Posted inRasifala

ରାଶିଫଳ: ଶନିବାର, ଜୁନ ୮ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ । ମନ ଭିତରେ ଦୁଃଖ ଭରି ରହିଥିଲେ ମଧ୍ୟ ପାରିବାରିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳିନେବେ।
ବୃଷ
ବୃଷ
ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାମ ସମ୍ପନ୍ନକରି ଏକ ପ୍ରକାର ଆଶ୍ୱସ୍ତି ଅନୁଭବକରିବେ। ପରିବାରରେ ସ୍ନେହ, ସଦିଚ୍ଛା ଓ ସମ୍ମାନର ଅଭାବ ସାମୟିକ ମନରେ ବହୁତ କ୍ଷୋଭ ଆଣିପାରେ ା ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ ା ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ, ଅନ୍ୟଥା ପରକ୍ଷଣରେ ବେଶି ଚିନ୍ତା କରିବାକୁ ପଡ଼ିବ।
ମିଥୁନ
ମିଥୁନ
ପାରସ୍ପରିକ ଯୁକ୍ତିତର୍କ କାରଣରୁ ପାରିବାରିକ କ୍ଷେତ୍ରରେ ଟେନ୍‌ସନ କିିଛି ମାତ୍ରାରେ ଲାଗିରହିବ। ଯେଉଁ କାମରେ ହାତ ଦେଲେ ମଧ୍ୟ ସବୁ କିଛି ବିଗିଡ଼ିଯାଉଥିବାରୁ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ପୁନର୍ବସୁ ନକ୍ଷତ୍ର ପାଇଁ ପରୋକ୍ଷ ଶତ୍ରୁତା ପ୍ରତ୍ୟେକ କ୍ଷେତ୍ରରେ ସଙ୍କଟଜନକ ସ୍ଥିତିକୁ ନେବାରେ ମୁଖ୍ୟ ଭୂମିକା ସାଜିପାରେ।
କର୍କଟ
କର୍କଟ
ପରିସ୍ଥିତି ବିଶେଷ ଅନୁକୂଳ ରହିବା କାରଣରୁ ମାନସିକ ସ୍ତରରେ ଉତ୍ସାହିତ ରହିବେ। କିନ୍ତୁ ଅଶ୍ଳେଷା ନକ୍ଷତ୍ର ସକାଶେ ବିଶ୍ରାମହୀନ କାର୍ଯ୍ୟ, ଅନିଦ୍ରା, କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ ା ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଚାନକ ସମସ୍ୟା ସୃଷ୍ଟି ହୋଇପାରେ ା
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ବୁଝାଇ ସୁଝାଇ କାମ ହାସଲ ପାଇଁ ଚେଷ୍ଟାକଲେ ହୁଏତ କେତେକାଂଶରେ ଉପକୃତ ହୋଇପାରିବେ ା ବୁଝାମଣାର ଅଭାବ କିମ୍ବା ପକ୍ଷପାତିତା କାରଣରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସାମାଜିକ ସ୍ତରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
କନ୍ୟା
ଭାଗ୍ୟସ୍ଥାନ ପ୍ରତି ଗୁରୁଦୃଷ୍ଟି କାରଣରୁ କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜିର କାମଗୁଡ଼ିକୁ ସମ୍ପନ୍ନ କରିପାରିବେ ା କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡ଼ିପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବା ସୂଚନା ରହିଛି ା
ତୁଳା
ତୁଳା
କୌଣସି ପ୍ରକାର ସାହାଯ୍ୟ, ସହଯୋଗ ନ ପାଇଲେ ମଧ୍ୟ ନିଜର ଆମତ୍ବଳ ଓ ଦକ୍ଷତା ମାଧ୍ୟମରେ ପ୍ରତ୍ୟେକ ପରିସ୍ଥିତିକୁ ସାମ୍‌ନା କରିପାରିବେ। ଦୀର୍ଘ କେତେଦିନ ହେଲା ଲାଗି ରହିଥିବା ପାରିବାରିିକ ସମସ୍ୟାର ସରଳ ସମାଧାନ ମଧ୍ୟ ହୋଇଯିବ। ପଡ଼ୋଶୀମାନେ ନିଜର ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି।
ବିଛା
ବିଛା
ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ, କିନ୍ତୁ ତରବରିଆ ନିଷ୍ପତ୍ତି ନେବା ଠିକ୍‌ ହେବ ନାହିଁ ା ବନ୍ଧୁମାନଙ୍କ ଆଦର, ଗୌରବରେ ନିଜର ଅତୀତ ଦୁଃଖକୁ ସାମୟିକ ଭାବରେ ପାସୋରି ଦେଇପାରନ୍ତି। ସଭାସମିତି, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ା
ଧନୁ
ଧନୁ
ଧୀରେ ଧୀରେ ପୂର୍ବ ସମସ୍ୟା ବଦଳିଯାଇ ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ସାମୟିକ ଖୁସି ରହିବେ। ପ୍ରଶାସନିକ ସ୍ତରରେ କିମ୍ବା ଅଫିସ୍‌ କାମରେ ଟେନ୍‌ସନ ବଢ଼ିପାରେ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟର ଆଶଙ୍କା ରହିଛି। ଆକସ୍ମିକ ଦୂରଯାତ୍ରା,ବନ୍ଧୁମିଳନଜନିତ ଆନନ୍ଦ ଅନୁଭବ କରିବେ।
ମକର
ମକର
ବନ୍ଧୁମାନଙ୍କ ସହଯୋଗକ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯାଇପାରନ୍ତି।
କୁମ୍ଭ
କୁମ୍ଭ
ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ମନୋଭାବ ଯୋଗୁ ମାନସିକ ସ୍ତରରେ ବିଚଳିତବୋଧ କରିବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। କଚେରି ମାମଲା, ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ।
ମୀନମୀନ
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟିହେବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ବ୍ୟୟ ଭାର କ୍ରମଶଃ କମି ଆସିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। କର୍ମକ୍ଷେତ୍ରରେ ଶୀଘ୍ର ଶୀଘ୍ର କାମ ଶେଷ କରିବା ପାଇଁ ବ୍ୟସ୍ତ ହୋଇପଡ଼ିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri