Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶ ପ୍ରାପ୍ତ ହୋଇ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସଭାସମିତିର ବିବାଦୀୟ ପରିସ୍ଥିତିରେ ନ୍ୟାୟୋଚିତ କଥା କହି ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ନେଇ ସହକର୍ମୀଙ୍କ ସହ ସାଧାରଣ କଥାରେ ମତାନ୍ତର ଘଟିପାରେ। ଆନୁଷ୍ଠାନିକ କାମରେ ଆକସ୍ମିକ ଖର୍ଚ୍ଚ ପରିମାଣ ବୃଦ୍ଧି ଦୁଶ୍ଚିନ୍ତାକୁ ବଢ଼ାଇ ଦେବ। ପାରିବାରିକ ବିବାଦରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଉଚ୍ଚକର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ।
ମିଥୁନ
ମିଥୁନ
ଅର୍ଥାଭାବ ଦୂର ସକାଶେ ବିଭିନ୍ନ ଧନ୍ଦା କରିବାକୁ ମନ ବଳାଇବେ। ଆଲୋଚନା ଆଳରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି। ବିବାଦୀୟ ପରିସ୍ଥିତିରେ କିମ୍ବା କର୍ମକ୍ଷେତ୍ରରେ ହିତୈଷୀଙ୍କ ପରାମର୍ଶକୁ ଗ୍ରହଣ କରିବା ଭଲ ହେବ। ଆଗାମୀ କାର୍ଯ୍ୟାରମ୍ଭ ପରିପ୍ରେକ୍ଷୀରେ ସମ୍ପର୍କୀୟଙ୍କ ସହ ମିତ୍ରତା ବୃଦ୍ଧି କରିବେ।
କର୍କଟ
କର୍କଟ
ପରିବାରର ସହମତି ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ ତଥା ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ହଠାତ୍‌ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଅସମର୍ଥତ୍ତ ସୂତ୍ରରୁ ଶୁଣି ଖୁସି ହେବେ। ନିଜ ପରିସରରେ ସମସ୍ୟା ଲାଗିରହିବା କାରଣରୁ ସାମୟିକ ମନ ଭାରାକ୍ରାନ୍ତ ରହିବ।
ସି˚ହ
ସି˚ହ
ନିଜେ ରହୁଥିବା ସ୍ଥାନର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ପରିବାର ସକାଶେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସ୍ଥଗିତ କାର୍ଯ୍ୟାରମ୍ଭ ପୂର୍ବରୁ କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଦୀର୍ଘଦିନରୁ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷର ସୂଚନା ପାଇପାରନ୍ତି।
କନ୍ୟା
କେତେକ ଅପୂରଣୀୟ ଆଶା ବାରମ୍ଭାର ମନକୁ ଆଲୋଡ଼ିତ କରିବାର ସୂଚନା ରହିଛି। ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନବାହନ, ମରାମତି କିମ୍ବା ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି। ବିବାଦୀୟ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ତୁଳା
ତୁଳା
ମାନସିକ ଅଶାନ୍ତିରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ କାମ କରି ଚାଲିଲେ ସବୁ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ସମୟର ପ୍ରତିକୂଳତା ହେତୁ ବିଭିନ୍ନ ପ୍ରକାରର ସମସ୍ୟା ଭିତରେ ମନ ଭାରାକ୍ରାନ୍ତ ରହିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମକୁ ମୁହାଁଇବା ଠିକ୍‌ ହେବନି। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। କିନ୍ତୁ ପ୍ରଶାସନ, ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
କର୍ମଜୀବୀମାନେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ସକାଶେ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବା ବାଟରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପରୀକ୍ଷା, ଆଲୋଚନା, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ। ଆର୍ଥିକ ଅଭିବୃଦ୍ଧି ପାଇଁ ବିଭିନ୍ନ ଯୋଜନା କରିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବାର ଆଶଙ୍କା ରହିଛି। ପକ୍ଷପାତିତାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। ଆଜିର ଆମଦାନୀ କାରବାର, ପରିବହନ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ।
ମୀନମୀନ
ପାରିବାରିକ ସ୍ତରରେ ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କରନ୍ତୁ। ନିଜର କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା, ସଂଗଠନ, ଲେଖାପଢ଼ା, ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆର୍ଥିକ ସମସ୍ୟା ମଧ୍ୟରେ ଗତିକଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri