Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ
ବହୁତ ଦିନରୁ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୂରୁହ ହୋଇପଡ଼ିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ, ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ବ୍ୟବସାୟ,ବାଣିଜ୍ୟ ଓ ପରିବହନରେ ଶିଥିଳତା ଦେଖାଦେବ । ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁକ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ଲଘୁ କ୍ରୋଧ ସୃଷ୍ଟି କରିପାରେ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପୁରୁଣା ସମ୍ପର୍କ, ଜମିଜମା, ଗାଡ଼ି ମୋଟରରୁ ଭଲ ଲାଭ ପାଇବେ । ନିର୍ମାଣାଧୀନ କାର୍ଯ୍ୟ ସମସ୍ୟାବହୁଳ ରହିବ।
ମିଥୁନ
ମିଥୁନ
ସାଧାରଣ ଘଟଣାରେ ଝଗଡ଼ା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପ୍ରାପ୍ତି ହୋଇପାରେ। ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ ଯାହାକି କଳହକୁ ବଢ଼ାଇଦେଇପାରେ। ଅଫିସିଆଲି କୌଣସି ନିଷ୍ପତ୍ତି ପାଇଁ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି ।
କର୍କଟ
କର୍କଟ
ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବ,ଏହି ଦିଗରୁ ସାମୟିକ ଆନନ୍ଦ ଅନୁଭବ କରିବେ। ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଅପରାହ୍ନେ ଅଭାବ ନ ଥିଲେ ମଧ୍ୟ ମନ ଭଲ ଲାଗି ନ ପାରେ ।
ସି˚ହ
ସି˚ହ
ବହୁତ ଦିନର ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମରେ ଆଗୁଆ ରହିବେ। ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଲେ ମଧ୍ୟ ଚେଷ୍ଟାରୁ ବିରତ ହେବେ ନାହିଁ । ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ନିଜର ବନ୍ଧୁମାନଙ୍କ ଅନୁକମ୍ପାରୁ କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ରୋଗ, ଋଣ, ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ପଡ଼ୋଶୀଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ, କିନ୍ତୁ କଠୋର ବାକ୍ୟାଳାପ ଦ୍ୱାରା ସମ୍ପର୍କ ହାନି ଘଟିବ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବାରର ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ନିଜ ସକାଶେ ସମସ୍ୟାକୁ ବଢ଼ାଇ ଦେବ । ଯିବା ଆସିବା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଖାଦ୍ୟପେୟର ଅନିୟମିତତା ଫଳରେ ସ୍ବାସ୍ଥ୍ୟ ସାମାନ୍ୟ ଗଡ୍‌ବଡ୍‌ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରର ପରିସ୍ଥିତି ଆପଣଙ୍କ ପାଇଁ ଅନୁକୂଳ ହୋଇ ନ ପାରେ । ମନୋରଞ୍ଜନ କାର୍ଯ୍ୟରେ ସାମିଲ୍‌ ହୋଇପାରନ୍ତି, କିନ୍ତୁ ପୂର୍ଣ୍ଣ ଉପଭୋଗ୍ୟ ହୋଇପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ପରିବହନରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ମକର
ମକର
ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ । ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରକୁ ଆସିପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁମାନଙ୍କ ଗହଣରେ ଆଳାପ ଆଲୋଚନାରେ ସମୟ କଟାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ, ଯଦ୍ଦ୍ବାରା କି ଆପଣଙ୍କୁ ଏଥି ସକାଶେ କେତେକ କଟୁକ୍ତି ଶୁଣିବାକୁ ପଡ଼ିପାରେ। ଅଭାବ ସୁଧାରିବାକୁ ଯାଇ ଧାର ଉଧାର କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ
ବନ୍ଧୁମାନଙ୍କ ପରାମର୍ଶ ଅନୁସାରେ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରିପାରନ୍ତି। ନିଜ ଲୋକଙ୍କ ଈର୍ଷାପରାୟଣତା କାରଣରୁ ହଠାତ୍‌ ବିରାଧୀ ପକ୍ଷ ସକ୍ରିୟ ହୋଇଉଠିବେ । ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ପରିବାରରେ ସାଧାରଣ କଥାରେ ମତଭେଦଜନିତ ମାନସିକ ଅସ୍ଥିରତା ଲାଗିରହିବ। ପରୋକ୍ଷ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?