Posted inRasifala

ରାଶିଫଳ: ଶନିବାର, ମେ ୨୫ ତାରିଖ – Daily Horoscope

ମେଷ
ଉପସ୍ଥିତ ବୁଦ୍ଧି ପ୍ରୟୋଗକରି ଆପଣ ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅବଶ୍ୟ ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ବୃଷ
ବୃଷ
ସାମାଜିକ ସ୍ଥିତି ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହାକି କାମଟି ଅପୂର୍ଣ୍ଣ ରହିଯିବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ସହ କାର୍ଯ୍ୟବ୍ୟସ୍ତ ରହିପାରନ୍ତି। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଓ ପାରିବାରିକ ସ୍ତରରେ ଆଶାଜନକ ଫଳ ପାଇବେ । ଆତ୍ମୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ନିଜକୁ ଅନ୍ୟମାନଙ୍କ ସହ ତୁଳନାକରି ମନ ଊଣା କରିପାରନ୍ତି। ବନ୍ଧୁମେଳରେ ସମୟ କଟାଇବାର ସୁଯୋଗ ପାଇପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ ।
କର୍କଟ
କର୍କଟ
କ୍ରନିକ୍‌ ରୋଗ ପ୍ରଭାବରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଭ୍ରମଣହେତୁକ କ୍ଳାନ୍ତି ଅନୁଭବ କରିପାରନ୍ତି। ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜ ଅବହେଳାରୁ ଅନ୍ୟ ବାଟରେ ବ୍ୟୟହେବା ଆଶଙ୍କା ଦେଖାଦେବ।
ସି˚ହ
ସି˚ହ

ପ୍ରତ୍ୟେକ ଦିଗରୁ ସୁଫଳ ପାଇବା ସହ ସାମାଜିକ ସ୍ତରରେ ସମ୍ମାନିତ ହେବାର ସୁଯୋଗ ପାଇପାରନ୍ତି। ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।

କନ୍ୟା
ବାରମ୍ବାର ଚେଷ୍ଟାକଲେ ମଧ୍ୟ ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଆତ୍ମୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ ଏବଂ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ପରିସ୍ଥିତିବଶତଃ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ସହକର୍ମୀ ମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥରଗତିରେ ଗଡ଼ି ଚାଲିବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ଛଳନାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ । ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ରର ଅଫିସ୍‌ କାମରେ ମାନସିକ ଅବସାଦ ଦୂରହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ ସାମୟିକ ଭାବରେ କିଛିଟା ଲାଘବ ହେବାର ଅନୁଭବ କରିବେ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର, ନୂତନ ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି । ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ବନ୍ଧୁଗହଣରେ ଆଜିର ଅଧିକାଂଶ ସମୟ ଆଳାପ ଆଲୋଚନା ମଧ୍ୟରେ କଟାଇପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ଶ୍ରବଣା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ପ୍ରେମ ଫାଶରେ ଆବଦ୍ଧ ହୋଇପାରନ୍ତି। ଆର୍ଥତ୍କ ସ୍ଥିତି ପୂର୍ବପରି ରହିବ। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ ।
କୁମ୍ଭ
କୁମ୍ଭ
ଆଜି ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ପ୍ରଭୃତି ସୁଖଦ ଖବର ପାଇପାରନ୍ତି। ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍‌ ହେବନି । ମାନସିକ ଅସ୍ଥିରତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୋକ୍ଷ ଶତ୍ରୁତା ଓ ଋଣ ପରିଶୋଧଜନିତ ମାନସିକ ଟେନ୍‌ସନ ଲାଗିରହିବ।
ମୀନମୀନ
କର୍ମକ୍ଷେତ୍ର ଓ ବୃତ୍ତିଗତ ଧନ୍ଦାରେ ସମୟ ଅତିବାହିତ କରିବେ । ଘର ପାଇଁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। କଳା, ସଙ୍ଗୀତ ସମାରୋହ, ସାହିତ୍ୟଚର୍ଚ୍ଚା ତଥା ବନ୍ଧୁମିଳନ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri