Posted inRasifala

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ
ଗୁରୁଶୌରୀ ଯୋଗ ପ୍ରଭାବରୁ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ବୃଷ
ବୃଷ
ଆଜି ଆପଣ ଘର ସକାଶେ ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ ।ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଯାହା କି ସମସ୍ୟାକୁ ବୃଦ୍ଧି କରିବ । ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ, ଅବଶ୍ୟ ସହକର୍ମୀମାନେ ସହଯୋଗର ହାତ ବଢାଇବେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ର ଓ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । କୌଣସି ନୂତନ ସ୍ଥାନକୁ ଯିବା ପାଇଁ ସଜବାଜ ହୋଇପାରନ୍ତି । ସ୍ଥଗିତ ରହିଯାଇଥିବା କାମ ଆରମ୍ଭ କରି ନ ପାରି ବ୍ୟଥିତ ହେବେ ।
କର୍କଟ
କର୍କଟ
ଦିନଟିରେ କର୍ମ ମୁଖର ରହିବା ସହ ବିଭିନ୍ନ ସମସ୍ୟା ସମାଧାନ କରିବାରେ ବ୍ୟସ୍ତତା ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । କିନ୍ତୁ ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ସି˚ହ
ସି˚ହ
ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ କିନ୍ତୁ ପରିଣାମ ବିଶେଷ କିଛି ଖରାପ ହେବ ନାହିଁ । ଆଜି ଆପଣ ଯାହା ପାଇବେ ତାହା ବହୁତ ପୂର୍ବରୁ ହିଁ ପାଇବାର ଥିଲା କହିଲେ ଅତ୍ୟୁକ୍ତି ହେବନାହିଁ । କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡିପାରେ
କନ୍ୟା
ଭୁଲ୍‌ ବୁଝାମଣା କାରଣରୁ ସମସ୍ୟା ବହୁଳ ହୋଇପାରେ । ଆଜିର ଯାତ୍ରା ସମୟରେ ଯାନ ବାହନରେ ସତର୍କ ରହିବା ଭଲ, ନତୁବା ହଇରାଣ ହେବେ । କଳହ ଜନିତ ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବାରେ ସମର୍ଥ ହେବେ ।
ତୁଳା
ତୁଳା
ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବାର ଆଶଙ୍କା ପୂର୍ଣ୍ଣମାତ୍ରାରେ ରହିଛି । ବନ୍ଧୁଙ୍କ ଅନୁରୋଧ କ୍ରମେ ଜନକଲ୍ୟାଣମୂଳକ କାମରେ ଯୋଗଦେଇ ପାରନ୍ତି ।ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ ।
ବିଛା
ବିଛା
ଆପଣଙ୍କର ପ୍ରତ୍ୟେକ ଅସ୍ବସ୍ତିକର ପରିସ୍ଥିତି ସୁଧୁରି ଯିବ । ଲେଖା ପଢା, କଳା,ସାହିତ୍ୟ,ସଙ୍ଗୀତ ତଥା ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ । ଅଫିସିଆଲି କାମରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି ।
ଧନୁ
ଧନୁ
ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ । କେତେକ ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରି ପାରନ୍ତି । ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ପରିବହନ, କ୍ଷେତ୍ର ଭଲ ରହିବ କିନ୍ତୁ ସ୍ବାସ୍ଥ୍ୟସମସ୍ୟା ଦୁଶ୍ଚିନ୍ତାର କାରଣ ହେବ ।
ମକର
ମକର
ଉପରିସ୍ଥଙ୍କ ସାହାଯ୍ୟ ଏବଂ ସହକର୍ମୀଙ୍କ ସହଯୋଗ ଫଳରେ ଆଜିର ପ୍ରତ୍ୟେକ କ୍ଷେତ୍ର ପ୍ରାୟତଃ ଅନୁକୂଳ ରହିବ ।  ଦୂରେଇଯାଇଥିବା ଆତ୍ମୀୟସ୍ବଜନ କିମ୍ବା ନିକଟ ସମ୍ପର୍କୀୟମାନେ ପାଖେଇ ଆସିବେ ।  ହିତୈଷୀଙ୍କ ପରାମର୍ଶ ଓ ବୁଝାଶୁଝା କାରଣରୁ ପାରିବାରିକ କ୍ଷେତ୍ରରେ ଟେନ୍‌ସନ୍‌ କିିଛି ମାତ୍ରାରେ କମିଯିବ ।
କୁମ୍ଭ
କୁମ୍ଭ
କୌଣସି କାମରେ ଆଗଭର ହେବା ଠିକ୍‌ ହେବନି । ଅଫିସ୍‌ରେ ମଧ୍ୟ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ ା କାମ ହାସଲ ନହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ ।  ବାଣିଜ୍ୟ, ବ୍ୟବସାୟ,ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବାର ଆଶଙ୍କା ରହିଛି ।
ମୀନମୀନ

ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି । ପରିବହନରେ, ପ୍ରଶାସନିକ ସ୍ତରରେ , ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯନତ୍ କରିପାରନ୍ତି ।  କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହେବାର ସୂଚନା ରହିଛି ।  ବାଣିଜ୍ୟ, ବ୍ୟବସାୟ,ପରିବହନ, ପ୍ରାୟତଃ ସନ୍ତୋଷଜନକ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri