Posted inRasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ର କିମ୍ବା ପରିବାରରେ ଭୁଲ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର ଘଟିପାରେ। ଆକସ୍ମିକ ଆବଶ୍ୟକତା କାରଣରୁ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ଓ ଲାଭବାନ୍‍ ମଧ୍ୟ ହେବେ।
ମିଥୁନ
ମିଥୁନ
କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାରର ଧନ୍ଦା କରିବାକୁ ମନ ବଳାଇବେ। ପାରିବାରିକ ସମସ୍ୟା ନିରାକରଣ ସକାଶେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ବ୍ୟବସାୟ, ଶିଳ୍ପ ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ବ୍ୟତିକ୍ରମ ଓ ଆର୍ଥିକ ସମସ୍ୟା ନେଇ ଚିନ୍ତିତ ରହିବେ। ପାରିବାରିକ ସ୍ତରରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କଳା, ସାହିତ୍ୟ,ସଙ୍ଗୀତ ତଥା ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ। ଆର୍ଥିକ ସ୍ଥିତି ପୂର୍ବପରି ରହିବା ହେତୁ ସାମୟିକ ମନ ଭାରାକ୍ରାନ୍ତ ରହିବ ା
ସି˚ହ
ସି˚ହ
ଆମତ୍ୀୟଙ୍କ ସକାଶେ ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ସେମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସମସ୍ୟା ସମାଧନ ଦିଗରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ସହକର୍ମୀ କିମ୍ବା ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ ା
କନ୍ୟା
ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିବ। ବିବାଦୀୟ ପରିସ୍ଥିତି ହେତୁ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିବେ, ସାମାଜିକ ସ୍ତରରେ ଟାଳଟୁଳ ନୀତିରେ କାମ କରି ବନ୍ଧୁଙ୍କ ଅପ୍ରିୟଭାଜନ ହେବେ।
ତୁଳା
ତୁଳା
ଘରୋଇ କାରଣକୁ କେନ୍ଦ୍ରକରି ମନ ଅସ୍ଥିର ରହିବ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ରହିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବାର ସୂଚନା ରହିଛି। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେଲେ ମଧ୍ୟ ବିଜୟୀ ହେବେ। ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ ଓ ଆଶାଜନକ ସୁଫଳ ମଧ୍ୟ ପାଇବେ।
ଧନୁ
ଧନୁ
ପାରିବାରିକ ଅଶାନ୍ତିକୁ କେନ୍ଦ୍ରକରି ମନ ଭଲ ରହିବ ନାହିଁ। ସଭାସମିତି କିମ୍ବା ଆଲୋଚନା ପରିସରରେ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେବ। ଜମିଜମା, ବିଦ୍ୟୁତ୍‍ ଉପକରଣ, ବ୍ୟବସାୟରେ ଲକ୍ଷ୍ୟହାସଲ କରିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ବିଭିନ୍ନ ଦିଗରୁ ସାହାଯ୍ୟ ଲାଭକରି ଦୀର୍ଘଦିନରୁ ସ୍ଥଗିତ କାର୍ଯ୍ୟ ହାସଲ କରିବେ। ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇ ପାରନ୍ତି। ପାରସ୍ପରିକ ଆଲୋଚନା, ଗଠନମୂଳକ କାମ, ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ପରିବହନ, ଜମିଜମା, ଗଠନମୂଳକ କାମରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ବହୁ ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ମଧ୍ୟ ପରୋକ୍ଷ ଶତ୍ରୁତା କାରଣରୁ ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ସମସ୍ୟା ବଢିବ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ବିଶେଷ କିଛି ଅସୁବିଧା ନ ଥିଲେ ସୁଦ୍ଧା ମାନସିକ ସ୍ତରରେ ଅଶାନ୍ତ ରହିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ। ନିଜ ରହଣି ପରିସରସ୍ଥ ଆମତ୍ୀୟଙ୍କ ସହ ସୁସମ୍ପର୍କ ରଖିବାକୁ ଚେଷ୍ଟାକଲେ ଉପକୃତ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢାରେ ସମସ୍ୟା ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri