Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରି ୧୭ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ରାଶଧ୍ୟାଧିପ ମଙ୍ଗଳ ନକ୍ଷତ୍ରସ୍ଥ ହୋଇ ତୃତୀୟ ଏକାଦଶସ୍ଥ କାରଣରୁ ମନ ଅନୁଯାୟୀ କୈାଣସି କାମ ହୋଇପାରିବ ନାହିଁ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, ଆନୁଷ୍ଠାନିକ କାମ, ପ୍ରଶାସନିକ ସେବା,କ୍ରୀଡା ଓ ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଶନି ଦୃଷ୍ଟ ତୃତୀୟାଧିପ ଯୋଗୁ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମ କରି ନୈରାଶ୍ୟଯୁକ୍ତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ,ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। କଳା,ସଙ୍ଗୀତ, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ ତଥାପି ସମସ୍ୟାବହୁଳ ହୋଇପାରେ। ଯାତ୍ରା କରିବା ସମୟରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମିଥୁନ
ମିଥୁନ
କେନ୍ଦ୍ରସ୍ଥ ଧନାଧିପ ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଓ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଦିଗରେ ପ୍ରେରିତ କରିପାରନ୍ତି। ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ଆପଣଙ୍କ ଭଲ କାମକୁ ନ ଦେଖି ଦୋଷତ୍ରୁଟି ଗାଇ ବୁଲିବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଜାଗ୍ରତ ହୋଇପାରେ।
କର୍କଟ
କର୍କଟ
ଗ୍ରହସ୍ଥିତି କେତେକାଂଶରେ ଭଲ ଥିବାରୁ କୈାଣସି ନୂତନ ପାଇଁ ଯୋଜନା କରିପାରନ୍ତି। ଦୀର୍ଘମିଆଦି ସୂତ୍ରରେ ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ଋଣଭାରର ମାନସିକ ଚାପ ବୃଦ୍ଧି ପାଇବ। ଘରର ବରାଦ ଅନୁଯାୟୀ ବିଳାସ ଉପକରଣ କିଣି ପାରନ୍ତି।
ସି˚ହ
ସି˚ହ
ଦ୍ୱାଦଶ ସ୍ଥାନକୁ ରବିଙ୍କ ଦୃଷ୍ଟି ଖର୍ଚ୍ଚବୃଦ୍ଧି, ଆକସ୍ମିକ ଯାତ୍ରା ସଙ୍ଗକୁ ବନ୍ଧୁଙ୍କ ସହ ସୁସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ବାରମ୍ବାର ଚେଷ୍ଟା କରି ମଧ୍ୟ ନିର୍ଦ୍ଦିଷ୍ଟ ସ୍ଥାନରୁ ଅର୍ଥପ୍ରାପ୍ତି ସକାଶେ ଉଚ୍ଚ ଆଶା କରି ନିରାଶ ହେବେ। ପରିସ୍ଥିତିବଶତଃ ଆପଣ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
ଶୁକ୍ର ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ପ୍ରଭାବରେ ହାତକୁ ଆସିଥିବା ଅର୍ଥ ପର ମୁହୂର୍ତ୍ତରେ ହରାଇପାରନ୍ତି। କର୍ମକ୍ଷେତ୍ରରେ କୌଣସି ଏକ ସାଧାରଣ ବିତର୍କକୁ ନେଇ ଆଜିର ଅପରାହ୍ନରେ ଜଣେ ମହିଳା ଆପଣଙ୍କ ଉପରେ ଖୁବ୍‌ ଅସନ୍ତୁଷ୍ଟ ହେେବେ। ମାଲିମକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବାର ସମ୍ଭାବନା ରହିଛ।
ତୁଳା
ତୁଳା
ମଙ୍ଗଳଙ୍କ ପ୍ରଭାବରେ ଆପଣଙ୍କ ବ୍ୟବହାର କଠୋର ହୋଇପାରେ। ବିଭିନ୍ନ ସମସ୍ୟାରେ ଜଡିତ କାରଣରୁ ଯେତେ ପ୍ରକାରର ସାବଧାନତା ଅବଲମ୍ବନ କଲେ ମଧ୍ୟ କାମ ଗୁଡିକ ମଧ୍ୟ ଶୃଙ୍ଖଳିତ ହେବ ନାହିଁ। ମାନସିକ ଅସୁସ୍ଥତା ଲାଗି ରହିବ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ମଧ୍ୟ ସମସ୍ୟା ଦେଖା ଦେଇପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ବହୁଳାଂଶରେ ନିୟନ୍ତ୍ରଣାଧୀନ ରହିବ। କର୍ମକ୍ଷେତ୍ରରେ ଆପଣଙ୍କର କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବୟସ୍କ ବ୍ୟଚ୍ଛି ଜଣେ ଅସନ୍ତୋଷ ପ୍ରକାଶ କରି ପାରନ୍ତି। କିଣା ବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ଘରୋଇ ବିତର୍କରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।
ଧନୁ
ଧନୁ
ପାପଗ୍ରହ ରାଶିସ୍ଥ ଯୋଗୁ ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିନପାରେ। ଅସାବଧାନତା କାରଣରୁ କିମ୍ବା ଅନ୍ୟମନସ୍କ ହେତୁ ଧନହାନୀ,କଳହ, ପ୍ରତାରଣା ଓ ଶାାରୀରିକ ଆଘାତ ପାଇବାର ସମ୍ଭାବନା ରହିଛି। ପଡୋଶୀଙ୍କ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡିବ।
ମକର
ମକର
ଷଡାଷ୍କକ ଗ୍ରହଙ୍କ ରାଶ୍ୟାବସ୍ଥାନ ମନରେ ବିବାଦୀୟ ଚିନ୍ତା କରିବେ। ବ୍ୟବସାୟରେ ସଫଳତା,ଯାତ୍ରରେ ଆଶା ପୂରଣ ହେତୁ ଖୁସୀ ରହିବେ। କର୍ମକ୍ଷେତ୍ରରେ ମଧ୍ୟ ପୃଷ୍ଠପୋଷକତା ଲାଭକରି ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଆତ୍ମୀୟ ମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରି ପାରନ୍ତି।
କୁମ୍ଭ
କୁମ୍ଭ
ରାଶିରେ ଶୁକ୍ରଙ୍କ ସ୍ଥିତିରୁ ସାହାଯ୍ୟ,ସହଯୋଗ ମାଧ୍ୟମରେ କାର୍ଯ୍ୟସିଦ୍ଧି ସଙ୍ଗକୁ ନୂତନକର୍ମାରମ୍ଭ ଦିଗରେ ମନ ନିବେଶ କରିବେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେ ପକାଇ ଆତ୍ମୀୟସ୍ବଜନ ଦୂରେଇ ଯିବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ମୀନମୀନ
ଧନ ଭାଗ୍ୟାଧିପ ମଙ୍ଗଳଙ୍କ ସୁପ୍ରଭାବରେ ଯାହା ଚିନ୍ତା କରୁଛନ୍ତିି ତାହା ଅଚିରେ ପୂରଣ ହୋଇଯିବ। ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ କୈାଣସି ଅସୁବିଧା ରହିବ ନାହିଁ। ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହି ଯାଇପାରେ। କର୍ମକ୍ଷେତ୍ରରେ ମଧ୍ୟ ଅପ୍ରିୟ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri