Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୧୯ ତାରିଖ – Daily Horoscope

ମେଷ
ଆଜି ଶୁକ୍ର ଯୁକ୍ତ ଚନ୍ଦ୍ର ପ୍ରଭାବରେ ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇ ନେଇପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ।
ବୃଷ
ବୃଷ
ରାଶିରେ ଶୁଭଗ୍ରହ ଆପଣଙ୍କୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ତଥାପି ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିପାରିବେ।
ମିଥୁନ
ମିଥୁନ
ଦ୍ୱାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ ସେହିକଥା ଭାବି ଭାବି ଅନ୍ୟମନସ୍କ ରହିପାରନ୍ତି। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
ଭାଗ୍ୟସ୍ଥ ମଙ୍ଗଳଜନିତ ନିଜର ଦକ୍ଷତା ହେତୁ ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ବିତ ମନେ କରିବାର ସୁଯୋଗ ଲାଭ କରିବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ଦିଗରେ ନିଜର ଅଭିଜ୍ଞତା ଓ ଦୂରଦର୍ଶିତା ଆପଣଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ।
ସି˚ହ
ସି˚ହ
ବ୍ୟୟାଧିପଙ୍କ ବ୍ୟୟଭାବନାରୁ ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମାନସିକ ସ୍ଥିରତା ରହି ନ ପାରେ। ସାଧାରଣ ଭଲ କଥା କହିଲେ ମଧ୍ୟ ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଘଟିବାର ଆଶଙ୍କା ରହିଛି। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ।
କନ୍ୟା
ଅତୀତର କେତେକ ଘଟଣା ମନକୁ ବାରମ୍ବାର ଆଲୋଡ଼ନ କରିବା ଫଳରେ ଆପଣ ସ୍ଥିର ଭାବରେ ରହିପାରିବେ ନାହିଁ। ନିଜ ନିଜର ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ତୁଳା
ତୁଳା
ରବି ଓ ବୁଧ ହେତୁ କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ସଫଳତା ହାସଲ କରିବାରେ ନିକଟସ୍ଥ ବନ୍ଧୁମାନେ ସାହାଯ୍ୟ କରିବେ। ସାହିତ୍ୟ, ସାମ୍ବାଦିକତା, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ଅଫିସରେ ଅଫିସରମାନଙ୍କ ସହ ମତଦୈଧ କିମ୍ବା ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ସପ୍ତମ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରେ ଆପଣଙ୍କର ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ,ଫଳରେ ସାଧାରଣ ଆଶ୍ୱସ୍ତି ଅନୁଭବ କରିବେ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
ରାହୁଙ୍କ କୌଶଳ କ୍ଷମତାରୁ ନିଜ ଘର ଅପେକ୍ଷା ବାହାର ଲୋକମାନେ ଆପଣଙ୍କ ପକ୍ଷ ସମର୍ଥନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ।
ମକର
ମକର

ଗୁରୁ କ୍ଷେତ୍ରସ୍ଥ ମଙ୍ଗଳଙ୍କ ଯୋଗୁଁ ନିଜର ସମ୍ପର୍କୀୟ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବହୁତ ଦିନରୁ ବାକି ପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇଲେ ମଧ୍ୟ ସାମୟିକ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି।

କୁମ୍ଭ
କୁମ୍ଭ
ମୁଖ ଭାବସ୍ଥ ମଙ୍ଗଳ ଯୋଗୁ ସତ୍ୟ ଓ ସଚ୍ଚୋଟ କଥା ମାଧ୍ୟମରେ ପ୍ରତ୍ୟେକ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ। ବାଣିଜ୍ୟ, ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଏବଂ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତିଶ୍ରୁତି ଦେବେ। ପରିବାରରେ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାମାଜିକ ସ୍ତରରେ ନୀଚ୍ଚ ବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ବହୁତ ଖଟଣୀ ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri