Posted inRasifala

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ଘଟିପାରେ। ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। କୃତ୍ତିକା ନକ୍ଷତ୍ର କାମ ହାସଲ ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି।
ବୃଷ
ବୃଷ
ଉଦ୍ଦେଶ୍ୟମୂଳକ ଭାବରେ ନିକଟ ସମ୍ପର୍କୀୟମାନଙ୍କ ସହ ବେଶ୍‌ ବନ୍ଧୁତା ଜମାଇ କାମ ହାସଲ କରିବେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ମୃଗଶିରା ନକ୍ଷତ୍ର ପାଇଁ ପରିସ୍ଥିତିର ବିଷମତା କାରଣରୁ ଶିଳ୍ପ,ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଲାଗି ରହିବ।
ମିଥୁନ
ମିଥୁନ
ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁମାନଙ୍କ ଶ୍ରଦ୍ଧାଭାଜନ ହେବେ। ଆର୍ଦ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିବାର ସୂଚନା ମିଳେ।
କର୍କଟ
କର୍କଟ
ପରିବାରରେ ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ କାର୍ଯ୍ୟରେ,ମାଲିମକଦ୍ଦମାରେ, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଅନୁଭବ କରିବେ। ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡ଼ିପାରେ। ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ସାମାନ୍ୟ ବିଳମ୍ବରେ ପାଇବେ।
କନ୍ୟା
ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥସାଧନରେ ବାଧା ଉପୁଜିବାର ଆଶଙ୍କା କରି ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ପରିବାରର ସହଯୋଗ କ୍ରମେ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଆଲୋଚକଙ୍କ ଗହଣରେ ଆପଣଙ୍କର ଯୁୁକ୍ତିକୁ ଅନ୍ୟ ବନ୍ଧୁମାନେ ସମର୍ଥନ କରିପାରନ୍ତି।
ତୁଳା
ତୁଳା
ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସ୍ବାତୀ ନକ୍ଷତ୍ର ସକାଶେ ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ପାଇବାର ସମ୍ଭାବନା ରହିଛି।
ବିଛା
ବିଛା
ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଅନୁରାଧା ନକ୍ଷତ୍ର ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ କେତେକ ଅସ୍ବାଭାବିକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ।
ଧନୁ
ଧନୁ
ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ ନାହିଁ ଫଳରେ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ। ସମସ୍ୟାଗ୍ରସ୍ତ ବନ୍ଧୁଙ୍କ ଆହ୍ବାନ ଫଳରେ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ। ଉତ୍ତରାଷାଢା ନକ୍ଷତ୍ର ମନୋରଞ୍ଜନପ୍ରିୟ ହେବା ସହ କଳା,ସାହିତ୍ୟ ଓ ରଚନାତ୍ମକ କାର୍ଯ୍ୟରେ ମନୋନିବେଶ କରିବେ।
ମକର
ମକର
ଅତି ପରିଚିତ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। କର୍ମକ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହିବା ଦ୍ୱାରା କିଛି ସମସ୍ୟା ଆସିପାରେ। ଶ୍ରବଣା ନକ୍ଷତ୍ର ସକାଶେ ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
କୌଣସି ପ୍ରକାରର ଅସୁବିଧା ନ ହୋଇ ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପଡ଼ୋଶୀଙ୍କ ସହାୟତାରେ ସରକାରୀ ସାହାଯ୍ୟ ପାଇବାର ସମ୍ଭାବନା ରହିଛି।
ମୀନମୀନ

ଆଜି ଆପଣ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ। ରେବତୀ ନକ୍ଷତ୍ର ପାଇଁ ପାରିବାରିକ ଅଭାବ, ଅସୁବିଧା ଦୂରୀକରଣ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ଶ୍ରମକ୍ଳାନ୍ତ ଶରୀର ଓ ମାନସିକ ଦୁଶ୍ଚିନ୍ତା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri