Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ
ଏକାଦଶ ଚନ୍ଦ୍ର ଯୋଗୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ବୃଷ
ବୃଷ
ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ରାହୁ ପ୍ରଭାବରେ ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
ରବି ଓ ମଙ୍ଗଳଜନିତ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ରହିଛି ଓ ରହିବ ତଥାପି କୌଣସି ଦୃଢ଼ ପଦକ୍ଷେପ ନେଲେ ଝମେଲା ଅଧିକ ବଢ଼ି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିପାରିବେ।
କର୍କଟ
କର୍କଟ
ରାହୁ ଦ୍ୱାଦଶସ୍ଥ ଯୋଗୁ ପୂର୍ବରାଗ ଶୁଝାଇବାକୁ ଯାଇ ହଠାତ୍‌ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ, କିନ୍ତୁ କିଛି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ, ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ।
ସି˚ହ
ସି˚ହ
ଧନସ୍ଥାନସ୍ଥ ଗ୍ରହ ପ୍ରଭାବରେ ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ସମସ୍ୟା ସୃଷ୍ଟି ହୋଇପାରେ। କିନ୍ତୁ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହାକି ସମସ୍ୟା ବୃଦ୍ଧି କରିପାରେ। ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ। କଳା, ସାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ଚନ୍ଦ୍ରଙ୍କ ପ୍ରଭାବରୁ ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନ ଏକପ୍ରକାର ଖୁସି ହୋଇଯିବ। ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ମନରେ ବିରକ୍ତି ଆସିବ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଜିନିଷଟି ପାଇଯିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମାଧାନ ହୋଇଯିବ ା ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବା ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ଚତୁର୍ଥଚନ୍ଦ୍ର ଯୋଗୁ ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବା ହିଁ ସମସ୍ୟାର କାରଣ ହେବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ।
ଧନୁ
ଧନୁ
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କିତ ଅଯଥା ଚିନ୍ତା କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯତ୍ନ କରିପାରନ୍ତି।
ମକର
ମକର
ଆପଣ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ ଏବଂ ଅତି କମ୍‌ ସମୟରେ ତାହା ସୁବିଧାରେ ସମ୍ପନ୍ନ ହୋଇ ପାରିବ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ।
କୁମ୍ଭ
କୁମ୍ଭ
ପାପଗ୍ରହ ପ୍ରଭାବରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ,ଏଣୁ ସତର୍କ ରହିବା ଭଲ। କଠିନଶ୍ରମଜନିତ ସାମୟିକ ଶାରୀରିକ ଅସୁସ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
ଆଜି ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହୋଇଯିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri