Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ
ସହଯୋଗୀ ମନୋଭାବରୁ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ବନ୍ଧୁ ମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯିବା ସଙ୍ଗକୁ ବନ୍ଧୁମାନଙ୍କ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସହକର୍ମୀଙ୍କ ପରାମର୍ଶ କ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଆଇନ, ଅଦାଲତ, ଜମିଜମା କ୍ଷେତ୍ରରେ କାର୍ଯ୍ୟ ସାଧିତ ହେବ।
ମିଥୁନ
ମିଥୁନ
ପ୍ରତ୍ୟେକ ପରିସ୍ଥିତିରେ ନିଜ ଲୋକ ଦ୍ୱାରା ସାହାଯ୍ୟ,ସହଯୋଗର ଅଭାବ ରହିବ ନାହିଁ। ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପରୋକ୍ଷ ଶତ୍ରୁତା କେତେକ କାମକୁ ସାମୟିକ ଅଟକାଇ ଦେଇପାରେ। ଭୁଲ୍‌ ବୁଝାମଣା ଜନିତ ପାରିବାରିକ ଅଶାନ୍ତିରେ ଅସ୍ଥିରତା ଅନୁଭବ କରିବେ।
କର୍କଟ
କର୍କଟ
ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଘରେ ଅସାବଧାନତା କିମ୍ବା ଅନ୍ୟମନସ୍କତା ହେତୁ ଧନହାନି ଘଟିବାର ସୂଚନା ରହିଛି। କେତେକଙ୍କ କ୍ଷେତ୍ରରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ, ଏଣୁ ସାବଧାନତା ଆବଶ୍ୟକ।
ସି˚ହ
ସି˚ହ
ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାର ଆଶା କରାଯାଇପାରେ।
କନ୍ୟା
ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ। ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପାରିବାରିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି।
ତୁଳା
ତୁଳା
ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ରକ୍ଷା କରିବାରେ ସମର୍ଥ ହେବେ। ଶାନ୍ତ ମନରେ ସବୁ କାମକୁ କରିବାର ଧୈର୍ଯ୍ୟ ପୂର୍ଣ୍ଣମାତ୍ରାରେ ରହିବ। ମାଲିମକଦ୍ଦମାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି,ଆର୍ଥିକ ପ୍ରଗତି ସହ ସୁଚିନ୍ତିତ କାର୍ଯ୍ୟଧାରାର ଶୃଙ୍ଖଳତା ଦିନଟିକୁ ଖୁସୀରେ କାଟିବାରେ ସାହାଯ୍ୟ କରିବ। ତଥାପି ସାମୟିକ ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରକ୍ରାନ୍ତ ରହିପାରେ। ପ୍ରତିଯୋଗିତା,ପ୍ରତିଦ୍ୱନ୍ଦ୍ୱିତା ତଥା ବିବାଦୀୟ ପରିସ୍ଥିତିରେ ବିଜୟୀ ହେବେ।
ଧନୁ
ଧନୁ
ସାମୟିକ ବ୍ୟତିକ୍ରମକୁ ବାଦ୍‌ ଦେଲେ ପ୍ରାୟତଃ ଦିନଟିରେ ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇଯି। ପାରିବାରିକ,ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
ମକର
ମକର
ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରିବେ। ଶନି ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ କରାଇବ। ଜମିଜମା ବିବାଦର ସମାଧାନ ହେବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କର ପରୋକ୍ଷ ଶତ୍ରୁତା ଆପଣଙ୍କ କୌଣସି କାମକୁ ଅଟକାଇପାରିବ ନାହିଁ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ଅର୍ଥରେ ମିତବ୍ୟୟିତା,ଚିନ୍ତାରେ ଶୃଙ୍ଖଳତା ରକ୍ଷାକଲେ ଉପକୃତ ହେବେ।
ମୀନମୀନ
କେତେକ କ୍ଷେତ୍ରରେ କଥାରେ ଓ କାର୍ଯ୍ୟରେ ଜିଦ୍‌ଖୋର ଯୋଗୁ ହଇରାଣ ହୋଇପାରନ୍ତି। ସମ୍ପର୍କସ୍ଥାପନ ତଥା ବ୍ୟବସାୟ, ବାଣିଜ୍ୟ, ନିର୍ମାଣ, ଶେୟାର ବଜାର, ପରିବହନରେ ଲାଭବାନ ହେବେ। ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ବିଶିଷ୍ଟ ବ୍ୟକ୍ତି ମାନଙ୍କ ଦ୍ୱାରା ପ୍ରଶଂସିତ ହେବାର ସୌଭାଗ୍ୟ ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri