Posted inRasifala

ରାଶିଫଳ: ଶୁକ୍ରବାର, ଜୁନ ୭ ତାରିଖ – Daily Horoscope

ମେଷ
ଆଜି କେନ୍ଦ୍ରସ୍ଥ ସ୍ବଗୃହୀ ଚନ୍ଦ୍ର ଶୁଭଫଳସ୍ବରୂପ କର୍ମକ୍ଷେତ୍ରର ଜଟିଳତାକୁ ସରଳୀକରଣ କରିବାରେ ସାହାଯ୍ୟ କରିବେ ା ସାମୟିକ ଭାବପ୍ରବଣତା କାରଣରୁ ଜମିଜମା, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା କାର୍ଯ୍ୟକ୍ଷେତ୍ରର ବିଫଳତାକୁ ଚିନ୍ତିତ ଅଫିସିଆଲି କାମ ଚାପରେ ନିଜକୁ ଆଡଜଷ୍ଟ କରିବାକୁ ବାଧ୍ୟ ହେବେ।
ବୃଷ
ବୃଷ
କେନ୍ଦ୍ରାଧିପ ରବିଙ୍କ ରାଶ୍ୟାବସ୍ଥାନ ଆପଣଙ୍କୁ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରାଇବ। କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ। ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମିଥୁନ
ମିଥୁନ
ରାହୁ ଓ ମଙ୍ଗଳ ରାଶିରେ ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି। କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ । ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ। ଉଚ୍ଚବର୍ଗର ଲୋକ ଜଣେ ସାହାଯ୍ୟ କରିବେ।
କର୍କଟ
କର୍କଟ
ରାଶ୍ୟାଧିପତିଙ୍କ ଶନିଙ୍କ ନକ୍ଷତ୍ରସ୍ଥିତି ସାମୟିକ ମାନସିକ ଶିଥିଳତା ପ୍ରଦାନ କରିପାରେ। ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ୍‌ କରିପାରନ୍ତି। ଜମିଜମା, ମାଲିମକଦ୍ଦମା, ନିର୍ମାଣ, ଏଜେନ୍ସିପ୍‌ରେ ପ୍ରତିଷ୍ଠାର୍ଜନ କରିବେ। ବିବାଦୀୟ ଘଟଣାରେ ପରିସ୍ଥିତି ସେମିତି କିଛି ଜଟିଳ ହେବନି।
ସି˚ହ
ସି˚ହ
ବୃହସ୍ପତି ଓ ରବିଙ୍କ ସମ୍ବନ୍ଧ କାରଣରୁ ଆପଣଙ୍କ ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ନିରଙ୍କୁଶ ରହିବ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କରି ପରିବେଶକୁ ଗମ୍ଭୀର କରି ଦେଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ। ରାହୁ ଓ ମଙ୍ଗଳଙ୍କ କୁପ୍ରଭାବରୁ ଭୁଲ୍‌ ନିଷ୍ପତ୍ତି ନେଇ ପାରନ୍ତି।
କନ୍ୟା
ଧନାଧିପ ଭାଗ୍ୟସ୍ଥାନରେ ବ୍ୟୟାଧିପ ଯୁକ୍ତ କାରଣରୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ କାର୍ଯ୍ୟ ହାସଲ ହେବା କଷ୍ଟକର ହୋଇପାରେ। ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ଭଲ ସମ୍ପର୍କ ନ ଥିବା ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ତୁଳା
ତୁଳା
ମଙ୍ଗଳ ଦୃଷ୍ଟ ଶନି ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ଜିନିଷପତ୍ର ଅଦଳ ବଦଳ ହୋଇଯାଇପାରେ। ବନ୍ଧୁମାନଙ୍କ ସାହଯ୍ୟରୁ ଦ୍ରବ୍ୟଲାଭ ହେତୁ ଖୁସୀ ହେବେ। ବୃହସ୍ପତିଙ୍କ ଶୁକ୍ରଙ୍କ ପ୍ରତି ଦୃଷ୍ଟି ରୋଗ,ଋଣ ଓ ଶତ୍ରୁତା ସମ୍ବନ୍ଧୀୟ ଟେନସ୍‌ନ ସୃଷ୍ଟି କରିପାରେ।
ବିଛା
ବିଛା
ରବି ଯୁକ୍ତ ଶୁକ୍ର ରାଶିକୁ ଅବଲୋକନ କରୁଥିବାରୁ କୌଣସି ମହିଳାଙ୍କ କର୍ମକ୍ଷେତ୍ରରେ ଉସତ୍ାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ଲେଖାପଢ଼ା, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ା ଶିକ୍ଷା, ସନ୍ତାନ ଓ ସଭାସମିତିରେ ବନ୍ଧୁଙ୍କ ସହ ଆଲୋଚନା ଜ୍ୟେଷ୍ଠା ନକ୍ଷତ୍ର ପାଇଁ ଫଳପ୍ରଦ ହେବ।
ଧନୁ
ଧନୁ
ଆଜିର ଗ୍ରହସ୍ଥିତି ବିଶେଷ ଅନୁକୂଳ ନ ଥିବାରୁ ସତର୍କରେ ନ ଚଳିଲେ କେତେକ ସମ୍ଭାବ୍ୟ ଅସୁବିଧା ଭୋଗ କରିବାକୁ ପଡ଼ିପାରେ। କୌଣସି କଥାରେ ଅନ୍ୟ ମାନଙ୍କୁ ପୂର୍ଣ୍ଣ ବିଶ୍ୱାସ କରି କାମ କରିବା ଠିକ୍‌ ହେବ ନାହିଁ। ନିଜ ଲୋକମାନେ ଈର୍ଷା ପରାୟଣତା କାରଣରୁ ଦାଉ ସାଧିପାରନ୍ତି। ଅଧିକାଂଶ ସମୟ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଉପୁଜି ପାରେ।
ମକର
ମକର
ଚନ୍ଦ୍ରଙ୍କ ସମେତ ଏକାଧିକ ଗ୍ରହ ଶୁଭଫଳଦାୟକ କାରଣରୁ ଆପଣଙ୍କ ଉଦ୍ୟମ ନିଷ୍ଫଳ ହେବନାହିଁ। ପରିବାରର ସହଯୋଗ ଓ ସମର୍ଥନ ଆଜିର କାମରେ ଆପଣଙ୍କୁ ବହୁତ ସାହାଯ୍ୟ କରିବ। ବନ୍ଧୁମାନଙ୍କ ଗହଣରେ ନିଜ ନିଜର ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ ରହିପାରେ।
କୁମ୍ଭ
କୁମ୍ଭ
କେତୁ ଯୁକ୍ତ ଶନି କାରଣରୁ ସ୍ବାସ୍ଥ୍ୟ ପୂର୍ଣ୍ଣତଃ ଭଲ ନ ଥିଲେ ମଧ୍ୟ ଦିନଚର୍ଯ୍ୟାରେ ତାହା ବିଶେଷ ପ୍ରତିବନ୍ଧକ ସୃଷ୍ଟି କରିବ ନାହିଁ । କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି।
ମୀନମୀନ
ବୃହସ୍ପତି ଓ ଚନ୍ଦ୍ରଙ୍କ ସ୍ଥିତି ଆପଣଙ୍କ କାର୍ଯ୍ୟସିଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବେ। ଆନୁଷ୍ଠାନିକ କିମ୍ବା ଶୁଭକାର୍ଯ୍ୟ ସମ୍ପାଦନ କରିବେ ଏବଂ ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ,ସହଯୋଗ ମଧ୍ୟ ଅବଶ୍ୟ ମିଳିବ। ଅସାବଧାନତା କିମ୍ବା ଅନ୍ୟମନସ୍କ କାରଣରୁ କୌଣସି ମୂଲ୍ୟବାନ୍‌ ଜିନିଷ ଠିକ୍‌ ସମୟରେ ନ ପାଇ ବ୍ୟତିବ୍ୟସ୍ତ ହୋଇ ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri