Posted inRasifala

ରାଶିଫଳ: ଶୁକ୍ରବାର, ଜୁନ୍ ୫ ତାରିଖ – Daily Horoscope

ମେଷ
ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ସଭାସମିତି କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। କିନ୍ତୁ ସାମୟିକ ପ୍ରତିବନ୍ଧକ କାରଣରୁ ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣାବଳୀ ମନକୁ ବାରମ୍ବାର ଆଲୋଡ଼ିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇପାରନ୍ତି। ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ଆଜିର ଦିନଟିରେ ହାତକୁ ନେଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହୋଇପାରନ୍ତି। ପାଖ, ପଡ଼ୋଶୀମାନଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡଜଷ୍ଟ କରି ଚଳି ପାରିବା ହେତୁ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ପ୍ରତିଦ୍ୱନ୍ଦ୍ୱିତା ବଢି ଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଏକ ଭିନ୍ନ ପରିସ୍ଥିତିରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମଗୁଡିକ ସୁବିଧାରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ଅର୍ଥ ଲାଭ ସଙ୍ଗକୁ ଶାରୀରିକ ସୁସ୍ଥତା ଏବଂ କର୍ମକ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ।
କନ୍ୟା
ଦୀର୍ଘଦିନରୁ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଉତ୍ତରାଫାଲଗୁନୀ ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ। ଅପୂରଣୀୟ ଆଶା ମନକୁ ବାରମ୍ବାର ସାମୟିକ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତ ରହିପାରନ୍ତି।
ତୁଳା
ତୁଳା
ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ଅବଶ୍ୟ ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ,ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳ ସମୟଟି ବହୁତ ଭଲ। ଆକସ୍ମିକଭାବରେ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ପ୍ଲଟିଙ୍ଗ୍‌ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ଲାଭର ସୂଚନା ରହିଛି। ଜ୍ୟେଷ୍ଠା ନକ୍ଷତ୍ରର ଚେଷ୍ଟା କରୁଥିବା କାମଟି ନ ହେବା କାରଣରୁ ଅଥବା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧ ଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ଧନୁ
ଧନୁ
ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବାଣିଜ୍ୟ ମାନ୍ଦା ହେବ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବା ସହ ଆବଶ୍ୟକୀୟ ସହଯୋଗ ପାଇପାରିବେ।
ମକର
ମକର

ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ। ଆଜି ମାଲିମକଦ୍ଦମା, ବ୍ୟବସାୟ,ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।

କୁମ୍ଭ
କୁମ୍ଭ
ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି। ଗୃହସୀମା ଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରି ପାରିବେ। ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତା ଜନିତ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେଇପାରେ। ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ। କାର୍ଯ୍ୟରେ ସହଭାଗିତା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ଦ୍ୱାରା ଆଦରଣୀୟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri