Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଶନି ଓ କେତୁଙ୍କ ସହ ଆପଣଙ୍କୁ ଚନ୍ଦ୍ର ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଅସ୍ଥିରତା ସୃଷ୍ଟି କରିବ । ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି ଫେରି ଆସିବା ଆଶା କାରଯାଇପାରେ ।ଈର୍ଷାପରାୟଣ ପୂର୍ବକ ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି।
ବୃଷ
ବୃଷ
କର୍ମାଧିପତିଙ୍କ ସ୍ବଗୃହକୁ ଦୃଷ୍ଟି କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ସ୍ଥିତି ଓ ଅର୍ଥ ସମ୍ପର୍କିତ କଥାବାର୍ତ୍ତା ସାଙ୍ଗକୁ ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। କିଛି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ ।
ମିଥୁନ
ମିଥୁନ
ତୃତୀୟଭାବରେ ଏକାଧିକ ଗ୍ରହ ଭାଗ୍ୟସ୍ଥାନକୁ ପ୍ରଭାବିତ କରୁଥିବାରୁ ଆପଣଙ୍କ ଆଶା ଓ ଅଭିଳାଷ ଅଚିରେ ପୂରଣ ହୋଇପାରିବ। ରାହୁଙ୍କ କୁପ୍ରଭାବଜନିତ ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ । ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
ଚତୁର୍ଥାଧିପତି ଲାଭ ସ୍ଥାନରେ ରହିଥିବାରୁ ସାମାଜିକ ସ୍ତରରେ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି ।
ସି˚ହ
ସି˚ହ
ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପରିବାରରେ, କର୍ମକ୍ଷେତ୍ରରେ ଅଥବା ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ଲାଭ କରିପାରନ୍ତି। ମଘା ନକ୍ଷତ୍ର ଯେତିକି ଖୁସିରେ ରଖିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ତାହା ସହଜରେ କରାଇ ଦେଇ ନ ପାରେ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ ।
କନ୍ୟା
ଗ୍ରହ ସ୍ଥିତିର ପ୍ରତିକୂଳତା କାରଣରୁ ଆଜି ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରିବା ଭଲ ହେବ। ବାରମ୍ବାର ଚେଷ୍ଟା ପରେ ଦୀର୍ଘଦିନ ଉପରାନ୍ତେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ସ୍ତ୍ରୀଙ୍କ ବୁଝାମଣା, ବିଭିନ୍ନ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ଯାତ୍ରା ସମ୍ପର୍କରେ ଦୁଶ୍ଚିନ୍ତା ବଢ଼ିପାରେ । ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ଧନ ସ୍ଥାନରେ ବୃହସ୍ପତି ଆପଣଙ୍କୁ ଅର୍ଥ, ସାମାଜିକ ସମ୍ମାନ ଓ ଶୁଭେଚ୍ଛୁଙ୍କ ଶୁଭକାମନାରୁ ଖୁସି ରହିବେ। ପ୍ରତିବନ୍ଧକ ଆସିଲେ ମଧ୍ୟ ହାତକୁ ନେଇଥିବା କାମଟିକୁ ପୂରା କରିବାକୁ ଚେଷ୍ଟାକରିବେ। ନିଜର ଲୋକ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ।
ବିଛା
ବିଛା
ମୁଖ ଭାବରେ ପାପଗ୍ରହ ଥିବାରୁ କଥାବାର୍ତ୍ତାରେ ସଂଯମ ରକ୍ଷା ନ କଲେ ଭୁଲ୍‌ ବୁଝାମଣାଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ଅନ୍ୟମନସ୍କତା ଓ ଅସାବଧାନତା କାରଣରୁ ଟଙ୍କାପଇସା କିମ୍ବା ଦରକାରୀ କାଗଜପତ୍ର ହଜିଯାଇପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଶୁଭକାର୍ଯ୍ୟ କିମ୍ବା ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କଲେ କୃତକାର୍ଯ୍ୟ ହେବେ। କିନ୍ତୁ ସାମୟିକ ସମସ୍ୟାଜନିତ ହାତକୁ ନେଇଥିବା କେତେକ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିପାଇବା କାରଣରୁ ଏକ ପ୍ରକାର ମାନସିକ ଶାନ୍ତି ମିଳିବ।
ମକର
ମକର
ଅଷ୍ଟମସ୍ଥ ଏକାଧିକ ଗ୍ରହ ଆପଣଙ୍କ ସୁଖ,ସମ୍ମାନ, ପାରିବାରିକ ଶାନ୍ତି ଓ ଆର୍ଥିକ ଅଭିବୃଦ୍ଧିକୁ ରୋକି ଦେଇପାରେ। ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ସୃଷ୍ଟି ହେବା ଆଶଙ୍କା ମଧ୍ୟ ରହିଛି। ନୂତନ ପ୍ରକଳ୍ପାରମ୍ଭ କିମ୍ବା ଶିଳ୍ପ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।
କୁମ୍ଭ
କୁମ୍ଭ
ରାହୁଙ୍କ ସ୍ଥିତି ଆପଣଙ୍କ ଚିନ୍ତାଧାରାକୁ ବଦଳାଇ ଦେଇପାରେ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧିପାଇବ। କଳା, ସଂସ୍କୃତି ପ୍ରତି ଅନୁରାଗ ବଢ଼ିବା ସହ ବନ୍ଧୁମିଳନରୁ ଖୁସି ରହିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।
ମୀନମୀନ
ଦେବଗୁରୁଙ୍କ ଶୁଭଦୃଷ୍ଟିରୁ ଚେଷ୍ଟା କରୁଥିବା କାମଗୁଡ଼ିକ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବା ସହ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri