Posted inRasifala

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨ ତାରିଖ – Daily Horoscope

ମେଷ
ଆଜି କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ ପରିବେଶରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇପାରନ୍ତି।
ବୃଷ
ବୃଷ
ନିଜ କାମ ହାସଲ ପରିପ୍ରେକ୍ଷୀରେ ସମ୍ପର୍କୀୟ ସୁହାଇଲା ଭଳି କଥା କହିବେ। ମାତ୍ର ପାରିବାରିକ ଅଶାନ୍ତି ହେତୁ ମନରେ ଭାବନାର ଜୁଆର କେନ୍ଦ୍ରୀଭୂତ ହୋଇପାରେ। ଫାଇଲପତ୍ର ସମ୍ବନ୍ଧୀୟ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବ୍ୟବସାୟ, ପରିବହନ, ପ୍ରଶାସନ, ରାଜନୈତିକ କାର୍ଯ୍ୟ ଭଲରେ ଚାଲିବ।
ମିଥୁନ
ମିଥୁନ
ଆପଣଙ୍କର ରୁକ୍ଷ ବାକ୍ୟାଳାପ ବନ୍ଧୁଙ୍କୁ ଆପଣେଇ ନେବାରେ ପ୍ରତିବନ୍ଧକ ସାଜିପାରେ। ମାତ୍ର ବୃହସ୍ପତିଙ୍କ ପ୍ରଭାବରୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାରେ ଜଣେ ହିତାକାଂକ୍ଷୀ ସାହାଯ୍ୟ କରିପାରନ୍ତି।
କର୍କଟ
କର୍କଟ
ଆଜିର ଗ୍ରହପ୍ରଭାବରୁ ଯାତ୍ରା କରିବା, ବ୍ୟବସାୟ ଓ ଭୋଗବିଳାସ ଉପକରଣ ପାଇଁ ମନ ବଳାଇ ପାରନ୍ତି। ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହେବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ଦିଗରେ ପଡ଼ୋଶୀ ସାହାଯ୍ୟ କରିପାରନ୍ତି। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା, ଚଳଚ୍ଚିତ୍ର ତଥା ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଯେ କୌଣସି ପରିସ୍ଥିସ୍ଥିତିରେ ମଧ୍ୟ ଭାଙ୍ଗି ପଡ଼ନ୍ତୁ ନାହିଁ ସମୟାନ୍ତରେ ସଫଳତା ଅବଶ୍ୟ ମିଳିବ। ଦୀର୍ଘଦିନରୁ ଲାଗି ରହିଥିବା ଶତ୍ରୁତା, ଅଶାନ୍ତି ଓ ଋଣଭାର ହ୍ରାସ ପାଇବ।
କନ୍ୟା
ଆଜି ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭ କରିବାର ସୌଭାଗ୍ୟ ପ୍ରାପ୍ତ ହେବେ। କାର୍ଯ୍ୟବ୍ୟସ୍ତତା କାରଣରୁ କୌଣସି ନିର୍ଦ୍ଦିଷ୍ଟ ସ୍ଥାନରେ ବେଶି ସମୟ ସ୍ଥିର ରହିପାରିବେ ନାହିଁ। ବନ୍ଧୁଙ୍କ ପ୍ରାୟୋଜିତ ଗୁଜବ ମନକୁ ଚହଲାଇ ଦେଇପାରେ। ଆନୁଷ୍ଠାନିକ କିମ୍ବା ସାମାଜିକ ସ୍ତରରେ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ତୁଳା
ତୁଳା
ଆଜି ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିବା ହେତୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଶିଳ୍ପ, ବ୍ୟବସାୟ, ପରିବହନ ଓ ଆଇନ ଅଦାଲତ କ୍ଷେତ୍ରରୁ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଭିଳଷିତ ଦ୍ରବ୍ୟ ହାସଲ କରିପାରିବେ।
ବିଛା
ବିଛା
ସାମୟିକ ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇ କାମ ହାସଲ କରିବେ। ପାଖ ପଡ଼ୋଶୀମାନଙ୍କ ନିମନ୍ତ୍ରଣ କ୍ରମେ ମନୋରଞ୍ଜନରେ ଆଗ୍ରହୀ ହେବେ। ଅଫିସିଆଲି କାମ ସକାଶେ ଅପରାହ୍ନରେ ଟେନ୍‌ସନ ବଢ଼ିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରିବା ସହିତ ଦୀର୍ଘ ସମୟର ବ୍ୟସ୍ତତା ଦୂର ହେବ। ବିଗତ ଦିନର ଘଟଣାର ପ୍ରଭାବକୁ କେନ୍ଦ୍ରକରି ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବନାହିଁ। ପ୍ରବାସରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ। ବନ୍ଧୁଙ୍କ ସହ ନୂଆ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ ସହ ଭଲ ପାଇବାକୁ କେନ୍ଦ୍ର କରି ପାରିବାରିକ ସମସ୍ୟା ଦେଖାଦେବ। ଅଫିସିଆଲି ଟେନ୍ସନ ଲାଗି ରହିବାରୁ ରକ୍ତଚାପ ବଢ଼ିପାରେ। ଧାର କରଜ କରି କାମ ତୁଲାଇ ନେବେ କିନ୍ତୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ନିଜର ଦାୟିତ୍ୱହୀନ କାରଣରୁ ଅପମାନିତ କିମ୍ବା ମନସ୍ତାପ କରିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ଆଜି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ। ପ୍ରତିଶ୍ରୁତି ପାଳନ କରୁ ନ ଥିବା ବନ୍ଧୁଙ୍କ ଦ୍ୱାରା କାମଟି କୌଶଳରେ କରାଇ ନେବେ। ପରିବାରରେ ଛୋଟ କଥାକୁ ଧରିବସିଲେ ଅନର୍ଥ ହୋଇପାରେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଅଦଳବଦଳ ହୋଇଯିବାର ଆଶଙ୍କା ରହିଛି।
ମୀନମୀନ

କର୍ମକ୍ଷେତ୍ର ଓ ପାରିବାରିକ ଜୀବନରୁ ପ୍ରତିବନ୍ଧକ କ୍ରମଶଃ ଦୂରେଇ ଯିବ। ଆଜି ଘରକୁ ଫେରିବା ରାସ୍ତାରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ବନ୍ଧୁମାନଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରୁ ସଂଗୃହୀତ ଅର୍ଥ ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ବ୍ୟୟିତ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri