Posted inRasifala

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ଭାଇ,ବନ୍ଧୁ,ନିକଟ ସମ୍ପର୍କୀୟ କିମ୍ବା ଆତ୍ମୀୟ ମାନଙ୍କ ସାହାଯ୍ୟରୁ ଅର୍ଥ ପାଇବେ ।  କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି ।  ବିବାଦୀୟ ଘଟଣାରେ କୈାଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ ।  କୃତିକା କ୍ରୀଡା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
ବୃଷ
ବୃଷ
ସ୍ଥିର କରଥିବା ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ।  ତର୍କବିତର୍କ କାରଣରୁ ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଭୂଲ୍‌ ବୁଝାମଣା ଘଟିପାରେ ।  ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡିବାର ଆଶଙ୍କା ରହିଛି । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି ।
ମିଥୁନ
ମିଥୁନ
ବନ୍ଧୁ ଗହଣରେ ବେଶୀ ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ ।  ମୃଗଶିରା ନକ୍ଷତ୍ର ଆପଣଙ୍କ ସାହାଯ୍ୟରେ ସମ୍ପର୍କୀୟ ବ୍ୟକ୍ତି ମାନଙ୍କ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ହେବ ।  ପାଖରେ ଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ କିନ୍ତୁ ବ୍ୟବସାୟ ଓ ପରିବହନ ପାଇଁ କୈାଣସି ସମସ୍ୟା ରହିବ ନାହିଁ ।
କର୍କଟ
କର୍କଟ
ସାମଗ୍ରୀକ ଦୃଷ୍ଟିକୋଣରୁ ଦିନଟି ଭଲରେ ଭଲରେ ଅତିବାହିତ ହେବ । ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ପୁଷ୍ୟା ନକ୍ଷତ୍ର ସକାଶେ ନିର୍ମାଣାରମ୍ଭ, ବ୍ୟବସାୟ, ଶିଳ୍ପ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଜମିଜମା ସମ୍ପର୍କୀୟ ବିବାଦୀୟ ଘଟଣାର ବିଜୟୀ ହେବେ ।
ସି˚ହ
ସି˚ହ
ଚେଷ୍ଟା କରୁଥିବା କାର୍ଯ୍ୟରେ ପ୍ରତିବନ୍ଧକ ଓ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗିରହିବ ।  ବନ୍ଧୁମାନଙ୍କ ସହ ଆଲୋଚନା ତଥା ପରିବହନ,ବାଣିଜ୍ୟ ଓ ବ୍ୟବସାୟରେ ମାନମାନାନ୍ତର ଦେଖା ଦେଇପାରେ ।  ସାମାଜିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
କନ୍ୟା
ପ୍ରତ୍ୟେକ କାମ ସମସ୍ୟା ବିଜଡିତ ସଙ୍ଗକୁ ବହୁତ ବିଳମ୍ବରେ ହେଉଥିବାରୁ କ୍ରମଶଃ ବ୍ୟସ୍ତତା ବଢିଯିବ ।  ବନ୍ଧୁଙ୍କ ଦୁଃଖିତ ମନକୁ ସାନ୍ତ୍ବନା ଦେବାକୁ ଯାଇ ପରିବାରରେ ଦ୍ୱନ୍ଦ ଲାଗିଯାଇପାରେ ।  ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ ।  ମାନସିକ ଚାପ ବିଶେଷ ପରିମାଣରେ ବୃଦ୍ଧି ପାଇପାରେ ।
ତୁଳା
ତୁଳା
ବନ୍ଧୁମାନଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ,ଅବଶ୍ୟ ବିଭିନ୍ନ ସ୍ତରରୁ ଉପକୃତ ହେବେ ।  ବ୍ୟୟ ଭାର କ୍ରମଶଃ କମି କମି ଆସିବ ଏବଂ ବାଣିଜ୍ୟ,ବ୍ୟବସାୟ ଓ ପରିବହନାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।  ଆର୍ଥିକ ଅନଟନ ଓ ସ୍ଥାନ ବଦଳିବା କାରଣରୁ ଦୁଃଶ୍ଚିନ୍ତା ବଢି ଯାଇପାରେ ।
ବିଛା
ବିଛା
କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ । ବହୁତ ଦିନ ହେଲା ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।  ଜ୍ୟେଷ୍ଠା ନକ୍ଷତ୍ର ବିବାଦୀୟ ଘଟଣାରୁ ଦୂରେଇ ରହିବା ଭଲ ହେବ ।  ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତା କାରଣରୁ ଦୀର୍ଘ ଦିନରୁ ପଡିରହିଥିବା କାମଟିରେ ଅଗ୍ରଗତିର ସୂଚନା ପାଇବେ ।
ଧନୁ
ଧନୁ
ପୂର୍ବ ଶତୃତାକୁ ନେଇ ମନଟା କେମିତି କେମିତି ଲାଗିବ,ଏବଂ ବିଶେଷ ଭଲ ରହିବ ନାହିଁ । ଉତରାଷାଢା ନକ୍ଷତ୍ର ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ କିନ୍ତୁ ଉପଭୋଗ୍ୟ ନହୋଇପାରେ ।  ରାଜନୀତି,କଳା,ସାହିତ୍ୟ,ପ୍ରଶାସନିକ ସ୍ତରରେ ତଥା ସଭାସମିତି କାମରେ ବ୍ୟସ୍ତତା ବୃଦ୍ଧି ପାଇବ ।
ମକର
ମକର
ଶ୍ରବଣା ନକ୍ଷତ୍ର ପାରିବାରିିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡିବ ।  ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ସଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।  ପ୍ରତିଟି କ୍ଷେତ୍ରରେ ଅପେକ୍ଷାକୃତ ଅସୁବିଧା ଭୋଗିବେ କିନ୍ତୁ କୈାଣସି କାମ ଅଟକିବ ନାହିଁ ।  ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ସୃଷ୍ଟି ହେବାର ଆଶଙ୍କାକୁ ମଧ୍ୟ ଏଡି ହେବ ନାହିଁ । ସରକାରୀ ସୁତ୍ରରୁ ଅର୍ଥ, ଛୋଟ ବ୍ୟବସାୟ.ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ ।  ବାଦବିବାଦରେ ଆପୋଷ ସମାଧାନ ଘଟିବ ଓ ଶତଭିଷା ବିଜୟୀ ହେବେ ।  ପରିବାରରେ ଅସାବଧାନତାବଶତଃ କୌଣସି ଦବ୍ର୍ୟ ନଷ୍ଟ ହୋଇପାରେ ।
ମୀନମୀନ

ବନ୍ଧୁ ମାନଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ । ବାକ୍‌ ଅସଂଯମତା ଯୋଗୁଁ  ସୁସମ୍ପର୍କ ବ୍ୟାହତ ହୋଇପାରେ ।  ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନକରନ୍ତୁ ନତୁବା ଅନୁତାପ କରିବାକୁ ପଡିବ । ସଭାସମିତି,କ୍ରୀଡା,କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ସୃଷ୍ଟି ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri