Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ
ଆଜି କୃତିକା ନକ୍ଷତ୍ରସ୍ଥ ଜନ୍ମ ଚନ୍ଦ୍ର ମାନସିକ ଅସ୍ଥିରତା ସଙ୍ଗକୁ ବିକ୍ଷିପ୍ତ ଚିନ୍ତାଧାରା ସୃଷ୍ଟି କରିବ । ପରିଣାମ ସ୍ବରୂପ ସ୍ବାସ୍ଥ୍ୟ, ପରିବାର, ଯାନ ବାହାନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ , ଆଲୋଚନା କ୍ଷେତ୍ର, ସଙ୍ଗଠନ ଓ ରାଜନୀତି ସକାଶେ ପ୍ରାୟତଃ ଅସୁବିଧା ହେବନାହିଁ । ବ୍ୟବସାୟରେ ଉନ୍ନତି ହେବ।
ବୃଷ
ବୃଷ
ଶୁକ୍ରଙ୍କ ସହ ଶନିଙ୍କ ସମ୍ପର୍କ ବିଳମ୍ବିତ ସମୟରେ କାମ ହାସଲ କରାଇବ। କିନ୍ତୁ ବାଧକାଧିପତି ଫଳରେ କୈାଣସି ନୂତନ କର୍ମାରମ୍ଭ କରିବା ସକାଶେ ମନ ବଳାଇବେ ଯାହାକି ସମସ୍ୟା ବହୁଳ ହୋଇପାରେ। ବନ୍ଧୁ ଆପଣଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବେ। ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ।
ମିଥୁନ
ମିଥୁନ
ଧନାଧିପତିଙ୍କ ଶୁଭତ୍ୱ ପ୍ରଭାବରୁ ଆର୍ଥିକ ସମସ୍ୟାର ସମାଧନ କରିବା ସହ ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ ।  କିଛି ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ପରିବାର ଭିତରେ ଝଡ ଉଠିପାରେ। ବନ୍ଧୁଙ୍କ ସହ ପୂର୍ବରୁ ଥିବା ମନୋମାଳିନ୍ୟ ଦୂରେଇ ଯାଇପାରେ । କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ସହକର୍ମୀ କିମ୍ବା ବନ୍ଧୁମାନଙ୍କ ଠାରୁ ଖୁସୀ ଖବର ପାଇବେ ।
କର୍କଟ
କର୍କଟ
ଦୃଢ ମନୋବଳ ଓ କାର୍ଯ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ। ରବିଙ୍କ ଦୁର୍ବଳତା କାରଣରୁ ଅଭାବ ନ ଥିଲେ ମଧ୍ୟ କୌଣସି କାମ ସକାଶେ ଆକସ୍ମିକ ଅର୍ଥ ଅଭାବରୁ କାମଟି ସମ୍ପୂର୍ଣ୍ଣ ହେବ ନାହିଁ। ପାରିପାର୍ଶ୍ୱିକ କ୍ଷେତ୍ରରୁ ସାହାଯ୍ୟ ଓ ସହଯୋଗ ନ ଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ବାଣିଜ୍ୟ ଓ ବ୍ୟବସାୟରେ ଲାଭ ମିଳିବ।
ସି˚ହ
ସି˚ହ
ସମସ୍ୟାର ସମାଧାନ କରିବାର ଧୈର୍ଯ୍ୟ ଓ ସାହସ ଅକ୍ଷୁଣ୍ଣ ରହିବ । ତଥାପି ସାମୟିକ ପାରିବାରିକ ଅସ୍ଥିରତା ଓ କର୍ମକ୍ଷେତ୍ରର ଶିଥିଳତା ମଧ୍ୟ ଏହି ଦିଗରେ ପ୍ରତିବନ୍ଧକ ସାଜିବ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ମନ ଦୁଃଖ ହୋଇପାରେ । ଆକସ୍ମିକ ଭାବରେ ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡିପାରେ ।
କନ୍ୟା
ପ୍ରଥମେ ପ୍ରଥମେ କିଛିଟା ସମସ୍ୟାର ସମ୍ମୁଖୀନ ହୋଇ ହଡବଡେଇ ଯାଇ ପାରନ୍ତି କିନ୍ତୁ ସଫଳତା ନିଶ୍ଚିତ । ପୁରାତନ ଗାଡି, ବ୍ୟବହୃତ ଜିନିଷର ଯାନ୍ତ୍ରିକ ସମସ୍ୟା, ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରି ପାରନ୍ତି। ଅଫିସ୍‌ ସମୟରେ କୈାଣସି ସମ୍ପର୍କୀୟଙ୍କ ଦ୍ୱାରା ଆଶା କରୁଥିବା ସୂଚନା ପାଇ ଖୁସି ହେବେ ।
ତୁଳା
ତୁଳା
ପ୍ରତିଦାନ ପାଇବାର କୌଣସି ଆଶା ନ ରଖି କର୍ତ୍ତବ୍ୟ ଦୃଷ୍ଟିକୋଣରୁ କାମ କରିଚାଲିବେ। ଅବଶ୍ୟ ସ୍ବାତୀ ନକ୍ଷତ୍ର ବିଭିନ୍ନ ପ୍ରକାରର କର୍ମ ଜଞ୍ଜାଳର ଚାପରେ ଅତିଷ୍ଠ ହୋଇପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢି ବଢି ଯିବ । ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ତଥା ନିଜ ପରିସରରେ ପ୍ରତିଷ୍ଠିତ ହେବେ ।
ବିଛା
ବିଛା
ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଯାହା କରୁଛନ୍ତି ସେଥିପ୍ରତି ସତର୍କତା ଅଭାବରେ ପରିସ୍ଥିତି ଅଣାୟତ ହୋଇପାରେ । ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଅନୁରାଧା ନକ୍ଷତ୍ରର ନିଜ ଭାବନା ଅନୁଯାୟୀ ଫଳ ପାଇବାରେ କୌଣସି ଅସୁବିଧା ହେବ ନାହିଁ।
ଧନୁ
ଧନୁ
ମଙ୍ଗଳଙ୍କ କୁପ୍ରଭାବ ଜନିତ ସାମୟିକ ଔଦ୍ଧତ୍ୟ କାରଣରୁ ଅନ୍ୟମାନଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ । ହଜି ଯାଇଥିବା ଜିନିଷ, ଅଳଙ୍କାର, ଟଙ୍କା ପଇସା କିମ୍ବା ପଶୁଜନ୍ତୁର ଖୋଜ ଖବର ପାଇପାରରନ୍ତି। ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି। ମହିଳା ମାନଙ୍କ ତରବରିଆ ନିଷ୍ପତି ବିପଦକୁ ଡାକି ଆଣିପାରେ।
ମକର
ମକର
ଅସୁବିଧା ନହେଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ପଡୋଶୀଙ୍କ କୌଣସି ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ , ଯାହାକି ଅଯଥା ଟେନ୍ସନ ସୃଷ୍ଟି କରିବ। ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଙ୍କିବ । କର୍ମକ୍ଷେତ୍ର, ରାଜନୀତି, ମାଲି ମକଦ୍ଦମା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ ।
କୁମ୍ଭ
କୁମ୍ଭ
କେତେକ କ୍ଷେତ୍ରରେ ନିଜ ଲୋକ ମାନଙ୍କ ଦ୍ୱାରା ଅପଯଶ ପାଇ ପାରନ୍ତି। ସତର୍କରେ ନ ଚଳିଲେ କର୍ମକ୍ଷେତ୍ର୍ରରେ ବିଭିନ୍ନ ପ୍ରକାର ସମସ୍ୟାର ସାମ୍‌ନା କରିବାକୁ ପଡିପାରେ। ପରିବାରରେ ସାଧାରଣ କଥାରେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଅର୍ଥ ସମ୍ପର୍କ, ଆଲୋଚନା, କଳା, ସାହିତ୍ୟ, ବ୍ୟବସାୟ ଓ ପରିବହନ ପାଇଁ ମନ୍ଦ ନୁହେଁ ।
ମୀନମୀନ
ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । ଅର୍ଥନୈତିକ ଅବରୋଧ ହଟିଯିବ ଓ ଏବଂ ଆପଣଙ୍କ ଅଭିଳାଷ ଅନୁଯାୟୀ ପ୍ରାପ୍ୟ ଅବଶ୍ୟ ପାଇବେ । ଗଲା କଥାକୁ ମନରୁ ପୋଛିଦେଇ ଆଗାମୀ ଦିନର କାମ ସକାଶେ ଚିନ୍ତା କରିବା ଆପଣଙ୍କର ଆଜି ଦିନ ସକାଶେ ଭଲ ହେବ । ପରିବହନ,ଶେୟାର୍‌ ବଜାର କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri