଳ ପାଇବେ ।
ବିଛା
ବିଛା
ଆବଶ୍ୟକତାରୁ ଅଧିକ କଥା କହି ଶେଷରେ ଉପହସିତ ହେବା ସହ ସମସ୍ୟାର ଆଶଙ୍କା ସୃଷ୍ଟିହେବ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ପାରିବାରିକ ସ୍ଥିତି, ପ୍ରଶାସନିକ କାମ, ଯାନବାହନର ମରାମତି, ନିର୍ମାଣାଧୀନ କାର୍ଯ୍ୟ ଓ ଯାତ୍ରାରୁ ସୁଫଳ ପାଇବେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ସାମାଜିକ ସ୍ତରରେ ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବାରୁ ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡିପାରେ ।
ମକର
ମକର
କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିପାରିବେ । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ । କଞ୍ଚାମାଲ ଅଭାବରୁ ନିର୍ମାଣ କାର୍ଯ୍ୟରେ ବାଧା ଉପୁଜିବାର ଆଶଙ୍କା ରହିଛି । ଆର୍ଥିକ ସହଯୋଗ ସକାଶେ ବନ୍ଧୁଙ୍କ ଆଗରେ ପ୍ରକାଶ କରି ନ ପାରି ପରେ ଅନୁତାପ କରିବେ ।
କୁମ୍ଭ
କୁମ୍ଭ
କାମରେ ପ୍ରବେଶ ଅନୁପ୍ରବେଶକରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବାଧ୍ୟହେବେ ।
ମୀନମୀନ

ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ବନ୍ଧୁଙ୍କ ସମ୍ମୁଖରେ କୌଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ଅପଦସ୍ଥ ହୋଇପାରନ୍ତି । ବଡ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri