Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ, ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ। ଦେବା ନେବାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ।
ବୃଷ
ବୃଷ
ମଙ୍ଗଳ ଚତୁର୍ଥାଧିପତି ନକ୍ଷତ୍ରସ୍ଥ ଯୋଗୁ ଯେ କୌଣସି କ୍ଷେତ୍ର ହେଉନା କାହିଁକି,ଆପଣ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ ନତୁବା ସମସ୍ୟା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି।
ମିଥୁନ
ମିଥୁନ
କର୍ମାଧିପତି ରାଶ୍ୟାଧିପତି ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ। ନାହିଁ ନାହିଁ କରୁଥିବା ଲୋକଟି ଶେଷରେ ଆପଣଙ୍କ କଥାରେ ହଁ ଭରିବ। ତଥାପି ମୃଗଶିରା ନକ୍ଷତ୍ର ସକାଶେ ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ଅର୍ଥାଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ।
କର୍କଟ
କର୍କଟ
ଦ୍ୱାଦଶସ୍ଥ ରାହୁ ପ୍ରଭାବରେ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତାରେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଦକ ଦ୍ରବ୍ୟ ସେବନରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ ସମାଲୋଚନାର ଶରବ୍ୟ ହୋଇପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ।
ସି˚ହ
ସି˚ହ
ଶୁକ୍ରଙ୍କ ସୁପ୍ରଭାବରେ ନିଜସ୍ବ ବିଚାରଧାରା ଓ କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଅଫିସିଆଲି କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ, ଫଳରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଧାପନ୍ତରିଆ ରହିଯିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କନ୍ୟା
ପାପଦୃଷ୍ଟ ବୁଧ ହେତୁ ଯେତେ ଭଲ କରିବାକୁ ଚିନ୍ତା କଲେ ମଧ୍ୟ ନିଜ ଲୋକମାନଙ୍କ ବିରୁଦ୍ଧାଚରଣ ହେତୁ କାମଗୁଡ଼ିକ ବାସ୍ତବରେ ଓଲଟା ହେବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାଭାଜନ ହେବେ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ।
ତୁଳା
ତୁଳା
ଦ୍ୱାଦଶରେ ମଙ୍ଗଳଙ୍କ ଯୋଗୁ ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ କିମ୍ବା କାମଗୁଡିକ ସକାଶେ ମଧ୍ୟ ଅନିଶ୍ଚିତତା ଦେଖାଦେବ। ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି, ପ୍ରତ୍ୟେକ କ୍ଷେତ୍ର୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ, ନତୁବା ଠକିଯିବାଟାହିଁ ସାର୍‌ ହେବ।
ବିଛା
ବିଛା
ଭାଗ୍ୟାଧିପ ରାଶିରେ ରହିଥିବାରୁ ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ ଏବଂ ପଶଂସିତ ମଧ୍ୟ ହେବେ।
ଧନୁ
ଧନୁ
ପାପଗ୍ରହ ପ୍ରଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ନୂତନ କର୍ମସସ୍ଥାନ ପାଇଁ ମନ ବଳିବ ଏବଂ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ନିଶ୍ଚିତ ଉପକୃତ ହେବେ। ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବା ସହ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ପାରିବାରିକ ସ୍ଥିତିରେ ମିଷ୍ଟଭାଷୀହେବେ।
ମକର
ମକର
ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହଯିବାରୁ ସାମୟିକ ମନଦୁଃଖ ହୋଇପାରେ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିବା ସହ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ।
କୁମ୍ଭ
କୁମ୍ଭ
ରାହୁ ଓ ଶନିଙ୍କ କୁପ୍ରଭାବ ଜନିତ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ, ଫଳରେ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି। ଆଜି ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ।
ମୀନମୀନ
ବୁଧ ଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

ଖୁସିରେ ଗଦଗଦ ପାକିସ୍ତାନ! ଟ୍ରମ୍ପଙ୍କ ପରେ ଏହି ଦେଶ କଲା ଖୁବ ପ୍ରଶଂସା

ଇସଲାମାବାଦ,୧୭।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପାକିସ୍ତାନକୁ ପ୍ରଶଂସା କରି କହିଛନ୍ତି ଯେ ଏହା ସଂଘର୍ଷ ରୋକିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ ମନ୍ତବ୍ୟ…

ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ

ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ଲୋକ ସଭା ଭୋଟିଂ ପୂର୍ବରୁ ନାରୀଙ୍କୁ ନେଇ ସ୍ବତନ୍ତ୍ର ପୋଷ୍ଟ ଶେୟାର କଲେ ମୋଦି, ଜାଣନ୍ତୁ କ’ଣ ଲେଖିଲେ

ନୂଆଦିଲ୍ଲୀ,୧୭।୪: ଆଜି (୧୭ ଏପ୍ରିଲ) ସଂସଦର ସ୍ବତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନ। ଏହି ସ୍ବତନ୍ତ୍ର ଅଧିବେଶନ ସମୟରେ, କେନ୍ଦ୍ର ସରକାର ମୋଟ ତିନୋଟି ବିଲ ଆଗତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri